ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି। ଭାଜପା ଚମ୍ପୁଆ ନିର୍ବାଚନମଣ୍ଡଳୀ ପାଇଁ ଡ. ମୁରଲୀ ଶର୍ମାଙ୍କ ଉପରେ ପୁଣି ଭରସା କରିଛି। ମୁରଲୀ ୨୦୧୯ରେ ପ୍ରାର୍ଥୀ ହୋଇ ବିଜେଡିକୁ କଡ଼ା ଟକ୍କର ଦେଇଥିଲେ। ସେ ଜଣେ ଟାଣୁଆ ଭାଜପା ନେତା ହୋଇଥିବା ବେଳେ ସଂଘ ପରିବାରର ସଦସ୍ୟ ଥିବାରୁ ତାଙ୍କ ପ୍ରାର୍ଥିତ୍ୱକୁ ନେଇ ଦଳରେ ଉତ୍ସାହ ଦେଖିବାକୁ ମିଳିଛି। ତାଙ୍କ ନାମ ଘୋଷଣା ପରେ ଭାଜପା ଶିବିରରେ ଏବଂ ତାଙ୍କ ସମର୍ଥକଙ୍କ ମଧ୍ୟରେ ଖୁସି ଦେଖାଯାଇଛି। ଏଠାରେ ବିଜେଡି ଜଣେ ଟାଣୁଆ ନେତା ତଥା ପୂର୍ବତନ ବିଧାୟକ ସନାତନ ମହାକୁଡ ଓ କଂଗ୍ରେସ ପୂର୍ବତନ ଏମ୍‌ପି ଯଶୋବନ୍ତ ନାରାୟଣ ସିଂ ଲାଗୁରିଙ୍କୁ ପ୍ରାର୍ଥୀ କରିଥିବାରୁ ତ୍ରିମୁଖୀ ଲଢ଼େଇ ହେବା ନେଇ ରାଜନୀତିଜ୍ଞମାନେ କହିଛନ୍ତି।
ସେହିପରି ଭାଜପା ତେଲକୋଇ ନିର୍ବାଚନମଣ୍ଡଳୀରେ ଡା. ଫକୀର ଚନ୍ଦ୍ର ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି। ଡା. ନାୟକ ପୂର୍ବରୁ କଂଗ୍ରେସ ଟିକେଟରୁ ଲୋକ ସଭା ପାଇଁ ପ୍ରାର୍ଥୀ ହୋଇଥିଲେ। ତେବେ ବିଜେଡି ଛାଡ଼ି ବିଧାୟକ ପ୍ରେମାନନ୍ଦ ନାୟକ, ପୂର୍ବତନ ବିଧାୟକ ବେଦବ୍ୟାସ ନାୟକ ଭାଜପାରେ ଯୋଗଦେବା ଫଳରେ କିଏ ଟିକେଟ ପାଇବ ସେ ନେଇ ନାନା କଳ୍ପନା ଜଳ୍ପନା ଆରମ୍ଭ ହୋଇଥିଲା। ଏଠାରେ ବିଜେଡି ଜଣେ ଟାଣୁଆ ତଥା ଜିଲା ସଂଗଠନ ମୁଖ୍ୟ ପୂର୍ବତନ ଏମ୍‌ପି ମାଧବ ସର୍ଦ୍ଦାରଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ନବାଗତ ତଥା ପୂର୍ବତନ ବିଧାୟକ ପ୍ରାଣବଲ୍ଲଭ ନାୟକଙ୍କ ପୁଅ ନିର୍ମଳ ନାୟକଙ୍କୁ ପ୍ରାର୍ଥୀ କରିଛି। ଫଳରେ ଏଠାରେ ତ୍ରିମୁଖୀ ଲଢ଼େଇ ହେବା ଯଥେଷ୍ଟ ସମ୍ଭାବନା ରହିଛି। ସବୁ ଦଳ ଜିଲାର ୬ ବିଧାନସଭା ଓ କେନ୍ଦୁଝର ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ ଭାଜପା ଅଦ୍ୟାବଧି ଘଷିପୁରା ନିର୍ବାଚନମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରି ନ ଥିବାରୁ ଦଳ ପ୍ରଚାରରେ ପଛେଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri