Posted inଜାତୀୟ

ସମୀର ୱାନଖେଡେଙ୍କୁ ମିଳିଲା ଧମକ, ଆର୍ୟନ ଖାନଙ୍କ ମାମଲାର ତଦନ୍ତ ମଧ୍ୟରେ ମାଗିଲେ ସୁରକ୍ଷା

ମୁମ୍ବାଇ,୨୨।୫: ମୁମ୍ବାଇ ଏନସିବିର ପୂର୍ବତନ ଜୋନାଲ ନିର୍ଦ୍ଦେଶକ ଏନସିବି ସମୀର ୱାନଖେଡେ ଏବଂ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା ଧମକ ମିଳିଛି। ଏନେଇ ସେ ନିଜେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋତେ ଏବଂ ମୋର ସ୍ତ୍ରୀଙ୍କୁ ଗତ ୪ ଦିନ ଧରି ଧମକ ମିଳୁଛି ଏବଂ ସୋସିଆଲ ମିଡିଆରେ ଅଶ୍ଳୀଳ ମେସେଜ ଆସୁଛି। ଏନେଇ ଆଜି ମୁମ୍ବାଇ ପୋଲିସ କମିଶନରଙ୍କୁ ଏକ ଚିଠି ଲେଖି ସ୍ବତନ୍ତ୍ର ସୁରକ୍ଷା ଦାବି କରିବି ବୋଲି ସମୀର ୱାନଖେଡେ କହିଛନ୍ତି।

୨୦୨୧ ପର୍ଯ୍ୟନ୍ତ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋର ଜୋନାଲ ମୁଖ୍ୟ ଭାବରେ ସମୀର ୱାନଖେଡେ ବଲିଉଡରେ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁରେ ଡ୍ରଗ୍ସ ଲିଙ୍କ୍‌ , ଡ୍ରଗ୍ସ ଏବଂ କ୍ରୁଜ ମାମଲାରେ ଆର୍ଯ୍ୟନ ଖାନଙ୍କୁ ଗିରଫ କରିବା ଭଳି ଅନେକ ହାଇ-ପ୍ରୋଫାଇଲ ମାମଲାର ତଦନ୍ତର ନେତୃତ୍ୱ ନେଇଥିଲେ।

ନିକଟରେ ଆର୍ୟନ ଖାନଙ୍କ ଗିରଫକୁ ନେଇ ଶାହାରୁଖ ଖାନଙ୍କଠାରୁ ୨୫ କୋଟି ଟଙ୍କା ଲାଞ୍ଚ ମାଗିଥିବା ନେଇ ସିବିଆଇ ସମୀର ୱାନଖେଡେଙ୍କ ବିରୋଧରେ ଏଫଆଇଆର ପଞ୍ଜିକରଣ କରିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ବିଲିୟନ ଡଲାର ବାଣିଜ୍ୟ ଲକ୍ଷ୍ୟ

ନୂଆଦିଲ୍ଲୀ,୬ା୧୨ : ଭାରତ ଓ ରୁଷିଆ ଶୁକ୍ରବାର ଦ୍ୱିପାକ୍ଷିକ ଅର୍ଥନୈତିକ ଓ ବାଣିଜି୍ୟକ କାରବାର ବୃଦ୍ଧି ନିମନ୍ତେ ଆଗାମୀ ୫ ବର୍ଷ ପାଇଁ ଏକ ରୋଡ୍‌ମ୍ୟାପ୍‌...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri