ଅଧ୍ୟକ୍ଷ ପଦକୁ ନେଇ ଉତ୍କଣ୍ଠା

ଯୋଡ଼ା,୫ା୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ପୌର ପରିଷଦ ନିର୍ବାଚନ ପାଇଁ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସଙ୍ଗଠନକୁ ସୁଦୃଢ଼ କରି କିପରି ଅଧିକ ଆସନ ଅକ୍ତିଆର କରାଯାଇ ପାରିବ ଏ ନେଇ ରଣକୌଶଳ ପ୍ରସ୍ତୁତ କରୁଛନ୍ତି। ୧୪ଟି ୱାର୍ଡ ବିଶିଷ୍ଟ ଏହି ପୌରପାଳିକାର ଅଧ୍ୟକ୍ଷ ପଦକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ କଡ଼ା ମୁକାବିଲା ହେବ ବୋଲି ଆଲୋଚନା ଚାଲିଛି। ଚଳିତ ଥର ଭୋଟର ସିଧାସଳଖ ଅଧ୍ୟକ୍ଷ ନିର୍ବାଚନ କରିବାର ଥିବାରୁ ଉତ୍କଣ୍ଠା ପ୍ରକାଶ ପାଇଛି।
ନିର୍ବାଚନ ଭଳି ଅଧ୍ୟକ୍ଷ ପଦ ଅକ୍ତିଆର କରିବା ପାଇଁ ଏଥର ବିଜେଡି ସ୍ବତନ୍ତ୍ର ରଣକୌଶଳ ଚଳାଇଛି। ଆଶାୟୀଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। କାଉନସିଲର ଓ ଅଧ୍ୟକ୍ଷ ପଦ ପାଇଁ ବିଜେଡି ନେତାଙ୍କ ମଧ୍ୟରେ ଏକ ପ୍ରକାର ପ୍ରତିଦ୍ବନ୍ଦ୍ୱିିତା ଆରମ୍ଭ ହୋଇଯାଇଛି। ପୂର୍ବତନ ବିଧାୟକ ସନାତନ ମହାକୁଡ଼, ଜିଲା ବିଜେଡି ଉପସଭାପତି କୁଶ ଆପଟ୍ଟ, ଚମ୍ପୁଆ ବିଧାୟିକା ମିନାକ୍ଷୀ ମହାନ୍ତଙ୍କ ମଧ୍ୟରୁ କିଏ ପୌର ନିର୍ବାଚନରେ ଦଳୀୟ ଟିକେଟ ଦେବେ ସେଥିନେଇ ଆଶାୟୀଙ୍କ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ନାମାଙ୍କନ ପତ୍ର ଦାଖଲର ତୃତୀୟ ଦିନ ସୁଦ୍ଧା ବିଜେଡି ପକ୍ଷରୁ ପ୍ରାର୍ଥୀ ତାଲିକା ପ୍ରକାଶ ପାଇନାହିଁ। ଏଣୁ ଆଶାୟୀମାନେ ଟିକେଟ ପାଇବା ପାଇଁ ଜୋରଦାର ଲବି ଜାରି ଚଳାଇଛନ୍ତି। ପଞ୍ଚାୟତ ନିର୍ବାଚନରେ ସନାତନଙ୍କ ସଂଗଠନ ଦୁର୍ବଳ ହୋଇପଡ଼ିଥିବାରୁ ଏହାର ପ୍ରଭାବ ପୌର ନିର୍ବାଚନରେ ମଧ୍ୟ ଦେଖିବାକୁ ମିଳିବ ବୋଲି କେତେକ ବିଜେଡି ନେତା ନାମ ଗୋପନ ରଖି ପ୍ରକାଶ କରିଛନ୍ତି। ଅନ୍ୟପକ୍ଷରେ ପ୍ରାର୍ଥୀ ଚୟନ ବେଳେ ଶିକ୍ଷିତ ଓ ଯୋଡ଼ାର ସ୍ଥାୟୀ ବାସିନ୍ଦାଙ୍କୁ ଅଗ୍ରାଧିକାର ଦିଆଗଲେ ସହରର ବିକାଶ ହୋଇପାରିବ ବୋଲି ଭୋଟରମାନେ ମତ ଦେଇଛନ୍ତି। ଯୋଡ଼ା ସହରର ଚତୁଃପାର୍ଶ୍ୱରେ ବହୁ ଖଣି ଖାଦାନ ଓ ଶିଳ୍ପ ଥିଲେ ମଧ୍ୟ ସହରବାସୀ ଏଥିରେ ନିଯୁକ୍ତି ପାଇ ପାରୁ ନାହାଁନ୍ତି। ଏଣୁ ଅଞ୍ଚଳର ଶିକ୍ଷିତ ଯୁବତୀଯୁବକମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରାଇବା ଏବଂ ବିଭିନ୍ନ ତାଲିମ ଦେଇ ସେମାନଙ୍କୁ ସ୍ବାବଲମ୍ବୀ କରାଇବା ପାଇଁ ଯେଉଁ ପ୍ରାର୍ଥୀମାନେ ଚେଷ୍ଟା କରିବେ ତାଙ୍କୁ ସମର୍ଥନ ଦେବେ ବୋଲି ଭୋଟରମାନେ କହି ବୁଲୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ହୀରାକୁଦ ଡ୍ୟାମର ଖୋଲିଲା ଆଉ ୩ ଗେଟ୍‌, ୮ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ

​ସମ୍ବଲପୁର,୨୪।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ବୃଦ୍ଧି ପାଇଛି । ଫଳରେ…

ବିନା ଲାଇସେନ୍ସରେ ବିଭିନ୍ନ ବ୍ରାଣ୍ଡ୍‌ର ମଦ ବିକ୍ରି, ୩ ବ୍ୟବସାୟୀଙ୍କୁ ଗିରଫ କରି…

ଦିଗପହଣ୍ଡି,୨୪ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଚାନ୍ଦପୁର ଗ୍ରାମ ବଜାରରେ ଚିକିଟି ଏସ୍‌ଡିପିଓ ବିଶ୍ୱାମିତ୍ର ହରପାଲ, ଚିକିଟି ଫାଣ୍ଡି ଅଧିକାରୀ ଏସ୍‌ଆଇ…

ପରଘର ବାରଣ୍ଡାରେ ଚାଲିଛି ପାଠପଢ଼ା: ଅନ୍ଧକାରରେ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଜୁନାଗଡ଼,୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ୍‌ର ଅନେକ ପ୍ରାଥମିକ ବିଦ୍ୟାଳୟର ଭିତ୍ତିଭୂମି ଦୟନୀୟ ଅବସ୍ଥାରେ ରହିଛି। ଫଳରେ ସେଠାକାର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାର ମଧ୍ୟକୁ…

ପାରାଦୀପ ଜାହାଜ ବୁଡ଼ି ଘଟଣା: ଏବେ ବି ୨୨ ନାବିକଙ୍କର ମିଳିନି ପତ୍ତା, ଚାଲିଛି ଖୋଜା

ପାରାଦୀପ/ଭୁବନେଶ୍ୱର,୨୪।୮(ଶରତ ରାଉତ/ପି.ଟି.): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଅଭିମୁଖେ ଯାଉଥିବା ପାନାମା-ପତାକାବାହୀ ଜାହାଜ ‘ଏମ୍‌ଭି ଓସେନ ୱିନର୍‌’ ବଙ୍ଗୋପସାଗରରେ ବୁଡ଼ିଯାଇଛି। ପାରାଦୀପ ଉପକୂଳରୁ ପ୍ରାୟ…

ଅସ୍ଥିର ହେଲାଣି ବଙ୍ଗୋପସାଗର, ଅନେକ ରାଜ୍ୟରେ ହେବ ପ୍ରବଳ ବର୍ଷା IMD ଜାରି କଲା ସତର୍କତା

ନୂଆଦିଲ୍ଲୀ,୨୪।୮: ବିଶ୍ୱବ୍ୟାପୀ ପାଣିପାଗ ବିଜ୍ଞାନୀମାନେ ବର୍ତ୍ତମାନ ଏଲ ନିନୋର ସକ୍ରିୟତା ବିଷୟରେ ଆଲୋଚନା କରୁଛନ୍ତି; କିନ୍ତୁ ଏପର୍ଯ୍ୟନ୍ତ ଭାରତରେ କୌଣସି ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପରିଲକ୍ଷିତ ହୋଇନାହିଁ। ମୌସୁମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri