ପୌର ନିର୍ବାଚନ: ଦୁଇ ଦିନରେ ୨୪ ପ୍ରାର୍ଥତ୍ପତ୍ର ଦାଖଲ

କୋରାପୁଟ,୬।୩(ସ୍ବ.ପ୍ର.): କୋରାପୁଟ ଜିଲାରେ ପୌରା ନିର୍ବାଚନ ପାଇଁ ଶୁକ୍ରବାର ଓ ଶନିବାର ୨୪ ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଶୁକ୍ରବାର କଂଗ୍ରେସରୁ ୪, ଭାଜପାରୁ ଜଣେ ଓ ବିଏସ୍‌ପିରୁ ଜଣେ ଏପରି ମୋଟ ୬ଜଣ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଶନିବାର କଂଗ୍ରେସରୁ ୯ ଜଣ, ଭାଜପାରୁ ୬ ଜଣ ଓ ୩ ଜଣ ସ୍ବାଧୀନ ପ୍ରାର୍ଥୀ ଏପରି ମୋଟ ୧୮ଜଣ ସେମାନଙ୍କ ପ୍ରାର୍ଥିପତ୍ର ଉପଜିଲାପାଳ ଲଳିତ କୁମାର କହଁରଙ୍କ ନିକଟରେ ଦାଖଲ କରିଛନ୍ତି। କଂଗ୍ରେସ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ ସମୟରେ ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି, ଜିଲା ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ସମେତ ବହୁ ନେତା ଉପସ୍ଥିତ ଥିଲେ ା ସେହିପରି ଭାଜପା ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ ସମୟରେ ବହୁ ଦଳୀୟ ନେତା ଉପସ୍ଥିତ ଥିଲେ ା ବର୍ତ୍ତମାନ ସୁଦ୍ଧା ମ୍ୟୁନିସିପାଲିଟିର ଅଧ୍ୟକ୍ଷ ଆସନ ପାଇଁ କେହି ହେଲେ ପ୍ରାର୍ଥତ୍ପତ୍ର ଦାଖଲ କରିନାହାନ୍ତି। ଆସନ୍ତା ୭ ନାମାଙ୍କନ ଦାଖଲର ଶେଷ ଦିବସ। ଏହି ଦିନ ବିଜେଡି ପକ୍ଷରୁ ଅଧ୍ୟକ୍ଷ ସମେତ ସମସ୍ତ ୨୧ ୱାର୍ଡ ପାଇଁ କାଉନସିଲର ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଦଳ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ମାଉଜର ଦେଖାଇ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କଠାରୁ ଲକ୍ଷାଧିକ ଟଙ୍କା ଝାମ୍ପିନେଲେ ୪ ଦୁର୍ବୃତ୍ତ

ନନ୍ଦପୁର,୨୦ା୯(ତୁଷାରକାନ୍ତ ମହାନ୍ତି): ପାର୍ବଣ ପୂର୍ବରୁ କୋରାପୁଟ ଜିଲାର ବିଭିନ୍ନ ସ୍ଥାନରେ ଚୋରି ଡକାୟତି ରାହାଜାନି ଘଟଣା ଦିନକୁ ଦିନ ବୃଦ୍ଧି ପାଉଛି। ନନ୍ଦପୁର ଥାନା କ୍ଷେତ୍ର ପାଲିବା…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?