ଆସନ୍ତା ୯ରୁ ପୌର ନିର୍ବାଚନ ପ୍ରକ୍ରିୟା

ଭୁବନେଶ୍ୱର,୨୫।୧୦(ବ୍ୟୁରୋ): ଆଗାମୀ ୯ ତାରିଖରୁ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହେବ। ସଂରକ୍ଷଣ ଓ ସୀମା ନର୍ଦ୍ଧାରଣ ନେଇ ନଭେମ୍ବର ୯ ତାରିଖରୁ ମତାମତ ଗ୍ରହଣ କରାଯିବ। ମତାମତ ଦଖଲର ଶେଷ ଦିନ ନଭେମ୍ବର ୧୮। ନଭେମ୍ବର ୨୯ ତାରିଖରେ ସୀମା ନିର୍ଦ୍ଧାରଣ ଓ ସଂରକ୍ଷଣ ନେଇ ବିଜ୍ଞପ୍ତି ପ୍ରକାଶ ପାଇବ । ୨୯ ନଭେମ୍ବରରୁ ୧୩ ଡିସେମ୍ବର ମଧ୍ୟରେ ବିଜ୍ଞପ୍ତି ଉପରେ ଆପତ୍ତି ଅଭିଯୋଗ ଦାଖଲ କରାଯାଇପାରିବ ବୋଲି ସୂଚନା ମିଳିଛି।