ପୌର ନିର୍ବାଚନ: ଆଜିଠୁ ନାମାଙ୍କନ

ଭୁବନେଶ୍ୱର, ୨।୩(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର କର୍ପୋରେଟର ଓ ମେୟର ପଦବୀ ପାଇଁ ବୁଧବାରଠାରୁ ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେଉଛି। ୨ରୁ ୭ତାରିଖ ଅର୍ଥାତ୍‌ ୬ଦିନ ଧରି ଭୁବନେଶ୍ୱର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଚାଲିବ। ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଯାଏ ପ୍ରାର୍ଥୀମାନେ ସେମାନଙ୍କ ସମର୍ଥକଙ୍କ ସହିତ ଯାଇ ନାମାଙ୍କନପତ୍ର ଦାଖଲ କରିବେ। ଏହା କିପରି ଶୃଙ୍ଖଳାର ସହ ସମ୍ପନ୍ନ ହୋଇପାରିବ ସେନେଇ ଅତିରିକ୍ତ ଜିଲାପାଳ ପ୍ରଫୁଲ୍ଲ କୁମାର ସ୍ବାଇଁଙ୍କ ନେତୃତ୍ୱରେ ୧୨ଟି ଗ୍ରୁପ୍‌ ଗଠନ କରାଯାଇଛି। ଅପରପକ୍ଷେ ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ନାମାଙ୍କନ ପତ୍ର ଦାଖଲ ସମୟରେ ଯେପରି କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ନ ହେବ ସେଥିପାଇଁ ପୋଲିସ ମୁତୟନ ହୋଇଛନ୍ତି।
ସୂଚନାଯୋଗ୍ୟ, ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଶେଷ ପରେ ୯ ତାରିଖରେ ସେଗୁଡ଼ିକୁ ଯାଞ୍ଚ କରାଯାଇ ୧୦ ତାରିଖରେ ବୈଧ ନାମାଙ୍କନ ତାଲିକା ପ୍ରକାଶ ପାଇବ। ମାର୍ଚ୍ଚ ୧୪ ସୁଦ୍ଧା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ହେବ ଏବଂ ଉକ୍ତ ଦିନ ସନ୍ଧ୍ୟା ସୁଦ୍ଧା ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ମାର୍ଚ୍ଚ ୨୪ରେ ଭୋଟ୍‌ ହୋଇ ୨୬ରେ ଗଣତି କରାଯିବ। ୩ ବର୍ଷ ପରେ ମହାନଗର ନିଗମରେ କର୍ପୋରେଟର ଏବଂ ମେୟର ପଦବୀ ପାଇଁ ନିର୍ବାଚନ ହେଉଥିବାରୁ ରାଜନୈତିକ ପାଣିପାଗ ସରଗରମ ରହିଛି। ପଞ୍ଚାୟତ ନିର୍ବାଚନ ପରେ ବିଜେଡି ପ୍ରାର୍ଥୀଙ୍କୁ ହରାଇବା ଲାଗି ବିରୋଧୀ ଭାଜପା ଏବଂ କଂଗ୍ରେସ କାହାକୁ ପ୍ରାର୍ଥୀ କରୁଛନ୍ତି ତାହା ଉପରେ ସମସ୍ତଙ୍କ ନଜର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?