ପାକିସ୍ତାନର ୧୭ତମ ସେନା ମୁଖ୍ୟ ହେଲେ ମୁନିର, ବାଜଓ୍ବା ହସ୍ତାନ୍ତର କଲେ ଦାୟିତ୍ୱ…

ରାୱଲପିଣ୍ଡି,୨୯।୧୧ : ପାକିସ୍ତାନର ନୂତନ ସେନା ମୁଖ୍ୟ ଭାବେ ଜେନେରାଲ ଅସୀମ ମୁନିର ଦାୟିତ୍ୱ ଗ୍ରହଣ କରିଛନ୍ତି। ଜେନେରାଲ କମର ଜାଭେଦ ବାଜୱା ମଙ୍ଗଳବାର ତାଙ୍କ ଉତ୍ତରାଧିକାରୀ ଅସୀମ ମୁନିରଙ୍କୁ ବ୍ୟାଟନ ଅଫ କମାଣ୍ଡ ପ୍ରଦାନ କରିଛନ୍ତି। କମାଣ୍ଡର ପରିବର୍ତ୍ତନ ସହିତ ମୁନିର ପାକିସ୍ତାନର ୧୭ତମ ସେନା ମୁଖ୍ୟ ହୋଇଛନ୍ତି।

ରାୱଲପିଣ୍ଡିର ଜେନେରାଲ ମୁଖ୍ୟାଳୟରେ ଆୟୋଜିତ ଏକ ସମାରୋହରେ ନୂତନ ସେନା ମୁଖ୍ୟଙ୍କୁ ଏହି ଦାୟିତ୍ୱ ହସ୍ତାନ୍ତର କରାଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଜେନେରାଲ ବାଜୱାଙ୍କୁ ଶେଷ ଥର ପାଇଁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା।

ପାକିସ୍ତାନୀ ନ୍ୟୁଜ ୱେବସାଇଟ ଜିଓ ଟିଭି ଅନୁଯାୟୀ ବାଜୱା ତାଙ୍କ ଉତ୍ତରାଧିକାରୀ ଅସୀମ ମୁନିରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ମୁଁ ନିଶ୍ଚିତ ଯେ ତାଙ୍କ ନେତୃତ୍ୱରେ ସେନା ନୂତନ ଉଚ୍ଚତା ହାସଲ କରିବ ଏବଂ ତାଙ୍କ ନିଯୁକ୍ତି ଦେଶ ପାଇଁ ସକାରାତ୍ମକ ପ୍ରମାଣିତ ହେବ। ସେ କହିଛନ୍ତି ଯେ ଜେନେରାଲ ମୁନିରଙ୍କ ପରି ଜଣେ ଅଧିକାରୀଙ୍କ ହାତରେ ସେନାର ଦାୟିତ୍ୱ ଅର୍ପଣ କରି ଅବସର ନେଉଥିବାର ବେଶ୍‌ ଖୁସି। ଏହି ସମାରୋହରେ ପୂର୍ବତନ ସାମରିକ ନେତୃତ୍ୱ ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ସାଂସଦ ଆଣିଲେ H1B ଭିଜା ଶେଷ କରିବାର ପ୍ଲାନ, ଜାଣନ୍ତୁ ଭାରତୀୟଙ୍କ ଉପରେ କ’ଣ ପଡ଼ିବ ପ୍ରଭାବ

ଓ୍ବାଶିଂଟନ,୧୧।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିକଟତର ଜଣେ ସାଂସଦ ଏକ ବିଲ ଆଗତ କରିଛନ୍ତି ଯାହା ଭାରତୀୟମାନଙ୍କ ପାଇଁ ଏକ ବଡ଼ ଆଘାତ। ସୋମବାର (ଫେବୃଆରୀ…

ବଡ଼ ପରଦାରେ ଭାଇରାଲ ଗର୍ଲ ମୋନାଲିସା: ପ୍ରଶଂସାରେ ପୋତିଲେ ଦର୍ଶକ

ମହାକୁମ୍ଭ ମେଳାରେ ଭାଇରାଲ ହୋଇଥିବା ମୋନାଲିସା ଖୁବ୍‌ଶୀଘ୍ର ବଡ଼ ପରଦାରେ ନଜର ଆସିବେ। ମୋନାଲିସାଙ୍କ ପ୍ରଥମ ଫିଲ୍ମ ‘ଦି ଡାଏରୀ ଅଫ ମଣିପୁର’ ମୁକ୍ତିଲାଭ କରିବାକୁ ଯାଉଛି।…

ଭାରତ ସହ ଟ୍ରେଡ୍‌ ଡିଲ୍‌ ମଧ୍ୟରେ ଆମେରିକା ନେଲା ବଡ଼ ପଦକ୍ଷେପ: ହଟିଲା…

ଓ୍ବାଶିଂଟନ୍‌,୧୧।୨: ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କ କାର୍ଯ୍ୟାଳୟ (USTR) ଭାରତର ଏକ ମାନଚିତ୍ର ହଟାଇ ଦେଇଛି। ଏଥିରେ ପାକିସ୍ତାନ ଅଧିକୃତ କଶ୍ମୀର (PoK) ଏବଂ ଅକ୍ସାଇ ଚାଇନାକୁ ଭାରତର…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri