ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ ଚାଲୁଥିଲୁ। ନବୀନ ବାବୁ ଆସିବା ପରେ ଟିକେ ପରିବର୍ତ୍ତନ କଲେ। ବିଜୁ ବାବୁ କହୁଥିଲେ ଯେଉଁ ଅଫିସର କାମ କରୁନି ତାଙ୍କୁ ଚାପୁଡ଼ା ମାର। କିନ୍ତୁ ଆମ ନେତା ନବୀନ ଆମକୁ ଶାନ୍ତି ଶୃଙ୍ଖଳାର ପାଠ ପଢ଼େଇଲେ। ମୁଁ ନବୀନଙ୍କୁ କହିସାରିଛି ବର୍ତ୍ତମାନ ଆମେ ବିଜୁ ବାବୁ ଫର୍ମୁଲା ଆପଣେଇବୁ। ଇଏ ଦୁଇମୁଣ୍ଡିଆମାନଙ୍କୁ ଆମେ ଛାଡ଼ିବୁ ନାହିଁ। ଦୁଇ ମୁଣ୍ଡିଆ ଦୁଇ ପଟେ ଚାଲାକି ଦେଖାଇଲେ ଆଉ ଚଳିବ ନାହିଁ। କାହା ଅଣ୍ଡରରେ ରହିବା ନାହିଁ, ନବୀନଙ୍କ ଅଣ୍ଡରରେ ରହି କାମ କରିବାକୁ ଆହ୍ବାନ ଦେଇଛନ୍ତି।
ସୂଚନାଯୋଗ୍ୟ,ଆଜି ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଦଳର ସୁପ୍ରିମୋ ତଥା ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ବିରୋଧୀଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ଅଛି ଓ ଶହେ ବର୍ଷ ରହିବ। କିଛି ଦଳ ବିଜେଡି ବିରୋଧରେ ଅପପ୍ରଚାର କରୁଛନ୍ତି। ବିଜେଡି ଭାଙ୍ଗିଯିବ ବୋଲି କହୁଛନ୍ତି, କିନ୍ତୁ ବିଜେଡି ଅଛି ଓ ରହିବ। ବିଜେଡି ଶହେ ବର୍ଷ ଓଡ଼ିଶାବାସୀଙ୍କ ସ୍ବର ହୋଇ ରହିବ। ଓଡ଼ିଶାର ବିକାଶରେ ବିଜୁ ଜନତା ଦଳ ସର୍ବଦା ଅଟଳ । ବିଜୁ ବାବୁଙ୍କ ଆଦର୍ଶ ଓ ଲକ୍ଷ ଲକ୍ଷ କର୍ମୀଙ୍କ ସମର୍ପଣରେ ବିଜୁ ଜନତା ଦଳ ଦେଶର ଶ୍ରେଷ୍ଠ ଆଞ୍ଚଳିକ ଦଳ ହୋଇଛି । ଦଳର ଗୌରବମୟ ୨୯ତମ ପ୍ରତିଷ୍ଠା ଦିବସ ଅବସରରେ ସମସ୍ତେ ସେବା, ସ୍ବାଭିମାନ ଓ ସଂଗ୍ରାମର ମନ୍ତ୍ରରେ ସଂକଳ୍ପବଦ୍ଧ ହୋଇ ଆଗକୁ ବଢ଼ିବାକୁ ନବୀନ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି।
ଏହାସହ ନବୀନ ବିରୋଧୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି, ୧୮ ମାସରେ ସରକାର ଥିବା ଭଳି ଲାଗୁନି। ଡବଲ ଇଞ୍ଜିନ ସରକାରରେ ବିକାଶ ନାହିଁ। ଚାଷୀଙ୍କୁ ସାର ମିଳୁନି। ଧାନ ମଣ୍ଡି ଖୋଲୁ ନାହିଁ। ମିଶନ ଶକ୍ତି ମା’ମାନେ ହଇରାଣ ହେଉଛନ୍ତି। ଯୁବ ସମାଜ ହତାଶ ହୋଇପଡ଼ିଛି। ଆଇନ ଶୃଙ୍ଖଳା ନ କହିବା ଭଲ। ମହିଳା ଅତ୍ୟାଚାର ବଢିବାରେ ଲାଗିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ) – ୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ…

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri