ପୌର ପରିଷଦର ସ୍ବଚ୍ଛ ଭାରତ ମିଶନ ଫେଲ୍‌

ପଟ୍ଟାମୁଣ୍ଡାଇ ୧୭ା୩(କଳ୍ପତରୁ ନାୟକ)କେନ୍ଦ୍ରାପଡ଼ା ଜିଲାର ଗୁରୁତ୍ୱପୂର୍ଣ୍ଣ ପ୍ରଶାସନିକ କ୍ଷେତ୍ର ଓ ବାଣିଜ୍ୟ କେନ୍ଦ୍ର ଭାବେ ପଟ୍ଟାମୁଣ୍ଡାଇ ପରିଚିତ। ଏଠାକୁ ଦୈନିକ ହଜାର ହଜାର ଲୋକେ ଆସୁଥିବା ବେଳେ ଶୌଚ ଯିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏହାକୁ ଦୃଷ୍ଟିରେ ରଖି ପୌରପାଳିକା ପକ୍ଷରୁ ସରକାରୀ ଅର୍ଥ ବ୍ୟୟବରାଦ କରାଯାଇ ସର୍ବସାଧାରଣ ଶୌଚାଳୟ, ଗୋଷ୍ଠୀ ଶୌଚାଳୟ, ଇକୋ ଶୌଚାଳୟ ଆଦି ବହୁ ପ୍ରକଳ୍ପ ହାତକୁ ନିଆଯାଇଛି। ସେଥିମଧ୍ୟରୁ ସର୍ବସାଧାରଣ ଶୌଚାଳୟ, ଗୋଷ୍ଠୀ ଶୌଚାଳୟ ଉଦଘାଟନ ହୋଇ କାର୍ଯ୍ୟକ୍ଷମ ନ ହୋଇ ପଡି ରହିଥିବା ବେଳେ ଇକୋ ଟଏଲେଟ ପ୍ରକଳ୍ପ ଅଧାପନ୍ତରିଆ ହୋଇ ପଡ଼ିରହିଛି। ଫଳରେ ପଟ୍ଟାମୁଣ୍ଡାଇ ପୌରପାଳିକାରେ ସ୍ବଚ୍ଛ ଭାରତ ମିଶନ ଫେଲ ହୋଇଥିବା ନେଇ ସାଧାରଣରେ ମତ ପ୍ରକାଶ ପାଇଛି।
କର୍ମୀ ଅନନ୍ତ ଦାଶ କହିଛନ୍ତି, ପଟ୍ଟାମୁଣ୍ଡାଇ ସହରରେ ମ୍ୟୁନିସିପାଲିଟି ଅଫିସ, ବ୍ଲକ, ତହସିଲ କାର୍ଯ୍ୟାଳୟ ସମେତ ଉପଖଣ୍ଡ ସ୍ତରୀୟ ଚିକିତ୍ସାଳୟ, ଥାନା, ୩ଟି ନ୍ୟାୟାଳୟ, ୩୦ରୁ ଊଦ୍ଧର୍‌ବ ସରକାରୀ କାର୍ଯ୍ୟାଳୟ, ୧୦ରୁ ଊଦ୍ଧର୍‌ବ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କ କାର୍ଯ୍ୟ କରୁଛି। ବିଭିନ୍ନ କାମରେ ଦୈନିକ ହଜାରରୁ ଊଦ୍ଧର୍‌ବ ଲୋକ ଏଠାକୁ ଆସିଥାନ୍ତି। ସେହିପରି ମିଶନ ଶକ୍ତି କାମରେ ବହୁ ମହିଳା ମଧ୍ୟ ଆସିଥାନ୍ତି। ମାତ୍ର ଶୌଚ କାର୍ଯ୍ୟ କରିବା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବାରମ୍ବାର ଦାବି ହେବା ପରେ ପୌର ପରିଷଦ ପକ୍ଷରୁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ବା ମୁକ୍ତା ଯୋଜନାରେ ୨୦ଟି ୱାର୍ଡର ସବୁ ଛକରେ ନିର୍ମାଣ ହୋଇଥିଲା ଗୋଷ୍ଠୀ ଶୌଚାଳୟ। ଗୋଟିଏ ଗୋଟିଏ ପାଇଖାନା ପାଇଁ ୧୨ଲକ୍ଷ ଟଙ୍କାରୁ ଆରମ୍ଭ କରି ୧୬ ଲକ୍ଷ ଯାଏ ଖର୍ଚ୍ଚ ହୋଇଥିଲା। ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟଳଳ କରାଯାଇଛି ବୋଲି ପୌର ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ହେଲେ ଦୀର୍ଘଦିନ ବିତି ଯାଇଥିଲେ ବି କୌଣସି ଶୌଚାଳୟ କାର୍ଯ୍ୟକାରୀ ହୋଇପାରିନି। ବୁଦ୍ଧିଜୀବୀ ପ୍ରବିର ନାୟକ କହିଛନ୍ତି, ପୌରପାଳିକା ପକ୍ଷରୁ ସର୍ବସାଧାରଣଙ୍କ ବ୍ୟବହାର ନିମନ୍ତେ ସ୍ବଚ୍ଛ ଭାରତ ଯୋଜନାରେ ୨୦ଟି ୱାର୍ଡରେ ୧୬ଟି ସର୍ବସାଧାରଣ ଶୌଚାଳୟ ଓ ଗୋଷ୍ଠୀ ଶୌଚାଳୟ ନିର୍ମାଣ କରାଯାଇଛି। ଗତ ସ୍ବାୟତ୍ତ ଶାସନ ଦିବସରେ ସ୍ଥାନୀୟ ବିଧାୟକ, ପୌର ଅଧ୍ୟକ୍ଷ ସମେତ ଅନ୍ୟମାନେ ଏହି ଶୌଚାଳୟ ସବୁ ଉଦ୍‌ଘାଟନ କରିଥିଲେ। ମାତ୍ର ସେବେଠାରୁ ଶୌଚାଳୟ ଦିନଟିଏ ପାଇଁ ଲୋକଙ୍କ କାମରେ ଆସି ପାରି ନ ଥିବା ବେଳେ ସ୍ଥାନୀୟ ଲୋକେ ବାଧ୍ୟ ହୋଇ ଖୋଲା ସ୍ଥାନକୁ ଶୌଚ ଯିବାକୁ ବାଧ୍ୟ ହେଉଛନ୍ତି। ଶୌଚାଳୟ ଉଦ୍‌ଘାଟନ ହେବା ଦିନରୁ କାର୍ଯ୍ୟକ୍ଷମ ହୋଇ ନ ପାରି ତାଲା ପକା ଯାଇଥିବାରୁ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ସେହିପରି ୨୦୨୧ ମସିହାରେ ପଟ୍ଟାମୁଣ୍ଡାଇ ପୌର ପରିଷଦ ପକ୍ଷରୁ ବିଭିନ୍ନ ସ୍ଥାନରେ ୧କୋଟି ୫୧ ଲକ୍ଷ ୨୦ ହଜାର ଟଙ୍କା ମଞ୍ଜୁର କରାଯାଇ, ଇକୋ-ଟଏଲେଟ ନିର୍ମାଣ କରାଯାଇଛି। ଏତେ ଟଙ୍କା ଖର୍ଚ୍ଚରେ ନିର୍ମିତ ଶୌଚାଳୟ କର୍ଯ୍ୟକ୍ଷମ ନ ହୋଇ ପଡିରହିଛି। ଫଳରେ ଦୂର ଦୂରାନ୍ତରୁ ଆସୁଥିବା ମହିଳାପୁରୁଷ, ଛୋଟ ପିଲା ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଥିପାଇଁ ସ୍ବଚ୍ଛ ଭାରତ ଅଭିଯାନ କାର୍ଯ୍ୟକାରୀ ହୋଇପାରୁନାହିଁ ଏବଂ ଲୋକମାନେ ଶୌଚାଳୟ ବଦଳରେ ମୁକ୍ତ ଆକାଶ ତଳେ ଶୌଚ କାର୍ଯ୍ୟ କରିବାକୁ ବାଧ୍ୟ ହେଉଛନ୍ତି। ଏଥିପ୍ରତି ପୌର କର୍ତ୍ତୃପକ୍ଷ ଦୃଷ୍ଟି ଦେଇ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ସ୍ଥାନୀୟବାସୀ ଏବଂ ବ୍ୟବସାୟୀମାନେ ଦାବି କରିଛନ୍ତି। ଏ ସମ୍ପର୍କରେ ପୌର ନିର୍ବାହୀ ଅଧିକାରୀ ନାରାୟଣ ପ୍ରସାଦ ଗିରିଙ୍କୁ ପଚାରିବାରୁ କମଦିନ ଭିତରେ ସର୍ବସାଧାରଣ ଓ ଗୋଷ୍ଠୀ ଶୌଚାଳୟ, କର୍ଯ୍ୟକ୍ଷମ ହୋଇଯିବ। ଏହାର ରକ୍ଷାଣବେକ୍ଷଣ ଦାୟିତ୍ୱ ସ୍ବୟଂ ସହାୟକ ଗୋଷ୍ଠୀକୁ ଦିଆଯିବା ପାଇଁ ସ୍ଥିର କରାଯାଇଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?