Posted inଜାତୀୟ

ୟୁକୁବ ମେମନଙ୍କ ସମ୍ପର୍କୀୟଙ୍କ ସହ ମୁମ୍ବାଇ ମେୟର କିଶୋରି ପେଡନେକରଙ୍କ ଫଟୋ ଭାଇରାଲ

ମୁମ୍ବାଇ,୧୦ ।୯: ୧୯୧୯୩ରେ ମୁମ୍ବାଇ ବୋମା ବିସ୍ଫୋରଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ୟାକୁବ ମେମନଙ୍କ କବରର ସୌନ୍ଦର୍ଯ୍ୟକରଣକୁ ନେଇ ମହାରାଷ୍ଟ୍ର ରାଜନୈତିକ ଦଳ ମଧ୍ୟରେ ଉଷ୍ମତା ସୃଷ୍ଟି କରିଛି । ଭାରତୀୟ ଜନତା ପାର୍ଟି(ଭାଜପା) ଲଗାତାର ଦାବି କରି ଆସୁଛି ଯେ ମୁମ୍ବାଇ ବୋମା ବିସ୍ଫୋରଣରେ ଦୋଷୀ ସାବ୍ୟସ୍ତ ହୋଇଥିବା ଦାଉଦ ଇବ୍ରାହିମଙ୍କ ସହଯୋଗୀ ୟାକୁବ ମେମନଙ୍କ କବରକୁ ମଜାର ଭଳି ସଜାଇବାକୁ ଉଦ୍ଧବ ସରକାର ଅନୁମତି ଦେଇଥିଲେ ।
ଏବେ ମୁମ୍ବାଇର ମେୟର କିଶୋରି ପେଡନେକର ଖୁବ୍ ଚର୍ଚ୍ଚାରେ । ତାଙ୍କର ଏକ ପୁରୁଣା ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଯେଉଁଥିରେ ସେ ୟାକୁବ ୟମେମନଙ୍କ ସମ୍ପର୍କୀୟ ରଉଫା ମେମନଙ୍କ ସହ ନଜର ଆସିଛନ୍ତି । ଏହାପରେ ଭାଜପା ଓ କେତେ ଜଣ କଂଗ୍ରେସ ନେତା ଶିବସେନାକୁ ଟାର୍ଗେଟ କରିଛନ୍ତି । ମୁମ୍ବାଇ ଭାଜପାର ଅଧ୍ୟକ୍ଷ ଆଶିଷ ଶେଲାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, କ’ଣ ‘ପେଙ୍ଗୁଇନ’ ସେନା ଆତଙ୍କବାଦୀଙ୍କ କବରର ସଂରକ୍ଷକ ସେନା ହୋଇଯାଇନ୍ତି ।
ସଫେଇ ଦେବାକୁ ଯାଇ ମେୟର କିଶୋରି ପେଡନେକର କହିଛନ୍ତି ୟାକୁବ ମେମନଙ୍କ କବରକୁ ସଜାଇବାକୁ ନା ରାଜ୍ୟ ସରକାର ନା ବିଏମସି କେହି ଅନୁମତି ଦେଇ ନାହାନ୍ତି । ହେଲେ ମୁମ୍ବାଇ ମହାନଗର ନିଗମ ନିର୍ବଚନ ପାଖେଇ ଆସୁଥିବାରୁ ଭାଜପା ଲୋକଙ୍କ ମନରେ ଭ୍ରମ ସୃଷ୍ଟି କରୁଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗାତରେ ପଡ଼ିଗଲା ହାତୀଛୁଆ, ଜଗି ରହି ଚିତ୍କାର କରୁଥିଲା ମା’, ଆଉ ତା’ ପରେ…

ସୁନ୍ଦରଗଡ଼,୧୩ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସଦର ରେଞ୍ଜ ଅନ୍ତର୍ଗତ ହମିରପୁର ପଞ୍ଚାୟତର ଗୋପପୁର ଜଙ୍ଗଲରେ ଗାତରେ ପଡ଼ିଥିବା ଏକ ହାତୀଛୁଆକୁ ଗୁରୁବାର ସକାଳେ ଜଙ୍ଗଲ ବିଭାଗ ଦ୍ବାରା ଉଦ୍ଧାର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ଜନସାଧାରଣଙ୍କ ପାଇଁ ବଡ଼ ଘୋଷଣା କଲେ ପ୍ରଶାନ୍ତ କିଶୋର, ନିଜ ବାସଭବନରେ ନ ରହି….

ପାଟନା,୧୩।୮: ବାଙ୍କୀପୁର ବିଧାନସଭା ଉପନିର୍ବାଚନ ଜିତିବା ପରେ ଜନ ସୁରାଜର ସଂସ୍ଥାପକ ତଥା ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଜନସାଧାରଣଙ୍କ ସ୍ୱାର୍ଥରେ ଏକ ବଡ଼ ଘୋଷଣା କରିଛନ୍ତି…

ଶନିଙ୍କ ନକ୍ଷତ୍ର ପରିବର୍ତ୍ତନ ଆଣିବ ବଡ଼ ଖୁସି: ଅକ୍ଟୋବର ପର୍ଯ୍ୟନ୍ତ ଏହି ୩ ରାଶିଙ୍କୁ ମିଳିବ ଭାଗ୍ୟର ସାଥ୍‌

ଅଗଷ୍ଟ ମାସରେ ଶନିଦେବଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଗୋଚର ହେବାକୁ ଯାଉଛି। ଜ୍ୟୋତିଷ ଅନୁସାରେ ଏହି ଗୋଚରର ପ୍ରଭାବ ବେଶ ଗୁରୁତ୍ୱପୂର୍ଣ୍ଣ ରହିପାରେ। ବର୍ତ୍ତମାନ ଶନି ମୀନ ରାଶିରେ…

ମନର କଥା କହିଦେଲେ ପ୍ରୀତି ଜିଣ୍ଟା: ଅମିରଙ୍କ ସହ…

ଫରହାନ ଅଖତରଙ୍କ ନିର୍ଦ୍ଦେଶିତ ପ୍ରଥମ ଚଳଚ୍ଚିତ୍ର ‘ଦିଲ ଚାହତା ହୈ’ ୨୫ ବର୍ଷ ପୂରଣ କରିଛି। ଏହି ଚଳଚ୍ଚିତ୍ରଟି ରୌପ୍ୟ ଜୟନ୍ତୀ ପାଳନ କରିବା ସହିତ ପୁଣି…

ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ, ଗୃହ ଓ ନଗର ଉନ୍ନୟନ ବିଭାଗ ନିର୍ଦ୍ଦେଶକ ଚିଠି ଲେଖି…

ଦେବଗଡ଼,୧୩ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରପରିଷଦର ଅଧ୍ୟକ୍ଷା ଭାବେ ପୁନଃ ଅବସ୍ଥାପିତ ହେବେ ଶାନ୍ତି ମଞ୍ଜରୀ ଦେଇ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ପୁନଃ ଅବସ୍ଥାପିତ ପାଇଁ ଚିଠି…

ଆରଜି କର ମାମଲାରେ ବଡ଼ ଆକ୍ସନ, TMCର ପୂର୍ବତନ ବିଧାୟକ ନିର୍ମଳ ଘୋଷ ଗିରଫ

କୋଲକାତା,୧୩।୮: ଆରଜି କର ବଳାତ୍କାର ଏବଂ ହତ୍ୟା ମାମଲାରେ ତୃଣମୂଳ କଂଗ୍ରେସ (ଟିଏମସି)ର ପୂର୍ବତନ ବିଧାୟକ ନିର୍ମଳ ଘୋଷଙ୍କୁ ଗିରଫ କରାଯାଇଛି । ଅଗଷ୍ଟ ୯ ତାରିଖରେ…

ହସ୍ପିଟାଲ୍‌ର ଶୌଚାଳୟରୁ ମିଳିଲା ନର୍ସଙ୍କ ମୃତଦେହ; କବାଟ ଭାଙ୍ଗି ଶବ ଉଦ୍ଧାର, ନାଇଟ୍ ସିଫ୍ଟ…

କୋଲକାତା,୧୩।୮: ପଶ୍ଚିମବଙ୍ଗର କୋଲକାତାସ୍ଥିତ ନୀଲରତନ ସରକାର (NRS) ମେଡିକାଲ କଲେଜ ଏବଂ ହସ୍ପିଟାଲରୁ ଏକ ରହସ୍ୟଜନକ ମୃତ୍ୟୁ ମାମଲା ସାମ୍ନାକୁ ଆସିଛି। ବୁଧବାର ରାତିରେ ଡ୍ୟୁଟିରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri