ପୌର ପରିଷଦ ଉପାଧ୍ୟକ୍ଷା ଅନାସ୍ଥା ପ୍ରସଙ୍ଗ: ଶୁଭ୍ରାଙ୍କ ପଦ ରଦ୍ଦ ମାମଲାରେ କାଉନସିଲରଙ୍କ ବିଜୟ: ଶ୍ରମିତା

ରାୟଗଡ଼ା,୨୩।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ପୌର ପରିଷଦ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ କାଉନସିଲର ଆଣିଥିବା ଅନାସ୍ଥା ପ୍ରସ୍ତାବ ଭୋଟ ଗଣତି ହୋଇ ବାଲଟ ବାକ୍ସରେ କଏଦ ଥିଲା। ବର୍ତ୍ତମାନ ଏହା ଉପରୁ ପରଦା ଉଠିଥିବା ନେଇ ରାୟଗଡ଼ା ପୌର ପରିଷଦର ଅନାସ୍ଥା ଆଣିଥିବା କାଉନସିଲରମାନେ ସୂଚନା ଦେଇଛନ୍ତି। ଅନାସ୍ଥା ପ୍ରସ୍ତାବ ରଦ୍ଦ କରିବା ପାଇଁ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡା ଯେଉଁ ମାମଲା ଦାଏର କରିଥିଲେ, ସେଥିରେ ଅନାସ୍ଥା ପ୍ରସ୍ତାବ ସପକ୍ଷରେ ରାୟ ପ୍ରକାଶ ପାଇଥିବା ନେଇ କାଉନସିଲରଙ୍କୁ ତାଙ୍କ ଆଇନଜୀବୀ ଅଜୟ କୁମାର ନନ୍ଦ ସୂଚନା ଦେଇଥିବା କାଉନସିଲର ଶ୍ରମିତା ପାଢ଼ୀ ପ୍ରକାଶ କରିଛନ୍ତି। ତେବେ ଏ ନେଇ ନିର୍ବାଚନ ଅଧିକାରୀ ତଥା ରାୟଗଡ଼ା ଉପଜିଲାପାଳ ରମେଶ ଚନ୍ଦ୍ର ଜେନାଙ୍କୁ ପଚାରିବାରୁ ବର୍ତ୍ତମାନ ସୁଦ୍ଧା ହାଇକୋର୍ଟରୁ କୌଣସି ନିର୍ଦ୍ଦେଶ ଆସିନାହିଁ ବୋଲି ସେ କହିଛନ୍ତି । ଏହି ଖବରକୁ ନେଇ ସନ୍ଧ୍ୟାରେ ସମସ୍ତ କାଉନସିଲର ପୂର୍ବତନ ରାଜ୍ୟ ସଭା ସଦସ୍ୟ ଏନ.ଭାସ୍କର ରାଓଙ୍କ ବାସଭବନ ନିକଟରେ ବାଣ ଫୁଟାଇ ବିଜୟ ଉତ୍ସବ ମନାଇଥିଲେ।
ପ୍ରକାଶ ଥାଉକି, ରାଜ୍ୟ ସଭା ପୂର୍ବତନ ସଦସ୍ୟ ଏନ.ଭାସ୍କର ରାଓ, ପୂର୍ବତନ ମନ୍ତ୍ରୀ ଲାଲବିହାରୀ ହିମିରିକା, ଜିଲା ପରିଷଦ ପୂର୍ବତନ ଅଧ୍ୟକ୍ଷ ଗଙ୍ଗାଧର ପୁଆଲାଙ୍କ ସମେତ ବ୍ଲକ ଅଧ୍ୟକ୍ଷ, ଅଧ୍ୟକ୍ଷା, ରାୟଗଡ଼ା ପୌର ପରିଷଦର ୧୯ଜଣ କାଉନସିଲର ଏକକାଳୀନ ଦଳ ଛାଡ଼ିଥିଲେ। ଏହାପରେ ରାୟଗଡ଼ା ପୌର ପରିଷଦର ୨୪ଜଣ କାଉନସିଲରଙ୍କ ମଧ୍ୟରୁ ବିଜେଡ଼ିର ୧୯ଜଣ କାଉନସିଲର କାର୍ଯ୍ୟରେ ଅସହଯୋଗ ଓ ମନମୁଖୀ କାର୍ଯ୍ୟକଳାପ ନେଇ ପୌର ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଥିଲେ। ଏ ନେଇ ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କୁ ଭେଟି ଅନାସ୍ଥା ପ୍ରସ୍ତାବ ଦେଇଥିଲେ । ଏହାପରେ ବିଧିବଦ୍ଧ ଭାବେ ପ୍ରକ୍ରିୟା କରାଯାଇ ଅକ୍ଟୋବର ୯ ତାରିଖରେ ଅନାସ୍ଥା ପ୍ରସ୍ତାବ ଉପରେ ଭୋଟିଂ ହୋଇଥିଲା । ଏଥିରେ ବିଜେଡିର ୨୦ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ସପକ୍ଷରେ ଭୋଟିଂ କରିଥିବା ନେଇ ଚର୍ଚ୍ଚା ହୋଇଥିଲା। ତେବେ ଉପାଧ୍ୟକ୍ଷା ଶୁଭ୍ରା ପଣ୍ଡାଙ୍କ ଦ୍ୱାରା ହାଇକୋର୍ଟରେ ଅନାସ୍ଥା ବିରୋଧରେ ହୋଇଥିବା ଆବେଦନ ପ୍ରକାରେ ଉକ୍ତ ଦିନ ହାଇକୋର୍ଟ ବିଚାରପତି ମାମଲା ବିଚାର ନ ହେବା ଯାଏଁ ଫଳାଫଳ ପ୍ରକାଶ ନ କରିବା ପାଇଁ ରାୟ ପ୍ରକାଶ କରିଥିଲେ। ଏହାପରେ ଏହି ମାମଲାର ଶୁଣାଣି ଶେଷ ହୋଇଥିଲେ ହେଁ ରାୟ ସଂରକ୍ଷିତ ରହିଥିଲା।ଯାହା ସୋମବାର ପ୍ରକାଶ ପାଇଥିବା ନେଇ କାଉନସିଲରଙ୍କୁ ତାଙ୍କ ଆଇନଜୀବୀ ସୂଚନା ଦେଇଥିବା କାଉନସିଲରମାନେ ପ୍ରକାଶ କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri