ପୌର ବଜେଟ ଫାଇଲ ଚୋରି ଭିଡିଓ ଭାଇରାଲ

ଯାଜପୁର ରୋଡ,୧୪ା୪(ଡି.ଏନ.ଏ.):ବ୍ୟାସନଗର ପୌରପାଳିକା ତରଫରୁ ଗତ ବୁଧବାର ୨୦୨୩-୨୪ ଆର୍ଥିକ ବର୍ଷ ନିମନ୍ତେ ବଜେଟ ଉପସ୍ଥାପନ କରାଯାଇଛି। ଏହି ବଜେଟରେ କୌଣସି ବିଷୟରେ ତାଳମେଳ ରହୁ ନ ଥିବା କାଉନସିଲରମାନେ ଅଭିଯୋଗ କରୁଥିବା ବେଳେ କୋରେଇ ବିଧାୟକ ମଧ୍ୟ ଅସନ୍ତୋଷ ଜାହିର କରିବା ସହିତ ବଜେଟ ଉପସ୍ଥାପନ ପୂର୍ବରୁ ଅଭିଜ୍ଞ ବ୍ୟକ୍ତିବିଶେଷଙ୍କ ସହିତ ଆଲୋଚନା କରିଥିଲେ ସୁନ୍ଦର ହୋଇଥାନ୍ତା ବୋଲି ମତବ୍ୟକ୍ତ କରିଛନ୍ତି। ଏହି ବଜେଟ ଉପସ୍ଥାପନ ସମୟରେ ଅଫିସର ବଡ଼ବାବୁ ଶାରୀରିକ ଅସୁସ୍ଥ ହୋଇ ଚିକିତ୍ସାଧୀନ ରହିଥିବାବେଳେ ତାଙ୍କ ସ୍ଥାନରେ ଅବସ୍ଥାପିତ ହୋଇଥିବା ମହିଳା କର୍ମଚାରୀଜଣଙ୍କ ଏବିଷୟରେ ଅନଭିଜ୍ଞ ଥିବା ଜଣାପଡିଛି। ଫଳରେ ଚଳିତ ବଜେଟକୁ ସରସ ସୁନ୍ଦର କରିବାରେ ପୌର କର୍ତ୍ତୃପକ୍ଷ ବିଫଳ ହୋଇଥିବା ଅଭିଯୋଗ ହେଉଛି। ଏପରି ସ୍ଥିତିରେ ପାରିଷଦର ବଜେଟ ଫାଇଲ ଚୋରି ସମ୍ପର୍କିତ ଏକ ଭିଡିଲ ଭାଇରାଲ ହେବା ଆଲୋଚନାର ଖୋରାକ ଯୋଗାଇଛି। ତଥ୍ୟ ମୁତାବକ, ପୌର ସମ୍ମିଳନୀ ଗୃହରେ ବଜେଟ ଉପସ୍ଥାପନ କାର୍ଯ୍ୟ ପରେ ପୌରାଧ୍ୟକ୍ଷା ଅନ୍ୟ କାର୍ଯ୍ୟରେ ବ୍ୟସ୍ତ ରହିଥିବା ବେଳେ ଜଣେ ବ୍ୟକ୍ତି ବଜେଟ ସମ୍ପର୍କିତ ଫାଇଲକୁ ସେଠାରୁ ନେଇଯିବାକୁ ନେଇ ଆଲୋଚନା ଜୋର ଧରିଛି। ତେବେ ତୁରନ୍ତ ଏହି ଫାଇଲ ଫେରାଇଦେବାକୁ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଚାପ ପକାଯାଉଥିବା ଏବଂ ନ ଫେରାଇଲେ ଥାନାରେ ମାମଲା ରୁଜୁ କରାଯିବ ବୋଲି ଶୁଣିବାକୁ ମିଳିଛି। ଏ ସମ୍ପର୍କରେ ବ୍ୟାସନଗର ପୌର ଉପନଗରପାଳ ସୁବାସ ଚନ୍ଦ୍ର ବଳଙ୍କ ମତାମତ ନେବାରୁ ଏହି ଘଟଣାରେ କୌଣସି ସତ୍ୟତା ନଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

‘ଏବେ ଆରମ୍ଭ ତ ହୋଇ ନାହିଁ…’, ଇରାନର ସର୍ବବୃହତ ପୋଲ ଉପରେ ଆକ୍ରମଣ ପରେ ତେହରାନକୁ ପୁଣି କଡ଼ା ଚେତାବନୀ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୩।୪: ବର୍ତ୍ତମାନ ଆମେରିକା ଏବଂ ଇରାନ ମଧ୍ୟରେ ଏକ ସଂଘର୍ଷ ଚାଲିଛି। ଆମେରିକା ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ ଆରମ୍ଭ କରୁଛି। ଗତକାଲି ରାତିରେ, ଆମେରିକା ଇରାନର…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଟ୍ରମ୍ପ: ସାଧାରଣ ଲୋକଙ୍କ ଉପରେ ପଡିବ ବଡ଼ ପ୍ରଭାବ, ଲାଗୁ କଲେ…

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଟ୍ରମ୍ପ ଔଷଧ ଉପରେ ୧୦୦% ଟାରିଫ୍‌ ଲାଗୁ କରିଛନ୍ତି। ଏହି ଔଷଧଗୁଡ଼ିକରେ…

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ପଦରୁ ହଟଯିବା ପରେ ପ୍ରଥମଥର ମୁହଁ ଖୋଲିଲେ ରାଘବ ଚଢା: କହୁ କହୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୩।୪: ଆମ ଆଦମୀ ପାର୍ଟି (AAP) ନେତା ଏବଂ ରାଜ୍ୟ ସଭା ଏମ୍‌ପି ରାଘବ ଚଢା ଉପନେତା ପଦରୁ ହଟିବା ପରେ ପ୍ରଥମ ଥର ପାଇଁ ଏନେଇ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri