ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି। ଭାଜପା ଚମ୍ପୁଆ ନିର୍ବାଚନମଣ୍ଡଳୀ ପାଇଁ ଡ. ମୁରଲୀ ଶର୍ମାଙ୍କ ଉପରେ ପୁଣି ଭରସା କରିଛି। ମୁରଲୀ ୨୦୧୯ରେ ପ୍ରାର୍ଥୀ ହୋଇ ବିଜେଡିକୁ କଡ଼ା ଟକ୍କର ଦେଇଥିଲେ। ସେ ଜଣେ ଟାଣୁଆ ଭାଜପା ନେତା ହୋଇଥିବା ବେଳେ ସଂଘ ପରିବାରର ସଦସ୍ୟ ଥିବାରୁ ତାଙ୍କ ପ୍ରାର୍ଥିତ୍ୱକୁ ନେଇ ଦଳରେ ଉତ୍ସାହ ଦେଖିବାକୁ ମିଳିଛି। ତାଙ୍କ ନାମ ଘୋଷଣା ପରେ ଭାଜପା ଶିବିରରେ ଏବଂ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ଦେଖାଯାଇଛି। ଏଠାରେ ବିଜେଡି ଜଣେ ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ସନାତନ ମହାକୁଡ ଓ କଂଗ୍ରେସ ପୂର୍ବତନ ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରିଙ୍କୁ ପ୍ରାର୍ଥୀ କରିଥିବାରୁ ତ୍ରିମୁଖୀ ଲଢ଼େଇ ହେବା ନେଇ ରାଜନୀତିଜ୍ଞମାନେ କହିଛନ୍ତି।
ସେହିପରି ଭାଜପା ତେଲକୋଇ ନିର୍ବାଚନମଣ୍ଡଳୀରେ ଡା. ଫକୀର ଚନ୍ଦ୍ର ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଡା. ନାୟକ ପୂର୍ବରୁ କଂଗ୍ରେସ ଟିକେଟରୁ ଲୋକ ସଭା ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ବିଜେଡି ଛାଡ଼ି ବିଧାୟକ ପ୍ରେମାନନ୍ଦ ନାୟକ, ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ ଭାଜପାରେ ଯୋଗଦେବା ଫଳରେ କିଏ ଟିକେଟ ପାଇବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଥିଲା। ଏଠାରେ ବିଜେଡି ଜଣେ ଟାଣୁଆ ତଥା ଜିଲା ସଂଗଠନ ମୁଖ୍ୟ ପୂର୍ବତନ ଏମ୍‌ପି ମାଧବ ସର୍ଦ୍ଦାରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ନବାଗତ ତଥା ପୂର୍ବତନ ବିଧାୟକ ପ୍ରାଣବଲ୍ଲଭ ନାୟକଙ୍କ ପୁଅ ନିର୍ମଳ ନାୟକଙ୍କୁ ପ୍ରାର୍ଥୀ କରିଛି। ଫଳରେ ଏଠାରେ ତ୍ରିମୁଖୀ ଲଢ଼େଇ ହେବା ଯଥେଷ୍ଟ ସମ୍ଭାବନା ରହିଛି। ସବୁ ଦଳ ଜିଲାର ୬ ବିଧାନସଭା ଓ କେନ୍ଦୁଝର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ଅଦ୍ୟାବଧି ଘଷିପୁରା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଦଳ ପ୍ରଚାରରେ ପଛେଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri