Posted inଜାତୀୟ

ଓବିସି ସଂରକ୍ଷଣ ପରେ ହେବ ପୌର ପରିଷଦ ନିର୍ବାଚନ, ଆବଶ୍ୟକ ପଡ଼ିଲେ ସୁପ୍ରିମ୍‌କୋର୍ଟ ଯିବୁ : ଯୋଗୀ ଆଦିତ୍ୟନାଥ…

ଲକ୍ଷ୍ନୌ,୨୭।୧୨ : ପୌର ପରିଷଦ ନିର୍ବାଚନରେ ଓବିସି ସଂରକ୍ଷଣକୁ ରଦ୍ଦ କରିବା ପାଇଁ ଆହ୍ଲାବାଦ ହାଇକୋର୍ଟର ଲକ୍ଷ୍ନୌ ବେଞ୍ଚର ନିଷ୍ପତ୍ତି ଉପରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବିବୃତ୍ତି ଦେଇଛନ୍ତି। ପଛୁଆବର୍ଗଙ୍କ ଅଧିକାର ପାଇବାକୁ ସରକାର ସୁପ୍ରିମକୋର୍ଟ ଯିବେ ବୋଲି ସେ କହିଛନ୍ତି। ଏଥିସହ ବିରୋଧୀ ଏସପି ଭାଜପାକୁ କୋର୍ଟରେ ଦୁର୍ବଳ ଲବି କରୁଥିବା ଅଭିଯୋଗ କରିଛି।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବିବୃତ୍ତି ଜାରି କରି କହିଛନ୍ତି ଯେ ରାଜ୍ୟ ସରକାର ସହରାଞ୍ଚଳ ପୌର ପରିଷଦ ନିର୍ବାଚନ ପାଇଁ ଏକ କମିଶନ ଗଠନ କରିବେ ଏବଂ ତ୍ରିଗୁଣ ପରୀକ୍ଷା (ଟ୍ରିପୁଲ ଟେଷ୍ଟ) ଆଧାରରେ ଅନ୍ୟ ପଛୁଆ ବର୍ଗର ନାଗରିକମାନଙ୍କୁ ସଂରକ୍ଷଣ ସୁବିଧା ଯୋଗାଇଦେବେ। ଏହା ପରେ ନିର୍ବାଚନ ଅନୁଷ୍ଠିତ ହେବ। ଯଦି ଆବଶ୍ୟକ ହୁଏ ତେବେ ହାଇକୋର୍ଟଙ୍କ ନିଷ୍ପତ୍ତି ସମ୍ପର୍କରେ ସମସ୍ତ ଆଇନଗତ ଦିଗ ଉପରେ ବିଚାର କରିବା ପରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ମଧ୍ୟ ଆବେଦନ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

ଚାଇନାକୁ ଜୋରଦାର ଝଟ୍‌କା ଦେଲା ଭାରତ: ୩ ବର୍ଷ ଯାଏ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ଚାଇନାରୁ ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨ ପ୍ରତିଶତ...

ସମୟସୀମା ମଧ୍ୟରେ ଯୁକ୍ତି ରଖିବେ ଆଇନଜୀବୀ

ନୂଆଦିଲ୍ଲୀ,୩୧ା୧୨: ସୁପ୍ରିମକୋର୍ଟ ନୂଆ ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର (ଏସ୍‌ଓପି) ଜାରି କରିଛନ୍ତି, ଯେଉଁଥିରେ ଆଇନଜୀବୀମାନେ ଅଦାଲତରେ ସମସ୍ତ ନୋଟିସ୍‌ ପରବର୍ତ୍ତୀ ଏବଂ ନିୟମିତ ଶୁଣାଣିରେ ଯୁକ୍ତି...

ଚମକିଲେ କୁନି ଝିଅ: ଇଫ୍ରାତ୍‌ ଜୋଏଲ୍‌ଙ୍କୁ ଲିଟିଲ ମିସ୍‌ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗ୍‌ଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ସୋମବାର ଆୟୋଜିତ ଲିଟିଲ ମିସ୍‌ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀରର କୁନି ଝିଅ...

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri