Posted inଜାତୀୟ

ମୁମ୍ବାଇରେ ଆତଙ୍କବାଦୀ ଆକ୍ରମଣ ଆଶଙ୍କା: ଆଲର୍ଟ ଜାରି

ମୁମ୍ବାଇ,୧୮ ।୯: ନିକଟରେ ଦିଲ୍ଲୀ ସ୍ପେଶାଲ ସେଲ୍ ଦ୍ୱାରା ୬ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରାଯିବା ପରେ ଦେଶରେ ହେବାକୁ ଯାଉଥିବା ବଡ ଧରଣର ଆତଙ୍କବାଦୀ ଆକ୍ରମଣକୁ ଏଡାଇ ଦିଆଯାଇଥିଲା । ହେଲେ ଏମାନଙ୍କ ମଧ୍ୟରେ ମୁମ୍ବାଇ ଧରାବିର ଜଣେ ସନ୍ଦିଗ୍ଧ ରହିଥିବାରୁ ଏବେ ମୁମ୍ବାଇ ପ୍ରତି ବିପଦ ଆଶଙ୍କା ଅଧିକ ଥିବା ଅନୁମାନ କରାଯାଇଛି । ଦିଲ୍ଲୀ ସ୍ପେଶାଲ ସେଲର ସୂତ୍ରରୁ ମିଳିଥବା ସୂଚନା ଅନୁଯାୟୀ, ଗିରଫ ହୋଇଥିବା ସନ୍ଦଗ୍ଧ ଆତଙ୍କବାଦୀ ମୁମ୍ବାଇ ଟ୍ରେନ୍ ସମେତ ଭିନ୍ନ ଭିନ୍ନ ସ୍ଥାନରେ ଆତଙ୍କବାଦୀ ଆକ୍ରମଣକୁ ସଫଳ କରିବା ଯୋଜନାରେ ରହିଛି । ଏ ସମ୍ପର୍କରେ ରେଲୱେ ପୋଲିସ ବା ଜିଆର୍‌ପିକୁ ଏଜେନ୍ସି ନିକଟରୁ ସମ୍ଭାବ୍ୟ ଆକ୍ରମଣ ସମ୍ପର୍କରେ ସୂଚନା ମିଳିଛି । ଏବେ ଗୁଇନ୍ଦା ସଂସ୍ଥା ଜିଆର୍‌ପି ପୋଲିସକୁ ଟ୍ରେନ୍‌ରେ ଗ୍ୟାସ ଆଟାକ ବା ପ୍ଲାଟଫର୍ମରେ ଭିଡ ଯାତ୍ରୀଙ୍କ ମଧ୍ୟରେ ଗାଡି ମଡାଇ ଦେବା ଭଳି ଯୋଜନା ଆତଙ୍କବାଦୀମାନେ କରି ଥାଇପାରନ୍ତି ବୋଲି କୁହାଯାଇଛି । ଏହି ସୂଚନା ମିଳିବା ପରେ ଯାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛି ଜିଆରପି ପୋଲିସ । ମୁମ୍ବାଇର ପ୍ରାୟ ସମସ୍ତ ଷ୍ଟେଶନରେ ସୁରକ୍ଷା ବ୍ୟବସ୍ଥାକୁ ବଢାଇ ଦିଆଯାଇଛି । କିଛି ଏଣ୍ଟ୍ରି ଓ ଏକ୍‌ଜିଟକୁ ବନ୍ଦ ବି କରି ଦିଆଯାଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ଜିଆର୍‌ପି ଲାଇଭ୍ ପୋଲିସ ମକଡ୍ରିଲ ଆରମ୍ଭ କରି ଦେଇଥିବା ବେଳେ ମଝିରେ ମଝିରେ ବମ୍ ସ୍କାଡ ଓ ଡଗ୍ ସ୍କାଡର ବ୍ୟବସ୍ଥା ମଧ୍ୟ କରାଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ତାମିଲନାଡୁ ବିଧାନସଭା ନିର୍ୱାଚନ: ଭାଜପା ପ୍ରାର୍ଥୀ ତାଲିକାରେ ଆନ୍ନାମଲାଇଙ୍କ ନାମ ନାହିଁ

ଚେନ୍ନାଇ,୩ା୪: ତାମିଲନାଡୁ ବିଧାନସଭା ନିର୍ୱାଚନ ପାଇଁ ଭାଜପା ଶୁକ୍ରବାର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହେଲେ ଦଳର ପୂର୍ୱତନ ରାଜ୍ୟ ସଭାପତି କେ. ଆନ୍ନାମଲାଇଙ୍କ ନାମ ଉକ୍ତ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri