Posted inଜାତୀୟ

୧୦୭ ବର୍ଷର ରେକର୍ଡ ଭାଙ୍ଗିଲା ମୁମ୍ବାଇ ବର୍ଷା

ମୁମ୍ବାଇ, ୨୭।୫: ସଅଳ ମୌସୁମୀ ସହ ଲଗାଣ ବର୍ଷା ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଜନଜୀବନକୁ ପ୍ରଭାବିତ କରିଛି। ଚଳିତ ମାସରେ ମୁମ୍ବାଇରେ ହୋଇଥିବା ବର୍ଷା ୧୦୭ ବର୍ଷର ରେକର୍ଡ ଭାଙ୍ଗିଛି। ଲଗାଣ ବର୍ଷା ଯୋଗୁ ସୋମବାର ସହରର ଅନେକ ଅଞ୍ଚଳ ଜଳାର୍ଣ୍ଣବ ହେବା ସହ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଫଳରେ ସହରରେ ଦୈନନ୍ଦିନ ଜୀବନଯାତ୍ରାରେ ବାଧା ଉପୁଜିଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ମୌସୁମୀ ମୁମ୍ବାଇରେ ପହଞ୍ଚିଛି। ଗତ ୬୯ ବର୍ଷ ମଧ୍ୟରେ ମୁମ୍ବାଇରେ ମୌସୁମୀର ଆଗମନ ସବୁଠାରୁ ଶୀଘ୍ର ହୋଇଥିବା ଆଇଏମ୍‌ଡି କହିଛି। ମହାରାଷ୍ଟ୍ର ରାଜ୍ୟ ପାଣିପାଗ ବିଭାଗ ଅନୁଯାୟୀ, ସାଧାରଣତଃ ମୁମ୍ବାଇରେ ଜୁନ୍‌ ୧୧ରେ ମୌସୁମୀ ପହଞ୍ଚିଥାଏ। ତେବେ ଚଳିତ ଥର ୧୬ ଦିନ ପୂର୍ବରୁ ମୌସୁମୀ ପହଞ୍ଚିଛି। ପୂର୍ବରୁ ୧୯୫୬, ୧୯୬୨ ଏବଂ ୧୯୭୧ରେ ମେ’ ୨୯ରେ ମୌସୁମୀ ମୁମ୍ବାଇ ଛୁଇଁଥିଲା। ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ବଜ୍ରପାତ ହେବାର ଆକଳନ କରି ଆଇଏମ୍‌ଡି ପକ୍ଷରୁ ମୁମ୍ବାଇ ଏବଂ ଏହାର ନିକଟବର୍ତ୍ତୀ ଜିଲା ଠାଣେ, ରାୟଗଡ଼ ଏବଂ ରତ୍ନଗିରି ପାଇଁ ରେଡ୍‌ ଆଲର୍ଟ ଜାରି କରାଯାଇଛି।
ବର୍ଷା ଯୋଗୁ ସହରର ପରିବହନ ଏବଂ ବିମାନ ଚଳାଚଳ ସେବା ବାଧାପ୍ରାପ୍ତ ହୋଇଛି। ମୁମ୍ବାଇରେ ୨୫୦ ବିମାନ ଉଡ଼ାଣ ପ୍ରଭାବିତ ହୋଇଛି। ବର୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ସ୍ପାଇସ୍‌ଜେଟ ଏବଂ ଏୟାରଇଣ୍ଡିଆ ଏୟାରଲାଇନ୍ସ ପକ୍ଷରୁ ନିଜ ପାସେଞ୍ଜରଙ୍କ ପାଇଁ ଆଡ୍‌ଭାଇଜରି ଜାରି କରାଯାଇଛି। ମୁମ୍ବାଇକୁ ଯାଉଥିବା କିମ୍ବା ମୁମ୍ବାଇରୁ ଆସୁଥିବା ଯାତ୍ରୀମାନେ ନିଜ ନିଜ ଫ୍ଲାଇଟ ଷ୍ଟାଟସ୍‌ ଉପରେ ନଜର ରଖିବାକୁ ଏୟାରଲାଇନ୍ସ ପକ୍ଷରୁ ପରାମର୍ଶ ଦିଆଯାଇଛି। ସେହିପରି ସହରର ଟ୍ରେନ୍‌ ସେବା ମଧ୍ୟ ପ୍ରଭାବିତ ହୋଇଛି। ନବନିର୍ମିତ ଓ୍ବର୍ଲି ଭୂତଳ ମେଟ୍ରୋ ଷ୍ଟେଶନରେ ପାଣି ପଶି କୃତ୍ରିମ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ମୁମ୍ବାଇର ବିଭିନ୍ନ ସ୍ଥାନରେ ଥିବା ରେଳ ଟ୍ରାକ୍‌ରେ ପାଣି ଜମିଥିବାରୁ ଟ୍ରେନ୍‌ ସେବା ବାଧାପ୍ରାପ୍ତ ହୋଇଛି। ଅନେକ ଟ୍ରେନ୍‌ ବିଳମ୍ବରେ ଗନ୍ତବ୍ୟ ସ୍ଥଳ ଅଭିମୁଖେ ବାହାରିଛି। ସହରର କୁର୍ଲା, ସିଓନ, ଦାଦର, ପାରେଲ ଆଦି ତଳି ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ସୃଷ୍ଟି ହୋଇଛି। ଲଗାଣ ବର୍ଷା ମଧ୍ୟରେ ବ୍ରିହନ୍‌ମୁମ୍ବାଇ ମ୍ୟୁନିସପାଲ କର୍ପୋରେଶନ (ବିଏମ୍‌ସି) ଏବଂ ମହାରାଷ୍ଟ୍ର ହାଉସିଂ ଆଣ୍ଡ୍‌ ଏରିଆ ଡେଭଲପ୍‌ମେଣ୍ଟ ଅଥରିଟି (ଏମ୍‌ଏଚ୍‌ଏଡିଏ) ପକ୍ଷରୁ ସହରରେ ଥିବା ୯୬ଟି କୋଠାକୁ ବର୍ଷାଋତୁ ପାଇଁ ବିପଜ୍ଜନକ ଚିହ୍ନଟ କରାଯାଇ, ସେଠାରେ ରହୁଥିବା ୩,୧୦୦ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ୍‌ ମୁମ୍ବାଇରେ ସୁରକ୍ଷା ଏଜେନ୍ସିଗୁଡ଼ିକୁ ସତର୍କ ରହିବା ପାଇଁ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ: ୭ ଦିନରେ ଦାବି…

ଭୁବନେଶ୍ୱର,୧୦।୧୨: ଗାନ୍ଧିମାର୍ଗରେ ଆନ୍ଦୋଳନରେ ବସିଥିବା ପ୍ରାଥମିକ ଶିକ୍ଷକ ଆନ୍ଦୋଳନରୁ ହଟିଛନ୍ତି। ଏକାମ୍ର ବିଧାୟକ ବାବୁ ସିଂ ଓ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡ଼ୁଙ୍କ ସହ...

ଏବେ ବି ଟଳିନି ସଙ୍କଟ, ୩୦୦ରୁ ଅଧିକ ବିମାନ ବାତିଲ କଲା ଇଣ୍ଡିଗୋ, ଆଡଭାଇଜରୀ ଜାରି…

ନୂଆଦିଲ୍ଲୀ,୧୦।୧୨: ମଙ୍ଗଳବାର କେନ୍ଦ୍ର ମନ୍ତ୍ରୀ ରାମ ମୋହନ ନାଇଡୁ ସଂସଦରେ ସ୍ପଷ୍ଟ ଭାବରେ କହିଥିଲେ ଯେ ପରିସ୍ଥିତିରେ ଉନ୍ନତି ହେଉଛି, ଦାୟୀ ଲୋକଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ...

କଟକରେ ଐତିହାସିକ ରେକର୍ଡ କଲେ ବୁମ୍‌ରା: ପ୍ରଥମ ଭାରତୀୟ ବୋଲର୍‌ ଭାବେ…

କଟକ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ...

ଭାରତୀୟ ଚାଉଳ ଉପରେ ଟାରିଫ୍‌ ଲଗାଇବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୧୦ା୧୨:ଭାରତ ସମେତ ବିଭିନ୍ନ ଦେଶରୁ ରପ୍ତାନି ହେଉଥିବା ଚାଉଳ ଉପରେ ଅତିରିକ୍ତ ଟାରିଫ୍‌ ଲଗାଇବା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଧମକ ଦେଇଛନ୍ତି। ଭାରତ...

ଦର୍ଶକଙ୍କୁ ମୁହଁରେ ବାଜିଲା ପାଣ୍ଡ୍ୟାଙ୍କ ବଲ୍‌: ଆଉ ତା’ପରେ ଘଟିଗଲା…

କଟକ,୧୦।୧୨: କଟକରେ ଖେଳାଯାଇଥିବା ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ...

ମୁଖ୍ୟମନ୍ତ୍ରୀ ମୋନ ମାଝୀଙ୍କ ପାଇଁ ଏମିତି କହିଦେଲେ ସୂର୍ଯ୍ୟକୁମାର: ବଢୁଛି ଚର୍ଚ୍ଚା

କଟକ,୧୦।୧୨: ଐତିହାସିକ ବାରବାଟୀ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଟି୨୦ କ୍ରିକେଟ ମ୍ୟାଚ୍‌ରେ ଭାରତ ୧୦୧ ରନ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି।...

ବନ୍ଦ ଘରୁ ମିଳିଲା ଇଲେଟ୍ରିସିଆନଙ୍କ ଝୁଲନ୍ତା ମୃତଦେହ: ପୋଲିସ ପହଞ୍ଚି…

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ମାଗୁର ବେଡ଼ା କଲୋନୀଠାରେ ଏକ ବନ୍ଦଘରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି l ଯୁବକ...

ତାମିଲ ବାବୁଙ୍କୁ ଧର…ମୋହନ ସରକାରଙ୍କୁ କାହିଁକି ଏମିତି କହିଲେ ରଣେନ୍ଦ୍ର

ଭୁବନେଶ୍ୱର,୧୦।୧୨(ରବି ନାରାୟଣ ଜେନା):ନିର୍ବାଚନ ବେଳେ ତାମିଲ ବାବୁ ଚାବି ନେଇଗଲେ ବୋଲି କହୁଥିଲ। ଏବେ ତାମିଲ ବାବୁଙ୍କୁ ଧର ବୋଲି ବିଜେଡିର ବରିଷ୍ଠ ସଦସ୍ୟ ରଣେନ୍ଦ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri