Posted inଖେଳ

ମୁମ୍ବାଇକୁ ହରାଇଲା ବେଙ୍ଗାଲୁରୁ

ବାମ୍ବୋଲିମ୍‌ ୧୬ା୨: ଚଳିତ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ସୋମବାର ସ୍ଥାନୀୟ ଜିଏମ୍‌ସି ଷ୍ଟାଡିୟମରେ ଖେଳାଯାଇଥିବା ଏକ ମ୍ୟାଚରେ ବେଙ୍ଗାଲୁରୁ ଏଫ୍‌ସି ୪-୨ ଗୋଲରେ ମୁମ୍ବାଇ ସିଟିକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ କ୍ଲିଟନ ସିଲ୍‌ଭା ୧ମ ଓ ୨୨ତମ ଏବଂ ସୁନୀଲ ଛେତ୍ରୀ ୫୭ତମ ଏବଂ ୯୦+୪ତମ ମିନିଟ୍‌ରେ ୨ଟି ଲେଖାଏଁ ଗୋଲ ସ୍କୋର କରିଥିଲେ। ମୁମ୍ବାଇ ସିଟି ତରଫରୁ ଆଡାମ ଲି’ ଫୋଣ୍ଡ୍ରେ ୫୦ତମ ଓ ୭୨ତମ ମିନିଟ୍‌ରେ ବ୍ୟକ୍ତିଗତ ଦୁଇଟି ଗୋଲ ଦେଇଥିଲେ। ସୋମବାର ଏହି ବିଜୟ ଦ୍ୱାରା ବେଙ୍ଗାଲରୁ ୧୮ ମ୍ୟାଚରୁ ୨୨ ପଏଣ୍ଟ ଅର୍ଜନ କରି ପଏଣ୍ଟ ଟେବୁଲର ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛି। ମୁମ୍ବାଇସିଟି ପରାଜିତ ହୋଇଥିଲେ ମଧ୍ୟ ୧୭ ମ୍ୟାଚରୁ ୩୪ ପଏଣ୍ଟ ସହ ପୂର୍ବଭଳି ଟେବୁଲର ଦ୍ୱିତୀୟ ସ୍ଥାନରେ ରହିଛି। ୨୦୧୮ ଜାନୁୟାରୀ ପରେ ମୁମ୍ବାଇ ସିଟି ବିପକ୍ଷରେ ବେଙ୍ଗାଲୁରୁ ଏଫ୍‌ସିର ଏହା ହେଉଛି ପ୍ରଥମ ବିଜୟ। ମୁମ୍ବାଇ ଦଳ ଏହି ମ୍ୟାଚରେ ଅପେକ୍ଷାକୃତ ଭଲ ଖେଳିଥିଲେ ମଧ୍ୟ ପରାଜିତ ହୋଇଥିଲା। ବଲ୍‌ ମ୍ୟାଚର ୭୨% ସମୟ ମୁମ୍ବାଇ ନିୟନ୍ତ୍ରଣରେ ରହିଥିଲା। ଦଳର ପାସ୍‌ ସଂଖ୍ୟା ୪୮୧ ରହିଥିବାବେଳେ ବେଙ୍ଗାଲୁରୁର ୧୯୫ ରହିଥିଲା। ସେହିପରି ମୁମ୍ବାଇର ପାସ୍‌ ଆକ୍ୟୁରେସି ୮୩% ରହିଥିଲା। ଦଳକୁ ୧୦ଟି କର୍ନର ମିଳିଥିବାବେଳେ ବେଙ୍ଗାଲୁରକୁ ୩ଟି ମିଳିଥିଲା। ମୁମ୍ବାଇ ସିଟି ମ୍ୟାନେଜର ସର୍ଗିଓ ଲୋବେରା ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ତାଙ୍କ ଦଳର ପ୍ରଦର୍ଶନରେ ସେ ସନ୍ତୁଷ୍ଟ ନୁହଁନ୍ତି। ପରବର୍ତ୍ତୀ ଦୁଇଟି ମ୍ୟାଚ ପୂର୍ବରୁ ଦଳର ଦୋଷ ତ୍ରୁଟିକୁ ସଜାଡ଼ିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri