Posted inଖେଳ

ଏଟିକେକୁ ହରାଇଲା ମୁମ୍ବାଇ

ଫତୋର୍ଦା, ୧୨।୧: ଇଣ୍ଡିଆନ ସୁପରଲିଗ୍‌ (ଆଇଏସ୍‌ଏଲ)ର ସୋମବାର ଅନୁଷ୍ଠିତ ଏକ ତୀବ୍ର ସଂଘର୍ଷପୂର୍ଣ୍ଣ ମ୍ୟାଚରେ ମୁମ୍ବାଇ ସିଟି ଏଫ୍‌ସି ୧-୦ ଗୋଲରେ ଏଟିକେ ମୋହନବାଗାନକୁ ପରାସ୍ତ କରିଛି। ମ୍ୟାଚର ୬୯ତମ ମିନିଟରେ ମାର୍ତୋଲୋମ୍ୟୁ ଓଗ୍‌ବେଚେ ସ୍କୋର କରିଥିବା ଗୋଲଟି ଶେଷରେ ନିର୍ଣ୍ଣାୟକ ହୋଇଥିଲା। ବିଜୟୀ ଦଳର ହ୍ୟୁଗୋ ବୌମସ ପାସ୍‌ ଅଫ୍‌ ଦି ମ୍ୟାଚ ଏବଂ ଓଗ୍‌ବେଚେ ହିରୋ ଅଫ୍‌ ଦି ମ୍ୟାଚ ପୁରସ୍କାର ପାଇଥିଲେ। ଟୁର୍ନାମେଣ୍ଟରେ ଏହାଥିଲା ମୁମ୍ବାଇର ୮ମ ବିଜୟ। ୧୦ ମ୍ୟାଚ ଖେଳିଥିବା ମୁମ୍ବାଇ ୮ ବିଜୟ ବ୍ୟତୀତ ଗୋଟିଏ ଲେଖାଏ ଡ୍ର ଏବଂ ପରାଜୟ ସହ ୨୫ ପଏଣ୍ଟ ପାଇ ଟେବୁଲର ଶୀର୍ଷରେ ନିଜର ସ୍ଥାନକୁ ଦୃଢ଼ କରିଛି। ଦଳ ୧୭ଟି ଗୋଲ ଦେଇଥିବାବେଳେ ମାତ୍ର ୪ଟି ବରଣ କରିଛି। ଫଳରେ ଗୋଲ ବ୍ୟବଧାନରେ ଦଳ +୧୩ରେ ରହିଛି। ଏହା ବ୍ୟତୀତ ଦଳ କ୍ରମାଗତ ୯ ମ୍ୟାଚରେ ଅପରାଜେୟ ରହିଛି। ଏହା ମଧ୍ୟରେ ୮ ବିଜୟ ଓ ଗୋଟିଏ ଡ୍ର ସାମିଲ। ଦ୍ୱିତୀୟ ସ୍ଥାନରେ ଥିବା ଏଟିକେଠାରୁ ମୁମ୍ବାଇ ୫ ପଏଣ୍ଟ ବ୍ୟବଧାନରେ ଆଗୁଆ ରହିଛି। ଏଟିକେ ୧୦ଟି ମ୍ୟାଚ ଖେଳି ସାରିଥିବାବେଳେ ୬ ବିଜୟ ଏବଂ ୨ଟି ଲେଖାଏ ଡ୍ର ଓ ପରାଜୟ ସହ ୨୦ ପଏଣ୍ଟରେ ସ୍ଥିର ରହିଛି। ଏହି ଦଳ ୧୦ଟି ଗୋଲ ଦେଇଥିବାବେଳେ ୪ଟି ବରଣ କରିଛି। ଗୋଲ ବ୍ୟବଧାନ +୬ ରହିଛି। କ୍ରମାଗତ ୫ ମ୍ୟାଚରେ ଅପରାଜେୟ ରହିବାପରେ ଏଟିକେର ଏହା ପ୍ରଥମ ପରାଜୟ। ପ୍ରଥମାର୍ଦ୍ଧରେ ମୁଖ୍ୟତଃ ମୁମ୍ବାଇର ଆକ୍ରମଣ ଏବଂ ଏଟିକେର ରକ୍ଷଣାତ୍ମକ ବିଭାଗ ମଧ୍ୟରେ ମୁକାବିଲା ହୋଇଥିଲା। ପ୍ରଥମାର୍ଦ୍ଧ ଗୋଲଶୂନ୍ୟ ରହିଥିବାବେଳେ ଦ୍ୱିତୀୟାର୍ଦ୍ଧରେ ଗୋଲ ଦେଇ ହିରୋ ସାଜିଥିଲେ ମୁମ୍ବାଇର ଓଗ୍‌ବେଚେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟେବୁଲ୍‌ ଟେନିସ୍‌ ଫେଡେରେଶନ ସ୍ବୀକୃତି ରଦ୍ଦ, କ୍ରୀଡ଼ା ମନ୍ତ୍ରଣାଳୟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୨।୮: ବୁଧବାର ଦିନ କ୍ରୀଡ଼ା ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଟେବୁଲ୍ ଟେନିସ୍ ମହାସଂଘ (TTFI) ର ସ୍ୱୀକୃତି ରଦ୍ଦ କରାଯାଇଛି। ମନ୍ତ୍ରଣାଳୟ ପକ୍ଷରୁ ଭାରତୀୟ ଅଲିମ୍ପିକ୍ ସଂଘକୁ…

ସନ୍ନ୍ୟାସ ପରେ ପୂର୍ବତନ କ୍ରିକେଟର ରାହାଣେଙ୍କ ନୂଆ ଇନିଂସ, ପ୍ରଶଂସକ ଜଣାଉଛନ୍ତି ଶୁଭେଚ୍ଛା

ନୂଆଦିଲ୍ଲୀ,୧୨।୮: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ବ୍ୟାଟ୍ସମ୍ୟାନ୍ ତଥା ଅଧିନାୟକ ଅଜିଙ୍କ୍ୟ ରାହାଣେ ନିକଟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିବା ପରେ ଏକ ନୂତନ ଭୂମିକାରେ…

ଯେଉଁ ଟିମକୁ ଦିନେ କରିଥିଲେ ମନା, ଏବେ ସେଇ ଟିମକୁ ଫେରିବାକୁ ଚାହୁଁଛନ୍ତି ପାଣ୍ଡ୍ୟା! ରଖିଲେ ଏମିତି ସର୍ତ୍ତ, ଟିମ କହିଲା-ଆସ ନାହିଁ…

ମୁମ୍ବାଇ,୧୨,୮: ଇଣ୍ଡିଆନ ପ୍ରିମିୟର୍‌ ଲିଗ (ଆଇପିଏଲ) ୨୦୨୭ ପାଇଁ ଟ୍ରେଡ ଲିଷ୍ଟ ଆସିବା ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ହାର୍ଦ୍ଦିକ ବର୍ତ୍ତମାନ ପାଞ୍ଚ…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ରୋହିତ ଶର୍ମାଙ୍କ ସନ୍ନ୍ୟାସ ନେବା ପକ୍କା? ଏହି ଖୁସି ଖବର ଲକ୍ଷ ଲକ୍ଷ ପ୍ରଶଂସକଙ୍କ ମନ ଭାଙ୍ଗିଦେବ!

ନୂଆଦିଲ୍ଲୀ, ୧୧।୮: ରୋହିତ ଶର୍ମା ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜରେ ଜବରଦସ୍ତ ପ୍ରଦର୍ଶନ କରିଥିଲେ। ତୃତୀୟ ଦିନିକିଆ ମ୍ୟାଚରେ ଏହି ଭାରତୀୟ ଖେଳାଳି ଏକ ଚମତ୍କାର ଶତକ…

ଅଜିଙ୍କ୍ୟ ରାହାଣେଙ୍କ ସନ୍ନ୍ୟାସରେ ଚକିତ ହୋଇଯାଇଥିଲେ ସଚିନ! ଦୁହିଁଙ୍କ କଥାବାର୍ତ୍ତାର ହେଲା ଖୁଲାସା

ନୂଆଦିଲ୍ଲୀ, ୧୧।୮: ଗତ କିଛି ସପ୍ତାହ ଧରି ଅଜିଙ୍କ୍ୟ ରାହାଣେ ବେଶ ଚର୍ଚ୍ଚାରେ ଅଛନ୍ତି। ଗତ ଜୁଲାଇ ୩୦ ତାରିଖରେ ସେ ଅବସର ଘୋଷଣା କରିଥିଲେ। ଏହାସହ…

କ୍ରିକେଟ ପରେ ଟିଭି ପରଦାରେ ‘ହିଟମ୍ୟାନ୍’ଙ୍କ ଜଲୱା: ଛୋଟ ପରଦାରେ ଡେବ୍ୟୁ କରିବେ ରୋହିତ!

ନୂଆଦିଲ୍ଲୀ,୧୧।୮: ଭାରତୀୟ କ୍ରିକେଟ୍ ଦଳର ଷ୍ଟାର୍ କ୍ୟାପ୍ଟେନ୍ ରୋହିତ ଶର୍ମା ଆନ୍ତର୍ଜାତୀୟ ଟି-୨୦ ଏବଂ ଟେଷ୍ଟ କ୍ରିକେଟରୁ ଅବସର ନେବା ପରେ ଏବେ ନୂଆ ରୂପରେ ନଜର…

୧୫ ବର୍ଷୀୟା ନାବାଳିକାଙ୍କୁ ଯୌନଶୋଷଣ, ଜେଲ୍ ଗଲେ ଏହି କ୍ରିକେଟର୍

କାନବେରା,୧୨।୮: ଅଷ୍ଟ୍ରେଲିଆ କ୍ରିକେଟର ଆରନ୍ ସମର୍ସ (Aaron Summers) ୧୫ ବର୍ଷର ଜଣେ ନାବାଳିକା ସହ ଯୌନ ଶୋଷଣ କରିଥିବା ଅଭିଯୋଗରେ ୧୦ ମାସର ଜେଲ୍ ଦଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri