ଖୁବ୍‌ଶୀଘ୍ର ହେବ ପୌର ନିର୍ବାଚନ

ଭୁବନେଶ୍ୱର,୫ା୩(ବ୍ୟୁରୋ):ସ୍ଥାନ ସଂରକ୍ଷଣ ସମସ୍ୟା ଯୋଗୁ ଦୀର୍ଘଦିନ ହେବ ରାଜ୍ୟରେ ପୌର ନିର୍ବାଚନ ହୋଇପାରୁ ନାହିଁ। ତେବେ ପୌର ନିର୍ବାଚନ ହେବା ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସବୁଜ ସଙ୍କେତ ଦେଇଛନ୍ତି। ରାଜ୍ୟ ସରକାର ଖୁବ୍‌ଶୀଘ୍ର ପୌର ନିର୍ବାଚନ କରିବାକୁ ଯାଉଛନ୍ତି। ଏ ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଏସ୍‌ସି, ଏସ୍‌ଟି ଓ ପଛୁଆବର୍ଗ(ଓବିସି) ପାଇଁ ୫୦ ପ୍ରତିଶତରୁ ଅଧିକ ସ୍ଥାନ ସଂରକ୍ଷଣ ନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହି ଆଧାରରେ ଆସନ୍ତା ନିର୍ବାଚନ ହେବ ।
ରାଜ୍ୟ ସରକାର ପୌର ନିର୍ବାଚନ ପାଇଁ ସଜବାଜ ହେଉଥିବା ବେଳେ ସ୍ଥାନ ସଂରକ୍ଷଣକୁ ନେଇ ହାଇକୋର୍ଟରେ ମାମଲା ଦାଏର ହୋଇଥିଲା। ଫଳରେ ସ୍ଥାନ ସଂରକ୍ଷଣକୁ ୫୦ ପ୍ରତିଶତରେ ସୀମିତ ରଖିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତେବେ ସର୍ବୋଚ୍ଚ ଅଦାଲତ ହାଇକୋର୍ଟଙ୍କ ରାୟକୁ କାଏମ ରଖିବା ସହ ଆଇନରେ ସଂଶୋଧନ ଆଣିବାକୁ ପରାମର୍ଶ ଦେଇଥିଲେ। ଫଳରେ କାର୍ଯ୍ୟକାଳ ଶେଷ ହୋଇଥିଲେ ମଧ୍ୟ ୭୦ରୁ ଊର୍ଦ୍ଧ୍ୱ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି), ମ୍ୟୁନିସିପାଲିଟି ଓ ମହାନଗର ନିଗମରେ ନିର୍ବାଚନ ହୋଇପାରି ନ ଥିଲା। ପୌର ଆଇନରେ ସଂଶୋଧନ ନ ହେବା କାରଣରୁ ନିର୍ବାଚନ ଅନୁଷ୍ଠିତ ହୋଇପାରି ନ ଥିଲା। ନିର୍ବାଚନ ହେବା ପର୍ଯ୍ୟନ୍ତ ପୌର ସଂସ୍ଥା ଓ ମହାନଗର ନିଗମଗୁଡ଼ିକର ସମସ୍ତ କାର୍ଯ୍ୟ ତଦାରଖ କରିବାକୁ ପ୍ରଶାସନିକ ଅଧିକାରୀମାନଙ୍କୁ ନିଯୁକ୍ତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri