ସାମ୍ବିଧାନିକ ପ୍ରକ୍ରିୟାରେ ହେଉନି ପୌର ନିର୍ବାଚନ

ବ୍ରହ୍ମପୁର ଅଫିସ, ୧୩।୩: ବ୍ରହ୍ମପୁର ପୌର ନିର୍ବାଚନର କଂଗ୍ରେସ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ଭୋଟ ପ୍ରଚାର ଶନିବାର ଆରମ୍ଭ ହୋଇଛି। ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବଡ଼ ବଜାର ଓ ସାନ ବଜାର ଅଞ୍ଚଳର ୱାର୍ଡଗୁଡ଼ିକ ପରିକ୍ରମା କରିଥିଲେ। ଦୀର୍ଘଦିନ ପରେ ମହାନଗରକୁ ଆସିଥିବା ଜିଲା କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା ସାଥୀରେ ଥିଲେ। ୧୭ ୱାର୍ଡରେ ଦଳୀୟ କର୍ପୋରେଟର ପ୍ରାର୍ଥୀ ନ ଥିବା ସତ୍ତ୍ୱେ ସଭାପତିଙ୍କ ନିର୍ବାଚନୀ ପ୍ରଚାରରେ ଅନେକ ସମର୍ଥକ ଓ କର୍ମୀ ସାମିଲ ହୋଇଥିଲେ।
ସଭାପତି ହେବା ପରେ ଜିଲା କଂଗ୍ରେସ କାର୍ଯ୍ୟାଳୟ ସ୍ଥାନୀୟ ବାପୁଜୀ ଆଶ୍ରମରେ ଜେନା ପ୍ରଥମ କରି ପ୍ରବେଶ କରିଥିଲେ। ତାଙ୍କ ଦ୍ୱାରା ମନୋନୀତ କର୍ମକର୍ତ୍ତାମାନଙ୍କ ସହ ଆଲୋଚନାକରି ବିଭିନ୍ନ ବିଷୟରେ ପରାମର୍ଶ ଦେଇଥିଲେ। ଖବରଦାତାଙ୍କୁ ରମେଶ କହିଥିଲେ, ସଦ୍ୟ ସମାପ୍ତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଓ ଚଳିତ ପୌର ନିର୍ବାଚନକୁ ରାଜ୍ୟ ସରକାର ସାମ୍ବିଧାନିକ ଏବଂ ଗଣତାନ୍ତ୍ରିକ ପଦ୍ଧତିରେ କରୁନାହାନ୍ତି। ନିଜ ଦଳର ସଂଖ୍ୟା ବୃଦ୍ଧି ନିମନ୍ତେ ନାନା ପ୍ରକାର ଅଗଣତାନ୍ତ୍ରିକ କାର୍ଯ୍ୟ କରୁଛନ୍ତି। ଶାସକ ଗୋଷ୍ଠୀ ବିରୋଧୀ ଦଳ ଓ ପ୍ରାର୍ଥୀଙ୍କୁ ବିଭିନ୍ନ ଭାବରେ ପ୍ରଲୋଭିତ ଏବଂ ଧମକଚମକ ଦେଇ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରୟାସ ଚଳାଇଛନ୍ତି। କେତେକ କ୍ଷେତ୍ରରେ ସଫଳ ମଧ୍ୟ ହୋଇଛନ୍ତି। ତେଣୁ ବ୍ରହ୍ମପୁର ସମେତ ଜିଲାର ବିଭିନ୍ନ ସହରାଞ୍ଚଳ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେଇନଥିବା ସ୍ବୀକାର କରିଛନ୍ତି। ବିଜେଡି ସରକାରଙ୍କ ଟାର୍ଗେଟ କରି ରମେଶ କହିଥିଲେ, ରାଜ୍ୟରେ ବେରୋଜଗାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ବିଭିନ୍ନ ସାମଗ୍ରୀର ଦରଦାମ ନିୟନ୍ତ୍ରଣକୁ ଆଣିବାରେ ସରକାର ବିଫଳ ହୋଇଛନ୍ତି। ବିକାଶ ବାଧାପ୍ରାପ୍ତ ହୋଇଛି ଏବଂ ଅନେକ ଯୋଜନା କେବଳ ଘୋଷଣାରେ ଅଟକି ଯାଇଛି। ଏହି ସବୁ କାରଣରୁ ଲୋକେ ଉଭୟ ରାଜ୍ୟ ଓ କେନ୍ଦ୍ର ଶାସନ ପ୍ରତି ବିମୁଖ ହୋଇଯାଇଛନ୍ତି। ରାଜ୍ୟରେ ଓ ଏହି ଜିଲାରେ ଯେଉଁ ସବୁ ଉନ୍ନତିମୂଳକ କାର୍ଯ୍ୟକ୍ରମ ହୋଇଛି ତାହା କଂଗ୍ରେସ ଶାସନରେ ହୋଇଥିବା ଦର୍ଶାଇଥିଲେ। କଂଗ୍ରେସର ମେୟର ଓ କର୍ପୋରେଟର ପ୍ରାର୍ଥୀମାନେ ନିର୍ବାଚିତ ହେବାର ସେ ଆଶା ପ୍ରକଟ କରିଥିଲେ। ବାପୁଜୀ ଆଶ୍ରମରେ ରବି ରଥଙ୍କ ସମେତ ମେୟର ଓ କର୍ପୋରେଟର ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍‌ରେ ବ୍ରହ୍ମପୁର ବିଜୟୀ

ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri