Posted inଜାତୀୟ

ମୁମ୍ବାଇ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଆସିଲା ଧମକପୂର୍ଣ୍ଣ କଲ୍‌: ଆଲର୍ଟରେ ପୋଲିସ

ମୁମ୍ବାଇ,୭।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଏହି ଅନ୍ତର୍ଜାତୀୟ ବିମାନ ବନ୍ଦରକୁ ଏକ ଧମକପୂର୍ଣ୍ଣ ଫୋନ୍‌ କଲ୍‌ ଆସିଥିବା ଜଣାପଡ଼ିଛି। ଏହାପରେ ବିମାନ ବନ୍ଦରରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ଏହି ଧମକପୂର୍ଣ୍ଣ ଫୋନ୍‌ କଲ୍‌ ବିମାନ ବନ୍ଦର କେନ୍ଦ୍ରକୁ ଭାରତୀୟ ମୁଜାହିଦ୍ଦିନ ନାମକ ଆତଙ୍କବାଦୀ ସଂଗଠନରୁ ଆସିଥିଲା। ଏହି ଖବର ଆସିବା ପରେ ମୁମ୍ବାଇ ପୋଲିସ ସମେତ ଏଜେନ୍ସିମାନେ ଆଲର୍ଟ ମୋଡରେ ଆସିଯାଇଛନ୍ତି। ସୂଚନାଯୋଗ୍ୟ, ସୋମବାର ରାତି ପ୍ରାୟ ୧୦ଟାରେ ବିମାନବନ୍ଦର କେନ୍ଦ୍ରକୁ ଏହି କଲ୍‌ ଆସିଥିଲା। ବ୍ୟକ୍ତି ଜଣକ ତାଙ୍କ ନାମ ଇରଫାନ ଅହମ୍ମଦ ଶେଖ ବୋଲି କହିଥିଲେ। ସେ ଭାରତୀୟ ମୁଜାହିଦ୍ଦିନ ନାମକ ଆତଙ୍କବାଦୀ ସଂଗଠନର ସଦସ୍ୟ। ନିଜ ବିଷୟରେ କହିବା ପରେ, ବ୍ୟକ୍ତି ଜଣକ ସନ୍ଦେହଜନକ ଭାବରେ କୋଡ ଓ୍ବାର୍ଡ ବ୍ୟବହାର କରି କଥା ହୋଇଥିଲେ। ଯାହାକୁ କଲର୍‌ ବୁଝିବାକୁ ଅସମର୍ଥ ହୋଇଥିଲେ। ଅନ୍ୟପଟେ ବିମାନବନ୍ଦର କେନ୍ଦ୍ରର ସଦସ୍ୟ ଏ ବିଷୟରେ ମୁମ୍ବାଇ ପୋଲିସକୁ ସୂଚନା ଦେଇଥିଲେ। ସୂଚନା ପାଇବା ମାତ୍ରେ ବିମାନବନ୍ଦରର ସମସ୍ତ ଏଜେନ୍ସିକୁ ସତର୍କ କରାଯାଇଥିଲା। ଆଇପିସିର ଧାରା ୫୦୫(୧)ଅନୁଯାୟୀ ଏହି ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଥାନାରେ ପହଞ୍ଚିଲେ ଯୁବତୀ

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ପୋଲିସ ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗରେ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ବାଲେଶ୍ୱର ଜିଲା…

ଲୋକଙ୍କୁ ଅଜଣା ପ୍ରଶାସନିକ ପଦକ୍ଷେପ: ବଢୁଛି ତାତି, ଘାରୁଛି ଭୟ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବୈଶାଖ ପାଦ ଥାପୁଣୁ ବରଗଡ଼ ଜିଲାରେ ତାତି ଅସହ୍ୟ ହୋଇପଡ଼ିଛି। ସକାଳ ୯ଟାରୁ ତାତି ବଢ଼ିବାରେ ଲାଗିଛି। ପୂର୍ବାହ୍ନ ୧୧ଟାରୁ ପଦାକୁ ବାହାରିବା ମୁସ୍କିଲ ହୋଇପଡ଼ୁଛି।…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri