Posted inଜାତୀୟ

ମୁମ୍ବାଇ ବୀଭତ୍ସ ହତ୍ୟା ଘଟଣା: ସରସ୍ବତୀଙ୍କୁ ବିବାହ କରିଥିଲେ ଅଭିଯୁକ୍ତ ମନୋଜ

ମୁମ୍ବାଇ, ୯ା୬: ମହାରାଷ୍ଟ୍ର ପୁଣେର ମୀରା ରୋଡ୍‌ସ୍ଥିତ ଗୀତାନଗରରେ ଗୁରୁବାର ଏକ ବୀଭତ୍ସ ହତ୍ୟାକାଣ୍ଡ ସାମନାକୁ ଆସିଥିଲା। ୫୬ ବର୍ଷୀୟ ମନୋଜ ସାନେ ତାଙ୍କ ଲିଭ୍‌-ଇନ୍‌ ପାର୍ଟନର ସରସ୍ବତୀ ବୈଦ୍ୟଙ୍କୁ ହତ୍ୟା କରିବା ପରେ ମୃତଦେହକୁ ଖଣ୍ଡ ଖଣ୍ଡ କରି ପ୍ରେସର କୁକରରେ ସିଝାଇ କୁକୁରଙ୍କୁ ଖାଇବାକୁ ଦେଇଥିଲେ। ମନୋଜଙ୍କ ଘରୁ ଦୁର୍ଗନ୍ଧ ଆସିବା ପରେ ହତ୍ୟାକାଣ୍ଡ ସମ୍ପର୍କରେ ଜଣାପଡ଼ିଥିଲା। ୩୨ ବର୍ଷୀୟା ସରସ୍ବତୀ ବୈଦ୍ୟ ଓ ମନୋଜ ସାନେ ଠାଣେ ମୀରା-ଭୟଣ୍ଡର ଅଞ୍ଚଳର ଏକ କୋଠାରେ ୩ ବର୍ଷ ହେଲା ଭଡ଼ାରେ ରହିଆସୁଥିଲେ। ସେମାନେ ଏକ ମନ୍ଦିରରେ ପରସ୍ପରକୁ ବିବାହ କରିଥିଲେ ବୋଲି ପୋଲିସ ଶୁକ୍ରବାର କହିଛି। ସରସ୍ବତୀଙ୍କ ନିଜ ବିବାହ ସମ୍ପର୍କରେ ତାଙ୍କର ୩ ଭଉଣୀଙ୍କୁ କହିଥିଲେ। ତେବେ ବୟସରେ ତାରତମ୍ୟ କାରଣରୁ ସେମାନେ ଉକ୍ତ ବିବାହ ସମ୍ପର୍କରେ ବାହାରେ ପ୍ରକାଶ କରୁ ନ ଥିଲେ ବୋଲି ପୋଲିସ ଅଧିକାରୀ ଜୟନ୍ତ ବାବାଲେ କହିଛନ୍ତି। ମନୋଜ ତାଙ୍କର ମାମୁ ବୋଲି ସରସ୍ବତୀ ବାହାର ଲୋକଙ୍କୁ କହୁଥିଲେ।
ଅନ୍ୟପକ୍ଷରେ ସରସ୍ବରୀ ଜୁନ୍‌ ୩ରେ ବିଷ ପିଇ ଆତ୍ମହତ୍ୟା କରିଥିଲେ ବୋଲି ମନୋଜ ଜେରା ବେଳେ ପୋଲିସକୁ କହିଛନ୍ତି। ଏଥିରେ ମନୋଜ ଡରିଯାଇଥିଲେ। ପୋଲିସ ତାଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରିବ ସେ ଆଶଙ୍କା କରିଥିଲେ। ତେଣୁ ପ୍ରମାଣ ନଷ୍ଟ କରିବା ପାଇଁ ସେ ମୃତଦେହକୁ ଖଣ୍ଡଖଣ୍ଡ କରି କୁକରରେ ସିଝାଇଥିଲେ ବୋଲି ପୋଲିସକୁ କହିଛନ୍ତି। ପୋଲିସ ମନୋଜଙ୍କୁ ଗିରଫ କରି ୧୬ ତାରିଖ ଯାଏ ହାଜତକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

ବରଗଡ଼ରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା, ସ୍ପଷ୍ଟ ଦିବାଲୋକରେ ଟ୍ରକ୍‌ ଚାଳକଙ୍କୁ ଛୁରାମାଡ଼

ବରଗଡ଼,୭ା୩(ପ୍ରେମାନନ୍ଦ ଖମାରୀ): ଶାନ୍ତିପ୍ରିୟ ବରଗଡ଼ ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇପଡ଼ିଛି। ଦିନ ଦ୍ବିପ୍ରହରରେ ଏଠାକାର ବିଚ୍‌ ରାସ୍ତା ଉପରେ ଛୁରି, ଭୁଜାଲି ବୁଲୁଛି। ଛୁରି, ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri