Posted inTrending, ଖେଳ

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ ଟିମ୍‌ରୁ ମଧ୍ୟ ତାଙ୍କ ନାଁ ଗାଏବ ରହିଛି। ୨୦୨୬-୨୭ ରଣଜୀ ଟ୍ରଫିର ପ୍ରଥମ ମ୍ୟାଚ ପାଇଁ ମୁମ୍ବାଇ ଘୋଷଣା କରିଥିବା ଦଳରେ ସୂର୍ଯ୍ୟକୁମାରଙ୍କୁ ସ୍ଥାନ ମିଳିନାହିଁ। ମୁମ୍ବାଇ ଅକ୍ଟୋବର ୧୧ରୁ ୧୫ ତାରିଖ ମଧ୍ୟରେ ଚଣ୍ଡିଗଡ଼ ବିପକ୍ଷରେ ରଣଜୀ ଟ୍ରଫିର ନୂଆ ସିଜନ ଆରମ୍ଭ କରିବ। ଏହି ମ୍ୟାଚ ପାଇଁ ଘୋଷିତ ଦଳର ନେତୃତ୍ୱ ଦାୟିତ୍ୱ ସିଦ୍ଧେଶ ଲାଡଙ୍କୁ ଦିଆଯାଇଥିବା ବେଳେ ଯୁବ ବ୍ୟାଟର ଆୟୁଷ ମହାତ୍ରେଙ୍କୁ ଉପଅଧିନାୟକ କରାଯାଇଛି।
ରିପୋର୍ଟ ଅନୁସାରେ, ସୂର୍ଯ୍ୟକୁମାର ଯାଦବ ଆଗାମୀ ରଣଜୀ ସିଜନ ପାଇଁ ନିଜକୁ ଉପଲବ୍ଧ ରଖିଥିଲେ। ଏହା ସତ୍ତ୍ୱେ ଚଣ୍ଡିଗଡ଼ ବିପକ୍ଷ ପ୍ରଥମ ମ୍ୟାଚ ପାଇଁ ତାଙ୍କୁ ଦଳରେ ସାମିଲ କରାଯାଇନାହିଁ। ଫଳରେ ତାଙ୍କ କ୍ୟାରିୟର ଉପରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତେବେ ମୁମ୍ବାଇ ଏପର୍ଯ୍ୟନ୍ତ କେବଳ ପ୍ରଥମ ମ୍ୟାଚ ପାଇଁ ହିଁ ଦଳ ଘୋଷଣା କରିଛି। ତେଣୁ ଆଗାମୀ ମ୍ୟାଚ୍ଗୁଡ଼ିକରେ ସୂର୍ଯ୍ୟକୁମାରଙ୍କୁ ସୁଯୋଗ ମିଳିବ କି ନାହିଁ, ତାହା ଉପରେ ନଜର ରହିବ।

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତ ଟି-୨୦ ବିଶ୍ୱକପ୍‌ରେ ଚାମ୍ପିଅନ ହୋଇଥିଲା। ବିଶ୍ୱକପ ଫାଇନାଲ ହିଁ ଭାରତୀୟ ଦଳ ପାଇଁ ତାଙ୍କର ଶେଷ ମ୍ୟାଚ ଥିଲା। ଏହା ପରେ ତାଙ୍କୁ ଆଉ ଟିମ ଇଣ୍ଡିଆରେ ସୁଯୋଗ ମିଳିନାହିଁ। ସୂର୍ଯ୍ୟକୁମାରଙ୍କ ପରେ ଶ୍ରେୟସ ଆୟରଙ୍କୁ ଭାରତୀୟ ଟି-୨୦ ଦଳର ନେତୃତ୍ୱ ଦାୟିତ୍ୱ ଦିଆଯାଇଛି। ଏଭଳି ସ୍ଥିତିରେ ସୂର୍ଯ୍ୟଙ୍କ ପାଇଁ ପୁଣିଥରେ ଟିମ ଇଣ୍ଡିଆକୁ ଫେରିବା କଷ୍ଟକର ହେବ ବୋଲି ଚର୍ଚ୍ଚା ହେଉଛି।

ଚଣ୍ଡିଗଡ଼ ବିପକ୍ଷ ମ୍ୟାଚ ପାଇଁ ମୁମ୍ବାଇ ଦଳରେ ଯଶସ୍ବୀ ଜୟସ୍ବାଲ, ମୁଶୀର ଖାନ ଓ ସରଫରାଜ ଖାନଙ୍କ ଭଳି ଖେଳାଳି ରହିଛନ୍ତି। ଏହାସହ ଶମ୍ସ ମୁଲାନୀ, ତନୁଷ କୋଟିଆନ ଓ ତୁଷାର ଦେଶପାଣ୍ଡେ ମଧ୍ୟ ଦଳରେ ସ୍ଥାନ ପାଇଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ପ୍ରଥମଥର ଦିନିକିଆରେ କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?