ମୋବାଇଲ ସିଡିଆର ପକେଇଲା ଧରା: ଫେରାର ଅଭିଯୁକ୍ତଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଦିଗପହଣ୍ଡି,୧୩ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତା କଡ଼ରେ ଥିବା ଗଣେଶ ରାଇସ୍‌ ମିଲ ନିକଟରୁ ମୁମ୍ବାଇ ସମତାନଗର ଥାନା ପୋଲିସ ଜଣେ ଫେରାର ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପଳାସପୁର ଗ୍ରାମର ବିଜୟ ଗୌଡ଼(୨୬)। ମୁମ୍ବାଇର ସମତାନଗର ଏସ.ଆଇ ଅତୁଲ ଲାଞ୍ଜେ, କନଷ୍ଟେବଲ ମହେଶ ଧୋବୀ, ବାଲା ସାହେବ ବେଣ୍ଡାଟେ ସ୍ଥାନୀୟ ପୋଲିସ ସହାୟତାରେ ଗୁରୁବାର ରାତି ୧୧ଟାରେ ଚଢ଼ାଉ କରି ବିଜୟଙ୍କୁ ଗିରଫ କରିଛନ୍ତି। ଶୁକ୍ରବାର ମୁମ୍ବାଇ ପୋଲିସ ଅଭିଯୁକ୍ତଙ୍କୁ ଦିଗପହଣ୍ଡି କୋର୍ଟରେ ହାଜର କରାଇ ୪ ଦିନ ପାଇଁ ଟ୍ରାଞ୍ଜିଟ ରିମାଣ୍ଡ ପାଇଁ ଆବେଦନ କରିଥିଲେ। ମାଜିଷ୍ଟ୍ରେଟ ମାମଲାର ଗୁରୁତ୍ତ୍ୱ ଦୃଷ୍ଟିରୁ ତାଙ୍କୁ ରିମାଣ୍ଡ ପାଇଁ ଅନୁମତି ଦେବା ପରେ ପୋଲିସ ଟିମ ଅଭିଯୁକ୍ତଙ୍କୁ ସାଙ୍ଗରେ ନେଇ ମୁମ୍ବାଇ ଫେରିଥିବା ଜଣାପଡ଼ିଛି। ମୁମ୍ବାଇ ସମତାନଗର ଥାନା ଅଧୀନ ପଶ୍ଚିମ କାନ୍ଦିଭାଲିର ସାଇୟା କନଷ୍ଟ୍ରକ୍ସନ ଶ୍ରମିକ କ୍ୟାମ୍ପରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ବିଜୟ ସମ୍ପୃକ୍ତ ଥାଇ ଫେରାର ହୋଇଯାଇଥିଲେ। ଗତ ଜାନୁଆରୀ ୧ ତାରିଖ ବିଳମ୍ବିତ ରାତିରେ ଶ୍ରମିକ କ୍ୟାମ୍ପରେ ମହିଳା ଶ୍ରମିକ ସୁମନ ସମ୍ପାମୋହନ କୁଟି,ମହମ୍ମଦ ରିଜୱାନଙ୍କୁ ସେ ମାରଣାସ୍ତ୍ରରେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଅନ୍ୟ ଶ୍ରମିକମାନେ ଉଭୟଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ଡ଼. ବାବା ସାହେବ ଆମ୍ବେଡକର ଶତାବ୍ଦୀ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଏନେଇ ସୁମନ ସମ୍ପାମୋହନ କୁଟି ଥାନାରେ ଏତଲା ଦେବା ପରେ ନଂ.୧୨/୨୬ରେ ଏକ ମାମଲା ରୁଜୁ ହୋଇ ତଦନ୍ତ ଚାଲିଥିଲା। ଫେରାର ଅଭିଯୁକ୍ତଙ୍କ ମୋବାଇଲ ସିଡିଆର ଯାଞ୍ଚ ପରେ ଲୋକେଶନ ଦିଗପହଣ୍ଡି ଅଞ୍ଚଳ ଦେଖାଇଥିଲା। ପୋଲିସ ଡେପୁଟି କମିଶନରଙ୍କ ନିର୍ଦ୍ଦେଶରେ ଏସ୍‌ଆଇଙ୍କ ନେତୃତ୍ୱରେ ପୋଲିସ ଟିମ୍‌ ଦିଗପହଣ୍ଡିରେ ପହଞ୍ଚିି ଅଭିଯୁକ୍ତ ବିଜୟଙ୍କୁ ଗିରଫ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ…

ଫେବୃଆରୀ ୧୦ରେ ଘରକୁ ଆସିବାକୁ କାଟିଥିଲେ ଟିକେଟ: ଗାଁରେ ମୃତଦେହ

ଆଳି,୧୩ା୨(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ଥାନା କଣ୍ଟିପୁର ଗ୍ରାମର ମାନସ ସାହୁଙ୍କ ପୁଅ ଅନନ୍ତ(୩୭)ଦୁବାଇରେ ପାଣି ପାଇପ ମିସ୍ତ୍ରି କାମ କରୁଥିବା ବେଳେ ଫେବୃଆରୀ…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ…

ସାଇବର ଅପରାଧରୁ କିପରି ଦୂରେଇ ରହିବେ

କେସିଙ୍ଗା,୧୩।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନ ବାଳସି ଗ୍ରାମସ୍ଥିତ ଜାହାର ଉଚ୍ଚ ବିଦ୍ୟାପୀଠଠାରେ ଶ୍ରୀ କମ୍ପ୍ୟୁଟର୍‌ ଏଜୁକେଶନ (ଶ୍ରୀ ରାମ ଇନଷ୍ଟିଚ୍ୟୁଟ ଅଫ କମ୍ପ୍ୟୁଟର୍‌…

ନିଶାମୁକ୍ତ ହେବ ସୋନପୁର ଅଞ୍ଚଳ: ବସିଲା ବୈଠକ, ଏକାଠି ହେଲେ ମହିଳା ସଂଗଠନ, ଦେଲେ ଚେତାବନୀ

ଦାରିଙ୍ଗବାଡି, ୧୩।୨ (ଅରୁଣ ସାହୁ): ଦିନକୁ ଦିନ ଚୋରାମଦ କାରବାର ବୃଦ୍ଧି ପାଉଛି ।  ଅବାଧରେ ବିକ୍ରିବଟା ମଧ୍ୟ ଚାଲିଛି । ଏହି ବ୍ୟବସାୟ କରୁଥିବା ଲୋକଙ୍କ…

ଦୁଇ ଦିନ ତଳେ ଇସ୍ତଫା ଦେଇଥିଲେ, ପୁଣି ଦଳକୁ ବାହୁଡିଲେ  ପୂର୍ବରୁ ବିଷମକଟକ ବ୍ଲକରେ…

ରାୟଗଡ଼ା,୧୩।୨(ରଞ୍ଜନ ପଣ୍ଡା): ନୂତନ ଗଠିତ ଜିଲା ବିଜେଡି କମିଟିରେ ଉପସଭାପତି ପଦ ପାଇଥିବା କାଶୀପୁର ବ୍ଲକ ବରିଷ୍ଠ ବିଜେଡି ନେତା ଗଣେଶ ସାଉଁତା ବୁଧବାର ନିଜ ପଦବୀରୁ…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ ।…

ପୂର୍ବତନ କେନ୍ଦ୍ରମନ୍ତ୍ରୀ କାହ୍ନୁ ଲେଙ୍କାଙ୍କ ବିୟୋଗରେ ଶୋକ

ଦିଗପହଣ୍ଡି, ୧୩।୨(ଅଶେଷ ନାଥ ମିଶ୍ର): ପୂର୍ବତନ କେନ୍ଦ୍ର କୃଷି ଏବଂ ରେଳ ବିଭାଗ ମନ୍ତ୍ରୀ କାହ୍ନୁ ଚରଣ ଲେଙ୍କାଙ୍କ ବିୟୋଗରେ ଦିଗପହଣ୍ଡି କଂଗ୍ରେସ ଦଳ ପକ୍ଷରୁ ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri