ସାମ୍ବିଧାନିକ ପ୍ରକ୍ରିୟାରେ ହେଉନି ପୌର ନିର୍ବାଚନ

ବ୍ରହ୍ମପୁର ଅଫିସ, ୧୩।୩: ବ୍ରହ୍ମପୁର ପୌର ନିର୍ବାଚନର କଂଗ୍ରେସ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ଭୋଟ ପ୍ରଚାର ଶନିବାର ଆରମ୍ଭ ହୋଇଛି। ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ ଠାକୁରାଣୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବଡ଼ ବଜାର ଓ ସାନ ବଜାର ଅଞ୍ଚଳର ୱାର୍ଡଗୁଡ଼ିକ ପରିକ୍ରମା କରିଥିଲେ। ଦୀର୍ଘଦିନ ପରେ ମହାନଗରକୁ ଆସିଥିବା ଜିଲା କଂଗ୍ରେସ ସଭାପତି ତଥା ସାନଖେମୁଣ୍ଡି ବିଧାୟକ ରମେଶ ଜେନା ସାଥୀରେ ଥିଲେ। ୧୭ ୱାର୍ଡରେ ଦଳୀୟ କର୍ପୋରେଟର ପ୍ରାର୍ଥୀ ନ ଥିବା ସତ୍ତ୍ୱେ ସଭାପତିଙ୍କ ନିର୍ବାଚନୀ ପ୍ରଚାରରେ ଅନେକ ସମର୍ଥକ ଓ କର୍ମୀ ସାମିଲ ହୋଇଥିଲେ।
ସଭାପତି ହେବା ପରେ ଜିଲା କଂଗ୍ରେସ କାର୍ଯ୍ୟାଳୟ ସ୍ଥାନୀୟ ବାପୁଜୀ ଆଶ୍ରମରେ ଜେନା ପ୍ରଥମ କରି ପ୍ରବେଶ କରିଥିଲେ। ତାଙ୍କ ଦ୍ୱାରା ମନୋନୀତ କର୍ମକର୍ତ୍ତାମାନଙ୍କ ସହ ଆଲୋଚନାକରି ବିଭିନ୍ନ ବିଷୟରେ ପରାମର୍ଶ ଦେଇଥିଲେ। ଖବରଦାତାଙ୍କୁ ରମେଶ କହିଥିଲେ, ସଦ୍ୟ ସମାପ୍ତ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଓ ଚଳିତ ପୌର ନିର୍ବାଚନକୁ ରାଜ୍ୟ ସରକାର ସାମ୍ବିଧାନିକ ଏବଂ ଗଣତାନ୍ତ୍ରିକ ପଦ୍ଧତିରେ କରୁନାହାନ୍ତି। ନିଜ ଦଳର ସଂଖ୍ୟା ବୃଦ୍ଧି ନିମନ୍ତେ ନାନା ପ୍ରକାର ଅଗଣତାନ୍ତ୍ରିକ କାର୍ଯ୍ୟ କରୁଛନ୍ତି। ଶାସକ ଗୋଷ୍ଠୀ ବିରୋଧୀ ଦଳ ଓ ପ୍ରାର୍ଥୀଙ୍କୁ ବିଭିନ୍ନ ଭାବରେ ପ୍ରଲୋଭିତ ଏବଂ ଧମକଚମକ ଦେଇ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରୟାସ ଚଳାଇଛନ୍ତି। କେତେକ କ୍ଷେତ୍ରରେ ସଫଳ ମଧ୍ୟ ହୋଇଛନ୍ତି। ତେଣୁ ବ୍ରହ୍ମପୁର ସମେତ ଜିଲାର ବିଭିନ୍ନ ସହରାଞ୍ଚଳ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ଦେଇନଥିବା ସ୍ବୀକାର କରିଛନ୍ତି। ବିଜେଡି ସରକାରଙ୍କ ଟାର୍ଗେଟ କରି ରମେଶ କହିଥିଲେ, ରାଜ୍ୟରେ ବେରୋଜଗାରୀଙ୍କ ସଂଖ୍ୟା ବଢ଼ି ଚାଲିଛି। ବିଭିନ୍ନ ସାମଗ୍ରୀର ଦରଦାମ ନିୟନ୍ତ୍ରଣକୁ ଆଣିବାରେ ସରକାର ବିଫଳ ହୋଇଛନ୍ତି। ବିକାଶ ବାଧାପ୍ରାପ୍ତ ହୋଇଛି ଏବଂ ଅନେକ ଯୋଜନା କେବଳ ଘୋଷଣାରେ ଅଟକି ଯାଇଛି। ଏହି ସବୁ କାରଣରୁ ଲୋକେ ଉଭୟ ରାଜ୍ୟ ଓ କେନ୍ଦ୍ର ଶାସନ ପ୍ରତି ବିମୁଖ ହୋଇଯାଇଛନ୍ତି। ରାଜ୍ୟରେ ଓ ଏହି ଜିଲାରେ ଯେଉଁ ସବୁ ଉନ୍ନତିମୂଳକ କାର୍ଯ୍ୟକ୍ରମ ହୋଇଛି ତାହା କଂଗ୍ରେସ ଶାସନରେ ହୋଇଥିବା ଦର୍ଶାଇଥିଲେ। କଂଗ୍ରେସର ମେୟର ଓ କର୍ପୋରେଟର ପ୍ରାର୍ଥୀମାନେ ନିର୍ବାଚିତ ହେବାର ସେ ଆଶା ପ୍ରକଟ କରିଥିଲେ। ବାପୁଜୀ ଆଶ୍ରମରେ ରବି ରଥଙ୍କ ସମେତ ମେୟର ଓ କର୍ପୋରେଟର ପ୍ରାର୍ଥୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ବେଳାଭୂମି ଅବକ୍ଷୟ ରୋକିବାକୁ ଦାବିପତ୍ର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ କନଫରେନ୍ସ ହଲ ଠାରେ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଗଞ୍ଜାମ ଜିଲାପାଳ ଭି…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri