ପ୍ରସ୍ତାବରେ ଅଟକିଛି ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା

ଛତ୍ରପୁର,୧୨ା୬(ଡି.ଏନ୍‌.ଏ): ଗଞ୍ଜାମ ଜିଲା ସଦରମହକୁମା ଛତ୍ରପୁର ଏନଏସି ୧୯୫୫ରେ ଗଠନ ହୋଇଥିଲା। ତେବେ ଏହାକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାରେ ରାଜ୍ୟ ସରକାର ଅହେତୁକ ବିଳମ୍ବ କରିଚାଲିଛନ୍ତି। ପୌର ନିର୍ବାଚନ ପୂର୍ବରୁ ରାଜ୍ୟ ସରକାରଙ୍କ ପକ୍ଷରୁ ଛତ୍ରପୁର ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଖୁବ୍‌ଶୀଘ୍ର ପ୍ରଦାନ କରିବେ ବୋଲି ବ୍ରହ୍ମପୁର ଏମ୍‌ପି କହିଥିଲେ। ଏପରିକି ସେତେବେଳେ ତତ୍କାଳୀନ ଜିଲାପାଳ ମଧ୍ୟ ଏନେଇ ଦୃଢୋକ୍ତି ବାଢିଥିଲେ। ମାତ୍ର ପୌର ନିର୍ବାଚନ ସରିବାର ବର୍ଷେ ବିତିଥିଲେ ମଧ୍ୟ ଛତ୍ରପୁର ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାରେ ପଛଘୁଞ୍ଚା ଦିଆଚାଲିଛି। ଅପରପକ୍ଷରେ ଛତ୍ରପୁର ଏନଏସି ଅଧ୍ୟକ୍ଷା ପଦବୀ ଶାସକ ଦଳ ବିଜେଡି ହାତରୁ ଖସିଯାଇଥିଲା। ପୂର୍ବରୁ ଏହି ପଦବୀ ବିଜେଡି ହାତରେ ଥିବାବେଳ ଭାଜପା ପ୍ରାର୍ଥିନୀ ଏନଏସି ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ତଥାପି ଶାସକ ଦଳ କିମ୍ବା ସରକାର ଏଥିପ୍ରତି ଧ୍ୟାନ ଦେବାକୁ ଉଚିତ୍‌ ମଣିନଥିବା ସ୍ପଷ୍ଟ ଅନୁମେୟ ହେଉଛି। ଛତ୍ରପୁର ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ମିଳିବାରେ ସମସ୍ତ ମାନଦଣ୍ଡ ପୂରଣ କରୁଛି। ମାତ୍ର ଏ ଦିଗରେ ପଦକ୍ଷେପ ନିଆଯାଉନି। ଭାରତୀୟ ବିକାଶ ପରିଷଦର ସଭାପତି ସୁରେନ୍ଦ୍ର ପାଣିଗ୍ରାହୀଙ୍କ ପକ୍ଷରୁ ଛତ୍ରପୁର ସମେତ ୩ ଏନଏସିକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାକୁ ହାଇକୋର୍ଟରେ ପିଟିଶନ ଦାଖଲ କରିଥିଲେ। ଏହାର ଶୁଣାଣି କରି ୩ ମାସ ମଧ୍ୟରେ ମ୍ୟୁନିସିପାଲିଟି ଭାବେ ଘୋଷଣା କରିବାକୁ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କୁ ୨୦୧୯ ଅଗଷ୍ଟ ୫ରେ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହି ନିର୍ଦ୍ଦେଶନାମାକୁ ଏବେ ୪ ବର୍ଷ ବିତିବାକୁ ବସିଥିବା ବେଳେ ଏହାକୁ ସରକାର କାର୍ଯ୍ୟକାରୀ କରିନାହାନ୍ତି। ହାଇକୋର୍ଟଙ୍କ ରାୟକୁ କାର୍ଯ୍ୟକାରୀ କରିବା ଆବଶ୍ୟକ ବୋଲି ପରିଷଦ ପକ୍ଷରୁ କୁହାଯାଇଛି। ସୂଚନାଯୋଗ୍ୟ, ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସେତେବେଳେ ତକତ୍ାଳୀନ ଗଞ୍ଜାମ ଜିଲାପାଳଙ୍କୁ ତଥ୍ୟ ମଗାଯାଇଥିଲା। ଏହାପରେ ଜିଲାପାଳ ମଧ୍ୟ ସମସ୍ତ ତଥ୍ୟ ପଠାଇଥିଲେ ା ଓଡ଼ିଶା ମ୍ୟୁନିସିପାଲ କର୍ପୋରେଶନ ଆକ୍ଟ ଅନୁଯାୟୀ, ମ୍ୟୁନିସିପାଲିଟି ଘୋଷଣା ପାଇଁ ଉକ୍ତ ସହରର ଜନସଂଖ୍ୟା ୨୫ ହଜାର କିମ୍ବା ତା‘ଠାରୁ ଅଧିକ ହେବା ଆବଶ୍ୟକ। ମିଳିଥିବା ସୂଚନା ଅନୁସାରେ ୨୦୧୧ ଜନଗଣନା ଅନୁସାରେ ଏହାର ଜନସଂଖ୍ୟା ୨୨ ହଜାର ୨୭ ଥିଲା। ନିକଟବର୍ତ୍ତୀ ପଞ୍ଚାୟତର ଗାଁକୁ ମିଶାଇଲେ ଏହି ଜନସଂଖ୍ୟା ଆବଶ୍ୟକଠାରୁ ଅଧିକ ହେଉଥିବା ଜଣାପଡିଛି। ଜିଲାପାଳଙ୍କ ପକ୍ଷରୁ ଦିଆଯାଇଥିବା ତଥ୍ୟ ଓ ପ୍ରସ୍ତାବ ଅନୁସାରେ ନିକଟବର୍ତ୍ତୀ ୨ ପଞ୍ଚାୟତର ୨ଟି ଗାଁ ଛତ୍ରପୁର ଏନଏସିରେ ମିଶାଯିବ ଏବଂ ମ୍ୟୁନସିପାଲିଟି ଗଠନ ହୋଇପାରିବ। ଅଗସ୍ତିନୂଆଗାଁ ପଞ୍ଚାୟତର ଜିଏନ୍‌ପାଲମ ଓ କଣମଣା ପଞ୍ଚାୟତର ପୁରୁଣା ଛତ୍ରପୁର ମିଶ୍ରଣ ପାଇଁ ସେତେବେଳେ ପଞ୍ଚାୟତ ପକ୍ଷରୁ ସମ୍ମତି ପତ୍ର ଦିଆଯାଇଥିଲା। ଏହାକୁ ରାଜ୍ୟ ସରକାରଙ୍କ ନିକଟକୁ ପଠାଯାଇଥିଲା। ଛତ୍ରପୁର ନାଗରିକ କମିଟି ଓ ଓକିଲ ସଂଘ ପକ୍ଷରୁ ଛତ୍ରପୁରକୁ ମ୍ୟୁନିସିପାଲିଟି ମାନ୍ୟତା ଦେବାକୁ ଦାବି ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ପ୍ରଥମ ବ୍ୟାଟର୍‌ ଭାବେ ବଡ଼ କାରନାମା କଲେ ରୋହିତ ଶର୍ମା

ଗୁଆହାଟୀ,୧।୧୦: ‘ହିଟ୍‌ମ୍ୟାନ’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ପୁଣିଥରେ ଛକାର ବର୍ଷା ଦେଖିବାକୁ ମିଳିଛି। ଗୁଆହାଟୀରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଏକ ବିଶେଷ ରେକର୍ଡ ନିଜ…

ଆଜିଠୁ ବଦଳିଲା ଏହିସବୁ ନିୟମ: ବ୍ୟାଙ୍କ, LPG, UPI, ଟ୍ରେନ ଯାତ୍ରାରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ,୧।୧୦:ଅକ୍ଟୋବର ମାସ ଆରମ୍ଭ ସହ ଦେଶରେ ବ୍ୟାଙ୍କିଂ, LPG, UPI, NPS, ଇନକମ ଟ୍ୟାକ୍ସ ଏବଂ ରେଳଯାତ୍ରା ସହ ଜଡ଼ିତ କିଛି ନିୟମରେ ପରିବର୍ତ୍ତନ ହୋଇଛି। ଏଥିରୁ…

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ଐତିହାସିକ ରେକର୍ଡ ହାସଲ କଲେ ହିଟ୍‌ମ୍ୟାନ୍‌: ଏମିତି ମାଇଲଷ୍ଟୋନ କରିବାରେ ବିଶ୍ୱର…

ଗୁଆହାଟୀ,୧।୧୦: ଭାରତୀୟ କ୍ରିକେଟ୍‌ର ଷ୍ଟାର୍‌ ବ୍ୟାଟର୍‌ ରୋହିତ ଶର୍ମା ଦିନିକିଆ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଆଉ ଏକ ବଡ଼ ମାଇଲଷ୍ଟୋନ ହାସଲ କରିଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?