Posted inଖେଳ

ପଏଣ୍ଟ ଖାତା ଖୋଲିଲା ମୁମ୍ବାଇ

ମୁମ୍ବାଇ,୩୧।୩: ପଦାର୍ପଣକାରୀ ଅଶ୍ୱନୀ କୁମାରଙ୍କ ଘାତକ ବୋଲିଂ ଓ ରିଆନ ରିକଲଟନଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ୮ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ କରିଛି। ଏହି ବିଜୟ ସହ ମୁମ୍ବାଇ ତା’ର ପଏଣ୍ଟ ଖାତା ଖୋଲିଛି। ପଦାର୍ପଣ ମ୍ୟାଚରେ ପ୍ରଥମ ଭାରତୀୟ ଭାବେ ଅଶ୍ୱନୀ ୪ ଉଇକେଟ ନେଇଛନ୍ତି।
ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା କୋଲକାତା ୧୬.୨ ଓଭରରେ ୧୧୬ ରନ କରି ଅଲଆଉଟ ହୋଇଯାଇଥିଲା। ଦଳ ପକ୍ଷରୁ ଅଙ୍ଗକ୍ରିଶ ରଘୁବଂଶୀ ୨୬, ରମନଦୀପ ସିଂ ୨୨, ମନୀଷ ପାଣ୍ଡେ ୧୯, ରିଙ୍କୁ ସିଂ ୧୭, ଅଧିନାୟକ ଅଜିଙ୍କ୍ୟ ରାହାନେ ୧୧ ରନ କରିଥିଲେ। ଏମାନଙ୍କ ବ୍ୟତୀତ ଅନ୍ୟ କେହି ଦୁଇ ଅଙ୍କ ସ୍କୋର ଛୁଇଁ ପାରିନଥିଲେ। ମୁମ୍ବାଇ ପକ୍ଷରୁ ପଦାର୍ପଣକାରୀ ଅଶ୍ୱନୀ କୁମାର ସର୍ବାଧିକ ୪ ଉଇକେଟ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଦୀପକ ଚହର ୨ଟି ଉଇକେଟ ନେଇଥିବା ବେଳେ ଟ୍ରେଣ୍ଟ ବୋଲ୍ଟ, ହାର୍ଦ୍ଦିକ, ବିଘ୍ନେଶ ପୁଥୁର ଓ ମିଚେଲ ସାଣ୍ଟନର ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ। ଜବାବରେ ମୁମ୍ବାଇ ମାତ୍ର ୧୨.୫ ଓଭରରେ ୨ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ରୋହିତ ଶର୍ମା ୧୩ ଓ ଓ୍ବିଲ ଜ୍ୟାକ୍ସ ୧୬ ରନ କରି ଆଉଟ ହୋଇଥିଲେ। ରିକଲଟନ ୪୧ ବଲରେ ୪ ଚୌକା ଓ ୫ ଛକା ସହିତ ୬୨ ରନ ଓ ସୂର୍ଯ୍ୟକୁମାର ୯ ବଲରେ ୩ ଚୌକା ଓ ୨ ଛକା ସହିତ ୨୭ ରନ କରି ମ୍ୟାଚ ଫିନିଶ କରିଥିଲେ। କେକେଆର ପକ୍ଷରୁ ରସେଲ ୨ ଉଇକେଟ ନେଇଥିଲେ।
ସଂକ୍ଷିପ୍ତ ସ୍କୋର
କୋଲକାତା ନାଇଟ୍‌ ରାଇଡର୍ସ: ୧୬.୨ ଓଭରରେ ୧୧୬/ଅଲଆଉଟ (ଆଙ୍ଗକ୍ରିଶ ରଘୁବଂଶୀ-୨୬, ମନୀଷ ପାଣ୍ଡେ-୧୯, ରିଙ୍କୁ ସିଂ-୧୭, ଅଶ୍ୱନୀ କୁମାର-୪/୨୪, ଦୀପକ ଚହର-୨/୧୯, ହାର୍ଦ୍ଦିକ ପାଣ୍ଡ୍ୟା-୧/୧୦, ଟ୍ରେଣ୍ଟ ବୋଲ୍ଟ-୧/୨୩, ମିଚେଲ ସାଣ୍ଟନର-୧/୧୭)। ମୁମ୍ବାଇ ଇଣ୍ଡିଆନ୍ସ: ୧୨.୫ ଓଭରରେ ୧୨୧/୨ (ରିୟାନ ରିକଲଟନ-୬୨*, ସୂର୍ପ୍ୟକୁମାର ଯାଦବ-୨୭*, ଓ୍ବିଲ ଜ୍ୟାକ୍ସ-୧୬, ଆନ୍ଦ୍ରେ ରସେଲ-୨/୩୫)।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ ଯନ୍ତ୍ରଣା: ଆନ୍ଧ୍ରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର, ୧୦ା୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ଯନ୍ତ୍ରଣାର ଆଉ ଏକ ଚିତ୍ର ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିବା…

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା…

AIକୁ ନେଇ ନନ୍ଦନ ନିଲେକାନିଙ୍କ ବଡ଼ ପୂର୍ବାନୁମାନ: କହିଲେ ବଡ଼ କମ୍ପାନୀଗୁଡ଼ିକରେ AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ଚାଲିଯିବ, ଛୋଟ କମ୍ପାନୀଗୁଡ଼ିକ…

ନୂଆଦିଲ୍ଲୀ,୧୦।୯: AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ହରାଇବାର ଆଶଙ୍କା ମଧ୍ୟରେ, ବିଶିଷ୍ଟ ବୈଷୟିକ ବୈଜ୍ଞାନିକ ତଥା ଇନଫୋସିସର ଅଧ୍ୟକ୍ଷ ନନ୍ଦନ ନିଲେକାନି ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ…

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ…

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri