Posted inଜାତୀୟ

ଜି-୨୦ ସମ୍ମିଳନୀ: ଗାଡ଼ି ଚଳାଚଳ ନେଇ ଆଡଭାଇଜରୀ ଜାରି କଲା ପୋଲିସ

ମୁମ୍ବାଇ,୧୨।୧୨: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇର ତାଜ ହୋଟେଲରେ ଡିସେମ୍ବର ୧୩ରେ ଜି-୨୦ ସମ୍ମିଳନୀ ଆୟୋଜିତ ହେବ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଟ୍ରାଫିକ ପୋଲିସ ପକ୍ଷରୁ ଏକ ଆଡଭାଇଜରୀ ଜାରି କରାଯାଇଛି। ଏହି ଆଡଭାଇଜରୀ ଅନୁଯାୟୀ, ଦକ୍ଷିଣ ମୁମ୍ବାଇର ଅନେକ ରାସ୍ତା ଡିସେମ୍ବର ୧୨ରୁ ଡିସେମ୍ବର ୧୬ ପର୍ଯ୍ୟନ୍ତ ବନ୍ଦ ରହିବ। ଏହି ଦିନ ଅନ୍ୟ ରାସ୍ତା ଦେଇ ଯିବାକୁ ମୁମ୍ବାଇ ଟ୍ରାଫିକ ପୋଲିସ ପରାମର୍ଶ ଦେଇଛି। ଫଳରେ ଲୋକମାନେ କୌଣସି ସମସ୍ୟାର ସମ୍ମୁଖୀନ ହେବେ ନାହିଁ। ଟ୍ରାଫିକ ପୋଲିସର ସୂଚନାନୁସାରେ, ବନ୍ଦ ଥିବା ରାସ୍ତାରେ କୌଣସି ଗାଡି ଚଳାଚଳ ନିଷେଧ ରହିବ। ତେବେ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ଯାନ ଚଳପ୍ରଚଳ କରିପାରିବ। ଏହି ତାରିଖଗୁଡିକ ମଧ୍ୟରେ ଅନେକ ରାସ୍ତା ବନ୍ଦ ଯୋଗୁ ଲୋକଙ୍କୁ ଟ୍ରାଫିକ ଜାମ୍‌ ସମସ୍ୟାର ସମ୍ମୁଖୀନ ହେବାକୁ ପଡିପାରେ। ଏଭଳି ପରିସ୍ଥିତିରେ ଲୋକମାନେ ଜାମ୍‌କୁ ଏଡାଇବା ପାଇଁ ଉଲ୍ଲେଖ କରାଯାଇଥିବା ବିକଳ୍ପ ମାର୍ଗ ନେବା ଉଚିତ୍‌ ବୋଲି ମୁମ୍ବାଇ ଟ୍ରାଫିକ ପୋଲିସ କହିଛି। ଏହି ସମସ୍ତ ମାର୍ଗ ଡିସେମ୍ବର ୧୩ ମଧ୍ୟାହ୍ନ ୧୨ଟାରୁ ୧୧ଟା ୩୦ ପର୍ଯ୍ୟନ୍ତ ବନ୍ଦ ରହିବ। ରିଗଲ ଜଙ୍କସନରୁ ଛତ୍ରପତି ଶିବାଜୀ ମାର୍ଗ ଜଙ୍କସନ ପର୍ଯ୍ୟନ୍ତ ବନ୍ଦ ରହିବ। ଅନ୍ୟପଟେ ବିକଳ୍ପ ମାର୍ଗ ଭାବେ ରିଗାଲ ସର୍କଲରୁ ଦକ୍ଷିଣରେ ଥିବା ମହାକାବୀ ଭୂଷଣ ମାର୍ଗ, ତାଜ ପ୍ୟାଲେସ, ବୋମନ, ବେହେରା ରୋଡ, ଅଲଭା ଛକ, ଇଲେକ୍ଟ୍ରିକ୍‌ ହାଉସ, ଆଜମି ରୋଡ, ଭିଣ୍ଡ ଭଜନ ମନ୍ଦିର ଆଦି ମାର୍ଗ ଖୋଲା ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରାଚ୍ୟରେ ପୁଣି ଉତ୍ତେଜନା, ହେଜବୋଲା ଉପରେ ଆକ୍ରମଣ କଲା ଇସ୍ରାଏଲ

ଜେରୁଜେଲମ,୧୪।୬: ଯେତେବେଳେ ଆମେରିକା ଏବଂ ଇରାନ ଶାନ୍ତି ଆଲୋଚନା ବିଷୟରେ ଦାବି କରୁଛନ୍ତି, ସେତେବେଳେ ମଧ୍ୟପ୍ରାଚ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି। ଇସ୍ରାଏଲ ହେଜବୋଲା ପଦାଧିକାରୀମାନଙ୍କ ଉପରେ…

ଦିଦିଙ୍କ ହାତରୁ ଗଲା ଟିଏମସି? କାକୋଲି କହିଲେ, ‘ନୂଆ ଦଳ ପାଇଁ ବାଚସ୍ପତିଙ୍କୁ ଅନୁରୋଧ କରିବୁ’

କୋଲକାତା,୧୪।୬: ୧୫ ବର୍ଷ ଧରି ପଶ୍ଚିମବଙ୍ଗରେ ଶାସନ କରିଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବେ ତାଙ୍କ ଦଳ ତୃଣମୂଳ କଂଗ୍ରେସକୁ ହରାଉଥିବା ଜଣାପଡ଼ିଛି। ୨୦ ରୁ…

ପହିଲି ରଜରେ ଅଘଟଣ: ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ

ରାଜନଗର,୧୪ା୬(ଭାସ୍କର ରାଉତରାୟ): ପହିଲି ରଜରେ ଅଘଟଣ। ବଜ୍ରପାତରେ ଚାଲିଗଲା ବାପା-ମା’ଙ୍କର ଏକମାତ୍ର ପୁଅର ଜୀବନ। ସେ ହେଉଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଘଡ଼ିଆମାଳ ଗାଁର ଦୈତାରୀ…

ରଜରେ ବଡ଼ ଅଘଟଣ; ୧୦ ମିନିଟ୍‌ ବ୍ୟବଧାନରେ ୨ ଦୁର୍ଘଟଣା, କେନ୍ଦୁଝରରେ ୫ ମୃତ

କେନ୍ଦୁଝର,୧୪।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ପ୍ରଥମ ରଜ ପାଇଁ ଚାରିଆଡ଼େ ଉତ୍ସବର ପରିବେଶ ରହିଥିବା ବେଳେ କେନ୍ଦୁଝର ଜିଲା କାଞ୍ଜିପାଣି ଥାନା ଅନ୍ତର୍ଗତ ଏନଏଚ ୪୯ ରେ…

ଦାମୀଗାଡ଼ିରେ ଗଞ୍ଜେଇ ଚାଲାଣ, ପାଟ୍ରୋଲିଂବେଳେ ଦୁଇ ଅଭିଯୁକ୍ତଙ୍କୁ…

ବଲାଙ୍ଗୀର,୧୪ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଅବକାରୀ ବିଭାଗ ରବିବାର ଭୋରରୁ ତୁଷୁରା-ଆଟଗାଁ ରାସ୍ତାରେ ପାଟ୍ରୋଲିଂ କରୁଥିବାବେଳେ ଏକ ଧଳା ରଙ୍ଗର ଦାମୀ ଥାର ଗାଡ଼ିରେ ଚାଲାଣ ହେଉଥିବା…

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri