ଅଧ୍ୟକ୍ଷ ପଦବୀ ଅଣସଂରକ୍ଷିତ

କାମାକ୍ଷାନଗର/ ଭୁବନ, ୨।୨(ଡି.ଏନ୍‌.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ଏବଂ ଭୁବନ ଏନ୍‌ଏସିରେ ଅନୁଷ୍ଠିତ ହେବାକୁ ଥିବା ପୌର ନିର୍ବାଚନ ପାଇଁ ବୁଧବାର ଚୂଡ଼ାନ୍ତ ଓ୍ବାର୍ଡ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ଉଭୟ ବିଜ୍ଞପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ ପଦବୀ ଅଣସଂରକ୍ଷିତ ରହିଛି। ସେହିପରି ସଂରକ୍ଷଣ ତାଲିକାରେ ମହିଳାଙ୍କୁ ପ୍ରାଧାନ୍ୟ ଦିଆଯାଇଛି। ତେଣୁ ଚଳିତ ନିର୍ବାଚନରେ କଡ଼ା ଟକ୍କର ଦେଖିବାକୁ ମିଳିବ ବୋଲି ସ୍ପଷ୍ଟ ହୋଇଛି।
କାମାକ୍ଷାନଗର ଏନ୍‌ଏସିର ମୋଟ ୧୫ ଓ୍ବାର୍ଡ ମଧ୍ୟରୁ ୧, ୭, ୯, ୧୧, ୧୨, ୧୩ନଂ. ଅଣସଂରକ୍ଷିତ ରହିଛି। ସେହିପରି ୨, ୧୫ନଂ. ଅନୁସୂଚିତ ଜାତି ମହିଳା, ୫ନଂ. ଓ୍ବାର୍ଡ ଅନୁସୂଚିତ ଜାତି, ୬ନଂ. ଓ୍ବାର୍ଡ ଅନୁସୂଚିତ ଜନଜାତି ମହିଳାଙ୍କ ପାଇଁ ନିର୍ଦ୍ଧାରିତ କରାଯାଇଛି। ସେହିପରି ୩, ୪, ୮, ୧୦, ୧୪ ଓ୍ବାର୍ଡ ମହିଳାଙ୍କ ଲାଗି ସଂରକ୍ଷିତ ରହିଛି। ମୋଟ ଉପରେ ୮ଟି ଓ୍ବାର୍ଡ ବିଭିନ୍ନ ବର୍ଗର ମହିଳାଙ୍କ ଲାଗି ସଂରକ୍ଷିତ ରଖାଯାଇଥିବା ପୌର ନିର୍ବାହୀ ଅଧିକାରୀ ଇଂ. ବିରଜା ପ୍ରସାଦ ରଥ ସୂଚନା ଦେଇଛନ୍ତି।
ସେହିପରି ୧୫ ଓ୍ବାର୍ଡ ବିଶିଷ୍ଟ ଭୁବନ ଏନ୍‌ଏସିର ୧ନଂ. ଓ୍ବାର୍ଡ ଅନୁସୂଚିତ ଜାତି, ୨ନଂ. ଅଣସଂରକ୍ଷିତ, ୩ନଂ. ମହିଳା, ୪ନଂ. ମହିଳା, ୫ନଂ. ଅଣସଂରକ୍ଷିତ, ୬ନଂ. ଅଣସଂରକ୍ଷିତ, ୭ନଂ. ଅଣସଂରକ୍ଷିତ, ୮ନଂ. ମହିଳା, ୯ନଂ. ଅଣସଂରକ୍ଷିତ, ୧୦ନଂ. ଅନୁସୂଚିତ ଜାତି ମହିଳା, ୧୧ନଂ. ମହିଳା, ୧୨ନଂ. ମହିଳା, ୧୩ନଂ. ଅଣସଂରକ୍ଷିତ, ୧୪ନଂ. ମହିଳା, ୧୫ନଂ. ଅନୁସୂଚିତ ଜନଜାତି ମହିଳାଙ୍କ ଲାଗି ସଂରକ୍ଷିତ ରଖାଯାଇଥିବା ନିର୍ବାହୀ ଅଧିକାରୀ ଶ୍ୟାମସୁନ୍ଦର ସାହୁ ସୂଚନା ଦେଇଛନ୍ତି। ମୋଟ ଉପରେ ୮ଟି ଓ୍ବାର୍ଡ ମହିଳାଙ୍କ ଲାଗି ସଂରକ୍ଷିତ ରଖାଯାଇଛି।
ଉଭୟ ଏନ୍‌ଏସିରେ ୧୫ଟି ଲେଖାଏ କାଉନ୍‌ସିଲର ପଦବୀ ରହିଛି। ତନ୍ମଧ୍ୟରୁ ୮ଟି ଲେଖାଏ ଅର୍ଥାତ୍‌ ମୋଟ ଉପରେ ୫୦% ଆସନ ମହିଳାଙ୍କ ଲାଗି ସଂରକ୍ଷିତ କରାଯାଇଛି। ଫଳରେ ପୌର ନିର୍ବାଚନରେ ମହିଳାଙ୍କ ପ୍ରାଧାନ୍ୟ ବଢ଼ିବ ବୋଲି ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ମତପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ବାଇକରେ ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା କୁକୁର, ଘଟଣାସ୍ଥଳରେ…

ପରଜଙ୍ଗ, ୩୧।୩(ନିଗମାନନ୍ଦ ଦଳବେହେରା) : ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଫାଣ୍ଡି ଅଧୀନ ୫୩ ନଂ ଜାତୀୟ ରାଜପଥର ଦୁର୍ଗା ହୋଟେଲ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ…

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

ସମାଜର ମୁଖ୍ୟସ୍ରୋତରେ ସାମିଲ ହେବେ ଦିବ୍ୟାଙ୍ଗ, ନିଜେ ଆତ୍ମନିର୍ଭରଶୀଳ ହୋଇ…

ପରଜଙ୍ଗ,୨୬ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ମହେଶ୍ଚନ୍ଦ୍ର ସୁବାହୁସିଂହ ନୋଡାଲ ବିଦ୍ୟାପୀଠ ପରିସରରେ ଗୁରୁବାର ଆୟୋଜକ ପରଜଙ୍ଗ ବ୍ଲକ ପ୍ରଶାସନ ଏବଂ ଜିଲା ସାମାଜିକ ସୁରକ୍ଷା ଓ…

 ପଡୋଶୀ ଘର ଅଳିଆ ଗଦାରୁ ବ୍ୟାପିଲା ନିଆଁ: ଜଳିଗଲା….

ପରଜଙ୍ଗ,୨୩।୩ ( ନିଗମାନନ୍ଦ ଦଳବେହେରା): ଢ଼େଙ୍କାନାଳ ଜିଲା  ପରଜଙ୍ଗ ବ୍ଲକ ପିତିରି ପଞ୍ଚାୟତ ପଡିିଆଭଙ୍ଗା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ରମେଶ ଜେନାଙ୍କ  ଦୁଇ…

ମା‘ ତାରିଣୀ ମନ୍ଦିରର ବାର୍ଷିକ ଉତ୍ସବ: ଚଳଚଞ୍ଚଳ ପରଜଙ୍ଗ ଗାଁ

ପରଜଙ୍ଗ,୨୨।୩ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବଜାର ମଧ୍ୟରେ ମା’ ତାରିଣୀଙ୍କ ମନ୍ଦିର ରହିଛି ।ଏହି ମନ୍ଦିରରେ ୩ ଦିନ ଧରି ହେବାକୁ ଥିବା ୧୨…

କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ

କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri