ଲୋକଙ୍କ କାମରେ ଲାଗୁନି ପୌର ପରିଷଦ ଗୋଷ୍ଠୀ ଶୌଚାଳୟ

ସୁନାବେଡ଼ା,୨୬।୧(ସ୍ବ.ପ୍ର.) – ସୁନାବେଡ଼ା ପୌର ପରିଷଦ ପକ୍ଷରୁ ଜାନିଗୁଡ଼ା ଗ୍ରାମର ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା ସହ ସାଧାରଣ ଲୋକଙ୍କ ସୁବିଧା ନିମନ୍ତେ ଗୋଟିଏ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଥିଲା । ମାତ୍ର ନିର୍ମାଣ ଶେଷ ହେବାର ୬ବର୍ଷ ବିତିଯାଇଥିଲେ ମଧ୍ୟ ତାହା ଲୋକଙ୍କ ବ୍ୟବହାରରେ ଲାଗି ନ ଥିବା ଅଭିଯୋଗ ହେଉଛି। ସହରାଞ୍ଚଳର ଉନ୍ନୟନମୂଳକ କାର୍ଯ୍ୟକୁ ହାତକୁ ନେବା ସହ ଜନସାଧାରଣଙ୍କ ସୁବିଧା ଲାଗି ସରକାରଙ୍କ ବିଭିନ୍ନ ଯୋଜନାରେ ବହୁ ଅର୍ଥ ବ୍ୟୟ କରି ପୌର ପରିଷଦ ଉନ୍ନୟନମୂଳକ କାର୍ଯ୍ୟ କରୁଥିଲେ ମଧ୍ୟ ସେଥିରୁ ଲୋକେ ସୁଫଳ ପାଉନାହାନ୍ତି। ଜାନିଗୁଡ଼ାରେ ନିର୍ମିତ ଗୋଷ୍ଠୀ ଶୌଚାଳୟ ଏହାର ଏକ ଉଦାହରଣ। ଶୌଚାଳୟ ନିର୍ମିତ ହୋଇଥିବା ସ୍ଥାନରେ ଗଛଲତା ଉଠି ଜଙ୍ଗଲ ସଦୃଶ ହୋଇପଡ଼ିଛି। ଏଠାକୁ ଯିବାକୁ ରାସ୍ତା ନାହିଁ। ଯେକେହି ବ୍ୟକ୍ତି ଶୌଚହେବା ଦୂରର କଥା ତାହା ଭିତରକୁ ଯିବାକୁ ମଧ୍ୟ ଉଚିତ ମଣୁନାହାନ୍ତି। ଶୌଚାଳୟରେ ପାଣି ବ୍ୟବସ୍ଥା ମଧ୍ୟ ନାହିଁ। ଶୌଚାଳୟର ଭିତର ଅବସ୍ଥା ଯେମିତି ଭୂତକୋଠି ପାଲଟିଛି। କୌଣସି ପ୍ୟାନ୍‌ ଠିକ୍‌ ନ ଥିବା ବେଳେ ପ୍ୟାନ୍‌ରେ ମାଟି ଭର୍ତ୍ତି ହୋଇ ରହିଛି। ପାଣି ଟ୍ୟାଙ୍କର ଷ୍ଟାଣ୍ଡ ରହିଛି, ପାଣି ଟ୍ୟାଙ୍କ ନାହିଁ। କବାଟ ସବୁ ଖୋଲା ପଡ଼ିଛି। ପୌର ପ୍ରଶାସନ ଏଥିପ୍ରତି ଦୃଷ୍ଟିଦେଇ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri