ପୌର ନିର୍ବାଚନ: ରାସ୍ତାରେ ମଦ ପିଇଲେ ଜରିମାନା

ବ୍ରହ୍ମପୁର ଅଫିସ,୭।୩: ରାସ୍ତାରେ କିମ୍ବା ସର୍ବସାଧାରଣ ସ୍ଥାନରେ ମଦ ପିଇବା ଉପରେ ବ୍ରହ୍ମପୁର ପୋଲିସ ପକ୍ଷରୁ କଟକଣା କରାଯାଇଛି। ଏହି କଟକଣା ସୋମବାରଠାରୁ ଲାଗୁ କରାଯାଇଛି। ପୌର ନିର୍ବାଚନକୁ ଶୃଙ୍ଖିଳିତ କରିବା ପାଇଁ ପୋଲିସ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତି ସୂଚନା ଦେଇଛନ୍ତି।

ଏପରି କି ରାସ୍ତା ଉପରେ ମଦ ପିଉଥିବା ମଦୁଆଙ୍କୁ ପୋଲିସ ସାବଡ଼ କରିବ। ଆଇନ ଉଲ୍ଲଂଘନ କଲେ ୫ ଶହ ଟଙ୍କା ଜରିମାନା ଆଦାୟ କରାଯିବ। ଏହାସହିତ ବେଆଇନ ମଦ ଆସର ପାଇଁ ନିର୍ମାଣ ହୋଇଥିବା ଖଟିସ୍ଥଳକୁ ଭଙ୍ଗା ଯିବ ବୋଲି ମଧ୍ୟ ଏସ୍‌ଡ଼ିପିଓ କହିଛନ୍ତି। ସହରର ବିଭିନ୍ନ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ ସନ୍ଧ୍ୟାରେ ପାଟ୍ରୋଲିଂକୁ କଡାକଡି କରାଯିବ। ଲୋକଙ୍କୁ ଅଯଥା ଖଟି କରି ଅସାମାଜିକ କାର୍ଯ୍ୟକଳାପ ନ କରିବାକୁ ପୋଲିସ ପକ୍ଷରୁ ପରାମର୍ଶ ଦିଆଯାଇଛି।

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ବିଭିନ୍ନ ସ୍ଥାନରେ ହିଂସା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଲାଇସେନ୍ସ ପାଇ ବନ୍ଧୁକ ରଖୁଥିବା ଲୋକଙ୍କୁ ବନ୍ଧୁକ ଥାନାରେ ଜମା କରିବା ପାଇଁ ଚିଠି କରାଯାଇଛି। ଏପରି କି ପୌର ନିର୍ବାଚନରେ ଯେପରି ରାଜନୈତିକ ଗଣ୍ଡଗୋଳ ଓ ଗୋଷ୍ଠୀ ସଂଘର୍ଷକୁ ଏଡେଇବା ପାଇଁ ପୋଲିସ ୧୦୭ ଓ ୧୧୦ରେ ନୋଟିସ ଜାରି କରିଛି। ନିର୍ବାଚନ ସମୟରେ କୌଣସି ହିଂସା ଅପରାଧିକ କାର୍ଯ୍ୟକଳାପକୁ ପ୍ରଶୟ ଦିଆଯିବ ନାହିଁ ବୋଲି ପୋଲିସ ପକ୍ଷରୁ କଡ଼ା ଚେତାବନୀ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri