Posted inଜାତୀୟ

ବର୍ଷାରେ ମୁମ୍ବାଇ ବେହାଲ

ମୁମ୍ବାଇ, ୧୯ା୮: ଭୀଷଣ ବର୍ଷା ଯୋଗୁ ସୋମବାର ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ଜନଜୀବନ ଅସ୍ତବ୍ୟସ୍ତ ହୋଇଯାଇଛି। ସହରର ଅନେକ ସ୍ଥାନ ବର୍ଷାପାଣିରେ ଜଳମଗ୍ନ ହୋଇଯାଇଥିବା ବେଳେ ସ୍ଥିତିକୁ ଦୃଷ୍ଟିରେ ରଖି ବ୍ରିହନ୍‌ ମୁମ୍ବାଇ ମ୍ୟୁନିଶପାଲ କର୍ପୋରେଶନ (ବିଏମ୍‌ସି) ପକ୍ଷରୁ ସୋମବାର ସହରର ସମସ୍ତ ସ୍କୁଲ ଏବଂ କଲେଜକୁ ବନ୍ଦ କରିବା ପାଇଁ ଘୋଷଣା କରାଯାଇଥିଲା। ସେହିପରି ଲଗାଣ ବର୍ଷାରେ ମୁମ୍ବାଇରେ ବିମାନ ସେବା ମଧ୍ୟ ବାଧାପ୍ରାପ୍ତ ହୋଇଛି। ସହରର ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଲାଣ୍ଡିଂ ପୂର୍ବରୁ ୯ ବିମାନ ସମସ୍ୟାର ସମ୍ମୁଖୀନ ହୋଇଥିଲେ। ସେହିପରି ଖରାପ ପାଗ ଯୋଗୁ ମୁମ୍ବାଇରେ ଲାଣ୍ଡିଂ ହେବାକୁ ଥିବା ଏକ ଫ୍ଲାଇଟକୁ ଗୁଜରାଟର ସୁରଟରେ ଜରୁରୀ ଅବତରଣ କରାଯାଇଥିଲା। ବର୍ଷାକୁ ଦୃଷ୍ଟିରେ ରଖି ଜରୁରୀ କାର୍ଯ୍ୟ ନ ଥିଲେ ଘରୁ ନ ବାହାରିବାକୁ ବିଏମ୍‌ସି ପକ୍ଷରୁ ସ୍ଥାନୀୟ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ସହରର ଅନ୍ଧେରୀ, ଲୋଖଣ୍ଡ୍‌ଓ୍ବାଲା ପରି ତଳିଆ ଅଞ୍ଚଳରେ ପାଣି ଜମା ହୋଇ ରହିଥିଲା, ଯାହା ଗମନାଗମନକୁ ପ୍ରଭାବିତ କରିବା ସହ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି କରିଥିଲା। ସେହିପରି ସହରର ବିଭିନ୍ନ ଟ୍ରେନ୍‌ ବିଳମ୍ବରେ ଚାଲୁଥିବା ନେଇ ସ୍ଥାନୀୟ ଅଧିକାରୀ କହିଛନ୍ତି। ସୋମବାର ମାତ୍ର ୬ରୁ ୮ ଘଣ୍ଟାର ସମୟ ମଧ୍ୟରେ ମୁମ୍ବାଇରେ ୧୭୭ ମିଲିମିଟର ବର୍ଷା ହୋଇଥିବା ନେଇ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ ସୂଚନା ଦେଇଛନ୍ତି। ଲଗାଣ ବର୍ଷାରେ ନାନ୍ଦେଡ଼ ଜିଲାର ମୁଖେଡ ଅଞ୍ଚଳରେ ୫ ଜଣ ନିଖୋଜ ରହିଛନ୍ତି। ସେହିପରି ଜିଲାରେ ଭୀଷଣ ବର୍ଷା ଯୋଗୁ ସୃଷ୍ଟି ହୋଇଥିବା ବନ୍ୟାରେ ୨୦୦ ଜଣ ଫସି ରହିଥିବା ନେଇ ସେ ସୂଚନା ଦେଇଛନ୍ତି। ସେମାନଙ୍କୁ ଉଦ୍ଧାରକରିବା ପାଇଁ ଭାରତୀୟ ସେନାର ଏକ ୟୁନିଟ୍‌କୁ ଡକାଯାଇଛି। ସମ୍ପ୍ରତି ସ୍ଥାନୀୟ କର୍ତ୍ତୃପକ୍ଷ ଏବଂ ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବଳ (ଏସ୍‌ଡିଆର୍‌ଏଫ୍‌) ଘଟଣା ସ୍ଥଳରେ ଫସିରହିଥିବା ଲୋକଙ୍କୁ ଉଦ୍ଧାର ପାଇଁ ପ୍ରୟାସ ଜାରି ରଖିଥିବା ଫଡ୍‌ନବିସ୍‌ କହିଛନ୍ତି।
ମୁମ୍ବାଇ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ରାଇଗଡ଼ ଜିଲାରେ ମଙ୍ଗଳବାର ପର୍ଯ୍ୟନ୍ତ ଭୀଷଣ ବର୍ଷା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରେଡ୍‌ ଓ୍ବାର୍ନିଂ ଜାରି କରିଛି। ସେହିପରି ଆସନ୍ତା ୨ ଦିନ ପର୍ଯ୍ୟନ୍ତ ମହାରାଷ୍ଟ୍ରର ୧୫ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ୍‌ ଏବଂ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri