ପ୍ରାର୍ଥୀଙ୍କ ପାଇଁ ପ୍ରଚାର କଲେ ମୁନ୍ନା ଖାଁ

କୋକସରା,୧୦ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ନିର୍ବାଚନ ପାଇଁ ବିଗୁଲ ବାଜି ସାରିଥିବା ବେଳେ ହାତ ଗଣତି ସମୟ ରହିଛି। ପ୍ରଚାର ପାଇଁ ଦିନରାତି ଏକ କରି ଦେଇଛନ୍ତି ପ୍ରାର୍ଥୀ ଓ ସମର୍ଥକ। ଗୁରୁବାର ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ କଳାହାଣ୍ଡି ଜିଲା କୋକସରା ବ୍ଲକର ମାଝୀଗୁଡ଼ା ଓ ଲଡୁଗାଁ ପଞ୍ଚାୟତରେ ବିଜେଡି ପକ୍ଷରୁ ମାରାଥନ ପ୍ରଚାର କରାଯାଇଛି। ଏହି ପ୍ରଚାରରେ ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲ ଓ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓଙ୍କ ସହ ନବରଙ୍ଗପୁର ରାଜ୍ୟ ସଭା ଏମ୍‌ପି ମୁନ୍ନା ଖାଁ, ଧର୍ମଗଡ଼ ବିଧାୟକ ମୋଷଧି ବାଗ, ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରଓ୍ବାଲ, ଜିଲା ପରିଷଦ ସଭ୍ୟ ତ୍ରିନାଥ ବାଗ, ବ୍ଲକ ସଭାପତି ସୁଶାନ୍ତ କୁମାର ବେହେରା, ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସଭାପତି ମାନସ ରଞ୍ଜନ ବାଗ, ରାଜ୍ୟ ଓମଫେଡ଼ର ରାଜ୍ୟ ସଭାପତି କିଶୋର ଚନ୍ଦ୍ର ପ୍ରଧାନୀ, ବ୍ଲକ ସମ୍ପାଦକ ପଞ୍ଚକ ପୋଢ଼, ଦୁର୍ଗା ନାଏକ, ନାରିନେତ୍ରୀ ଅଶୋକା ନାଏକ ସମେତ ଅନ୍ୟ ମହିଳା ନେତ୍ରୀ ଓ ଦଳୀୟ ଶତାଧିକ କର୍ମକର୍ତ୍ତା ପ୍ରଚାରରେ ସାମିଲ ହୋଇ ବିଧାୟକ ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂଦେଓ ଓ ଏମ୍‌ପି ପ୍ରାର୍ଥୀ ଲମ୍ବୋଦର ନିଆଲଙ୍କ ପାଇଁ ଭୋଟ୍‌ ଭିକ୍ଷା କରିଛନ୍ତି। ମାଝୀଗୁଡା ଓ ଲଡୁଗାଁରେ ରୋଡ଼ ଶୋ’ରେ ହଜାର ହଜାର ଜନ ସାଧାରଣଙ୍କ ଜନ ସମର୍ଥନରେ ବିଧାୟକ ପ୍ରାର୍ଥୀ ଭୋଟ୍‌ ଭିକ୍ଷା କରିବା ସହ ରାଜ୍ୟ ସରକାରଙ୍କ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀରେ ବିକାଶ ମୂଳକ କାର୍ଯ୍ୟକ୍ରମର ଚିଠା ଜନ ସାଧାରଣଙ୍କୁ ବୁଝାଇବା ସହ ଆଗାମୀ ଦିନରେ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରି ପୁଣିଥରେ ବିଜେଡି ସରକାର ଓ ଦଳୀୟ ପ୍ରାର୍ଥୀଙ୍କୁ ନିର୍ବାଚିତ କରିବା ପାଇଁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର

ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍‌ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

ହରିଣ ଛୁଆକୁ ଘେରିଗଲେ ବିଲୁଆ ଦଳ:, ଆଉ ତା’ପରେ…

ପାତ୍ରପୁର,୨୬।୭(ଉମା ଚରଣ ନେପାକ): ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଗୋପୀନାଥପୁର ନିକଟସ୍ଥ ଜଙ୍ଗଲରୁ ଶୁକ୍ରବାର ଏକ ଆହତ ହରିଣ ଛୁଆ ଉଦ୍ଧାର ହୋଇଛି। କିଛି ବିଲୁଆ ହରିଣମାନଙ୍କୁ...

ବର୍ଷା ଅଭାବ: ଚାଷ ଜମିରେ ଚରିଲେ ଗୋରୁ

ଔପଦା, ୨୬।୭(ଧରିତ୍ରୀ ପଣ୍ଡା)-ଜୟ ଯବାନ, ଜୟ କିଷାନ ଧ୍ୱନିରେ ଚାଷ ଅଛି ଯାହାର, କି ଆନନ୍ଦ ତାହାର ଉକ୍ତିର ଆଜି ବିପରୀତ ଦେଖାଦେଇଛି। ଧାନ ଚାଷ...

ଗିରଫ ହେଲେ କୁବେର ଯନ୍ତ୍ରୀ, ଚଢାଉ ପରେ ଧରାପଡିଲା ଅମାପ ଅମାପ ସମ୍ପତ୍ତି

ଭୁବନେଶ୍ୱର,୨୬।୭: ଗିରଫ ହେଲେ କୁବେର ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତ। ଆୟ ବର୍ହିଭୂତ ସମ୍ପତ୍ତି ଠୂଳ ଅଭିଯୋଗରେ ଶୁକ୍ରବାର ଯନ୍ତ୍ରୀ ସୁନୀଲ ରାଉତଙ୍କୁ ଗିରଫ କରିଛି...

ଅସହାୟ ପିଲାଙ୍କୁ ଶିକ୍ଷାଦାନ ପାଇଁ ହାତ ବଢାଇଲେ ଡାକ୍ତର

କେସିଙ୍ଗା,୨୬।୭(ତୁମେଶର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କାଣ୍ଡେଲ ଗ୍ରାମର ପୂର୍ଣଚନ୍ଦ୍ର ହରିଜନ ଗତ ୪ବର୍ଷ ତଳେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ତାଙ୍କର ମୃତ୍ୟୁ...

ମହିଳାଙ୍କ ଉପରକୁ ଚଢ଼ିଗଲା ଟ୍ରକ୍‌

ବଡବିଲ,୨୬।୭(ଦେବପ୍ରିୟ ରଣା): ୫୨୦ ନମ୍ବର ଜାତୀୟ ରାଜପଥ କେନ୍ଦୁଝର ଜିଲା ରୁଗୁଡ଼ି ଥାନା କେନ୍ଦୁଡିହି ଛକରେ ଶୁକ୍ରବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଧକ୍କାରେ...

ଲକ୍ଷ୍ମୀବସ୍‌ର ମନମୁଖୀ କାର୍ଯ୍ୟ: ତାତିଲେ ଘରୋଇ ବସ୍‌ ମାଲିକ ସଂଘ

ଛତ୍ରପୁର,୨୬।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଲକ୍ଷ୍ମୀବସ ମନମୁଖୀ ଓ ବେନିୟମ ଭାବେ ଚଳାଚଳ ନେଇ ଏହାକୁ ଘରୋଇ ବସ୍‌ ମାଲିକ ସଂଘ ବିରୋଧ କରିଛନ୍ତି।...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri