କଲମ ଧରିବେ ଦିବ୍ୟାଙ୍ଗ ମୁନା

ଭୁବନେଶ୍ୱର,୧୦।୨ (ବ୍ୟୁରୋ): ପଢା ଲେଖାରେ ମନ ଥିଲେ ମଧ୍ୟ କୁନି ପୁଅ ମୁନାର ଶାରୀରିକ ଅକ୍ଷମତା ଏଥିରେ ପ୍ରତିବନ୍ଧକ ସାଜିଥିଲା। କାରଣ ସେ ଅନେକ ଦିନରୁ ଦୁଇ ହାତ ହରାଇଛନ୍ତି। ହେଲେ ଏବେ ସେ କଲମ ଧରିବେ, ଆଉ ପାଠପଢ଼ି ନିଜ ସ୍ବପ୍ନ ବି ସାକର କରିବେ। ଏଥିପାଇଁ ଓଡ଼ିଶା ମୋ ପରିବାର ତାଙ୍କୁ କୃତ୍ରିମ ହାତ ଯୋଗାଇଦିଆଯାଇଛି। ଦେବଗଡ଼ ଜିଲା ରିମାଲ ଅଞ୍ଚଳର ୭ବର୍ଷୀୟ ବାଳକ ମୁନା ମାଝି ଦିନେ ଛାତ ଉପରେ ଖେଳୁଥିବାବେଳେ ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସିବାରୁ ତାଙ୍କ ଦୁଇ ହାତ ଜଳିଯାଇ ଗୁରୁତର ଆହତ ହୋଇଥିଲା। ଡାକ୍ତର ତାଙ୍କୁ ବଞ୍ଚାଇ ଦେଇଥିଲେ ମଧ୍ୟ ଦୁଇ ହାତକୁ କାଟିବାକୁ ପଡିଥିଲା। ତେବେ ଏହାସତ୍ତ୍ୱେ ମୁନାଙ୍କର ମନୋବଳ ଭାଙ୍ଗି ନ ଥିଲା। ପାଠ ପଢି ବ ମଣିଷ ହେବା ପାଇଁ ପୂର୍ବପରି ବିଦ୍ୟାଳୟରେ ପଢିବା ଜାରି ରଖିଛନ୍ତି। ହେଲେ ଦୁଇ ହାତ ନ ଥିବାରୁ ଲେଖାଲେଖି କରିପାରୁ ନାହାନ୍ତି। ମୋ ପରିବାର ପକ୍ଷରୁ କୃତ୍ରିମ ଅଙ୍ଗ ଯୋଗାଣ ସମ୍ପର୍କରେ ପରିବାର ଲୋକେ ଗଣମାଧ୍ୟମରୁ ଜାଣିବା ପରେ ଏଥିପାଇଁ ଦେବଗଡ ଜିଲା ଜୀବନବିନ୍ଦୁ ସଂଯୋଜକ ରୋମାଞ୍ଚ ରଞ୍ଜନ ବିଶାଳଙ୍କୁ ଅନୁରୋଧ କରିଥିଲେ। ପରେ ସେ ବିଜୁ ଛାତ୍ର ଜନତା ଦଳର ରାଜ୍ୟ ଉପ ସଭାପତି ଭବାନୀ ଶଙ୍କର ଦାସଙ୍କୁ ଜଣାଇଥିଲେ। ଏନେଇ ବିଜେଡି ଯୁଗ୍ମ ସମ୍ପାଦକ(ଓଡ଼ିଶା ମୋ ପରିବାର) ରୁଦ୍ର ନାରାୟଣ ସାମନ୍ତରାୟ କ୍ୟାପିଟାଲ ହସ୍ପିଟାଲ ପରିସରସ୍ଥିତ ଏଆର୍‌ସି ସହିତ ଯୋଗାଯୋଗ କରିଥିଲେ। ଗୁରୁବାର ତାଙ୍କୁ କୃତ୍ରିମ ହାତ ଯୋଗାଇ ଦିଆଯାଇଛି। ଏହି ସମୟରେ ସ୍ବାସ୍ଥ୍ୟ ଉପଦେଷ୍ଟା ସତ୍ୟଜିତ ଦାଶ, ଭବାନୀ ଶଙ୍କର ଦାସ ଏବଂ ଓଡ଼ିଶା ମୋ ପରିବାର ସଦସ୍ୟ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

‘ଦେଶବାସୀଙ୍କୁ Slow Poison ଦେଉଛନ୍ତି ସରକାର’

ନୂଆଦିଲ୍ଲୀ,୨୪। ୫: ଦେଶରେ କ୍ରମାଗତ ଭାବେ ବଢ଼ୁଥିବା ପେଟ୍ରୋଲ ଏବଂ ଡିଜେଲ ଦରକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛନ୍ତି ଆମ ଆଦମୀ ପାର୍ଟି (AAP)ର ଜାତୀୟ…

ମଦ୍ୟପ ପୁଅର ଉନ୍ମକ୍ତ କାଣ୍ଡ, ନିଶାଶକ୍ତ ଅବସ୍ଥାରେ ମା’କୁ ପିଟିପିଟି ମାରିଦେଲେ

ରାଜକନିକା,୨୪।୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଅଞ୍ଚଳ ବଳରାମପୁର ପଞ୍ଚାୟତ ପାତୁଳି ଗାଁରେ ଶନିବାର ବିଳମ୍ଵିତ ରାତ୍ରିରେ ଘଟିଯାଇଛି ଏକ ଦୁଃଖଦ ଘଟଣା ।…

ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ପାଇଁ ନୂଆ କର୍ମକର୍ତ୍ତା ଚୟନ: ସଭାପତି ହେଲେ…

ଛତ୍ରପୁର,୨୪ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଗୋପାଳପୁର ବନ୍ଦର କର୍ମଚାରୀ ସଂଘର ସୁପରିଚାଳନା ନିମନ୍ତେ ଚଳିତବର୍ଷର ସଭ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ରବିବାର କଣମଣାସ୍ଥିତ ବାତ୍ୟା ଆଶ୍ରୟସ୍ଥଳୀଠାରେ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri