ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କଲା ମୁମ୍ବାଇ ପୋଲିସ

ଭଦ୍ରକ,୧ା୭(ସନାତନ ରାଉତ): ଠକେଇ ଅଭିଯୋଗରେ ମୁମ୍ବାଇ ସାଇବର ପୋଲିସ ରବିବାର ଭଦ୍ରକରୁ ୫ ଯୁବକଙ୍କୁ ଗିରଫ କରି ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଚରମ୍ପା ଏରେଇଁର ପ୍ରମୋଦ କୁମାର ରବୀନ୍ଦ୍ର ବେହେରା(୨୬), କୁଅଁାସର ରାକେଶ କୁମାର ହରିରାମ ଚୌଧୁରୀ(୨୫), ଚରମ୍ପା ବରାଳପୋଖରୀର ଶୁଭେନ୍ଦୁ ନିରାକାର ଦାସ(୩୦), ଭଦ୍ରକ ବ୍ଲକ ମୌଦା ବାସହପୁର ଅଞ୍ଚଳର ଜୟଦୀପ ଅମର କୁମାର ପରିଡ଼ା(୨୪) ଓ ମୌଦା ବାଲିପାଟଣାର ମନୋଜ କୁମାର ଅନାଦି ଚରଣ ରାଉତ(୨୯)। ସମସ୍ତଙ୍କୁ ରିମାଣ୍ଡରେ ମୁମ୍ବାଇ ନିଆଯିବ ବୋଲି ଭଦ୍ରକ ଟାଉନ ଥାନା ଅଧିକାରୀ ବୀରେନ୍ଦ୍ର ସେନାପତି କହିଛନ୍ତି।

ସୂଚନା ଅନୁଯାୟୀ, ସାଇବର ଠକେଇର ଶିକାର ହୋଇଥିବା ମୁମ୍ବାଇ ଅନ୍ଧେରୀ ଅଞ୍ଚଳର ବୀରଦେଶାଇ ରୋଡ୍‌ସ୍ଥିତ ନିଉ ଚନ୍ଦ୍ରା ହାଉସିଂ ସୋସାଇଟିର ୭୩ ବର୍ଷୀୟ ମୋସେସ୍‌ ଭିନ୍‌ସେଣ୍ଟ କାର୍ଡୋଜ୍‌ ବିକେସି ସାଇବର ପୋଲିସ ଥାନାରେ ଅଭିଯୋଗ କରିଥିଲେ। ଋଣ କରାଇ ଦେବାକୁ କହି ସମସ୍ତ ବ୍ୟାଙ୍କ କାଗଜପତ୍ର ନେବା ପରେ ତାଙ୍କ ଆକାଉଣ୍ଟ ହ୍ୟାକ୍‌ କରି ପ୍ରାୟ ୫୬ଲକ୍ଷ ଟଙ୍କା ଉଠାଇ ନିଆଯାଇଥିବା ସେ ଦର୍ଶାଇଥିଲେ। ସେହି ଟଙ୍କାକୁ ଅଭିଯୁକ୍ତମାନଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର କରାଯାଇଥିବା ଜଣାପଡ଼ିଛି।

ସାଇବର ପୋଲିସ ଏନେଇ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ମାମଲାର ତଦନ୍ତଭାର ନେଇଥିବା ସାଇବର ଥାନା ଇନ୍ସପେକ୍ଟର ସବିତା ସିନ୍ଦେ ଓ ଏଏସ୍‌ଆଇ ପୁନମ୍‌ ଯାଦବଙ୍କ ସହ ୫ଜଣିଆ ଟିମ୍‌ ଭଦ୍ରକରେ ପହଞ୍ଚତ୍ ସ୍ଥାନୀୟ ପୋଲିସ ସହାୟତାରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୫ଜଣଙ୍କୁ ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସାଇବର ଠକେଇରୁ କେମିତି ରହିବେ ସୁରକ୍ଷିତ: ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ପାଳିତ

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ‘ସାଇବର ସେଫ୍ଟି କ୍ୟାମ୍ପେନ ଓଡ଼ିଶା-୨୦୨୬’ ଅବସରରେ ଏକ ସାଇବର ସଚେତନତା କାର୍ଯ୍ୟକ୍ରମ ହୋଇଯାଇଛି।…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri