Categories: ଖେଳ

ଟସ୍‌ ଜିତିଲା ମୁମ୍ବାଇ

ମୁମ୍ବାଇ,୨୪।୪: ଆଇପିଏଲ ୨୦୨୨ର ୩୭ତମ ମ୍ୟାଚ ରବିବାର ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଉଛି। ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ପ୍ରଥମେ ବ୍ୟାଟିଂ କରିବ।
ଆଇପିଏଲ ଇତିହାସର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ ସିଜିନର ପ୍ରଥମ ବିଜୟ ଖୋଜୁଛି। ପାଞ୍ଚ ଥର ଚାମ୍ପିଅନ ମୁମ୍ବାଇ ନିଜର ସମସ୍ତ ସାତୋଟି ମ୍ୟାଚ ହାରି ପଏଣ୍ଟ ଟେବୁଲର ଶେଷ ସ୍ଥାନରେ ଅଛି। ଅନ୍ୟପକ୍ଷରେ, ଲିଗର ନୂତନ ଦଳ ଲକ୍ଷ୍ନୌ ସୁପର ଜିଆଣ୍ଟସ ପାଇଁ ଏପର୍ଯ୍ୟନ୍ତ ଯାତ୍ରା ବହୁତ ଭଲ ହୋଇଛି। ଦଳ ସାତୋଟି ମ୍ୟାଚ ମଧ୍ୟରୁ ଚାରିଟି ଜିତି ପଞ୍ଚମ ସ୍ଥାନରେ ଅଛି।

Share