ଭୀଷଣ ବାତ୍ୟାରେ ପରିଣତ ହେଲା ‘ମୁରାସୁ’, ଏହିଠାରେ କରିବ ଲ୍ୟାଣ୍ଡ୍‌ଫଲ୍‌, ଆଇଏମ୍‌ଡି ଡିଜି କହିଲେ ପବନର ବେଗ ରହିବ…

ଭୁବନେଶ୍ୱର,୨ା୧୧: ବଙ୍ଗୋପସାଗରରେ ଭୀଷଣ ବାତ୍ୟାରେ ପରିଣତ ହୋଇଛି ‘ମୁରାସୁ’।  ରବିବାର ସନ୍ଧ୍ୟା ସୁଦ୍ଧା ଏହା ତାମିଲନାଡୁର ଚେନ୍ନାଇଠାରୁ ୪୮୦ କି.ମି., ଆନ୍ଧ୍ରପ୍ରଦେଶର ନେଲୋରଠାରୁ ୫୫୦ କି.ମି., ମଚ୍ଛଲିପଟନମ୍‌ଠାରୁ ୫୬୦ କି.ମି. ଓ ବିଶାଖାପାଟଣାଠାରୁ ୬୧୦ କି.ମି. ଦୂରରେ ରହିଥିଲା। ସୋମବାର ଚେନ୍ନାଇଠାରୁ ୨୬୦ କିମି ଦୂରରେ ରହିଛି ବାତ୍ୟା। ନେଲୋରରୁ ୨୯୦, ମଛଲିପଟନମ୍ଠାରୁ ୩୨୦ କିମି ଦୂରରେ ବାତ୍ୟା ‘ମୁରାସୁ’ ରହିଛି। ମଧ୍ୟରାତ୍ରିରୁ କାଲି ଭୋର୍‌ ମଧ୍ୟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ। ଏହି ବାତ୍ୟା ଧିରେ ଧିରେ ସମୁଦ୍ରରୁ ବଳ ଗୋଟାଇ ଘଣ୍ଟାପ୍ରତି ୨୦ କି.ମି. ବେଗରେ ଆଗକୁ ବଢ଼ି ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି। ନେଲୋର ଓ ନରସାପୁର ମଧ୍ୟରେ ଓଙ୍ଗୋଲ ନିକଟରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୦୦ରୁ ୧୧୦ କିମି ରହିବା ସହ ଝଟ୍‌କା ପବନର ବେଗ ସର୍ବାଧିକ ୧୨୦ କି.ମି. ପର୍ଯ୍ୟନ୍ତ ରହିପାରେ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ ମୁରାସୁ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପୁଣି ବର୍ଷା ଭୟ ଦେଖାଦେଇଛି। ବିଶେଷକରି ନଭେମ୍ବର ୩ ଓ ୪ ତାରିଖ ଦକ୍ଷିଣ ଓଡ଼ିଶା ପାଇଁ ଅତି ଗୁରୁତ୍ୱପୂର୍ଣ୍ଣ ରହିଛି। ଏହି ସମୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲାକୁ ଅଧିକ ବିପଦ ରହିଥିବା ସେ ସୂଚନା ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସୋମବାର ଗଜପତି ଓ ଗଞ୍ଜାମ ଜିଲାକୁ ପ୍ରବଳ ବର୍ଷା ଏବଂ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ନୟାଗଡ଼କୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ଏହି ସମୟରେ ପବନର ବେଗ ସର୍ବାଧିକ ଘଣ୍ଟାପ୍ରତି ୬୦ କି.ମି. ରହିବ। ମଙ୍ଗଳବାରଠାରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏହିଦିନ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ପୁରୀ ଓ ଖୋର୍ଦ୍ଧାକୁ ଝଡ଼ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ସେହିପରି କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବୁଧବାର ୪ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାର ପ୍ରଭାବ ଲାଗି ରହିବ। ତେବେ ପାହାଡ଼ିଆ ଓ ଭୂସ୍ଖଳନ ପ୍ରବଣ ଅଞ୍ଚଳରେ ରହୁଥିବା ଲୋକେ ବିଶେଷ ସାବଧାନ ରହିବା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧୬ଟି ସ୍ଥାନରେ ଇଡି (ED) ପକ୍ଷରୁ ଚଢ଼ାଉ, ପୂର୍ବତନ କ୍ୟାବିନେଟ ମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିଲେ ତଦନ୍ତକାରୀ ଦଳ

ଚଣ୍ଡିଗଡ଼,୨।୧୧: ସୋମବାର ପଞ୍ଜାବରେ ଏକ ବଡ଼ କାର୍ଯାନୁଷ୍ଠାନ ଗ୍ରହଣ କରି, ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ED) ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ତଥା କଂଗ୍ରେସ ନେତା ସୁନ୍ଦର ଶାମ ଅରୋରାଙ୍କ…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକୁ ୮ ବିଭାଗର ଅବଜ୍ଞା

ଭୁବନେଶ୍ୱର,୨।୧୧(ରବିନାରାୟଣ ଜେନା): ରାଜ୍ୟର ସାମଗ୍ରିକ ଓ ସମାବେଶୀ ବିକାଶ ସହ ଜନକଲ୍ୟାଣମୂଳକ ଯୋଜନାର ସଫଳ ରୂପାୟନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହାକୁ…

କିଙ୍ଗ୍‌ପିନ୍‌ ଚନ୍ଦ୍ରକର ଓମାନ୍‌ରୁ ପ୍ରତ୍ୟର୍ପିତ

ନୂଆଦିଲ୍ଲୀ,୨ା୧୧: ବେଆଇନ ବେଟିଂ ସିଣ୍ଡିକେଟ୍‌ର କିଙ୍ଗ୍‌ପିନ୍‌ କୁହାଯାଉଥିବା ମହାଦେବ ଅନ୍‌ଲାଇନ ବୁକ୍‌ ଆପ୍‌ର ପ୍ରମୋଟର ସୌରଭ ଚନ୍ଦ୍ରକରଙ୍କୁ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଓମାନ୍‌ରୁ ପ୍ରତ୍ୟର୍ପଣ କରାଇଛି।…

ହ୍ବାଟ୍‌ସଆପ୍‌ରେ ଇପିଏଫ୍‌ଓ ସେବା ଶୁଭାରମ୍ଭ

ନୂଆଦିଲ୍ଲୀ, ୨ା୧୧: କେନ୍ଦ୍ର ଶ୍ରମ ଓ ନିୟୋଜନ ମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ରବିବାର ଇପିଏଫ୍‌ଓର ହ୍ବାଟ୍ସଆପ୍‌ ସେବାର ଶୁଭାରମ୍ଭ କରିଛନ୍ତି। ଏହି ସେବା ଇପିଏଫ୍‌ ସଦସ୍ୟମାନଙ୍କୁ ସେମାନଙ୍କ…

ବୁଝିବା କଷ୍ଟକର

ସ୍କୁଲରେ ପିଲାମାନେ ମକ୍‌ ପାର୍ଲାମେଣ୍ଟ ବା ଛାୟା ସଂସଦରେ ଭାଗ ନେଇଥାଆନ୍ତି। ସେଥିରେ ବାଚସ୍ପତି, ପ୍ରଧାନମନ୍ତ୍ରୀ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବିରୋଧୀ ଦଳ ନେତା ଭୂମିକାରେ…

ଓମାର ସରକାରରେ ସଙ୍କଟ

ଶ୍ରୀନଗର,୨ା୧୧: ଜମ୍ମୁ-କଶ୍ମୀରରେ ଓମାର ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ସରକାର ବଡ଼ ଧରଣର ଆଭ୍ୟନ୍ତରୀଣ ସଙ୍କଟର ସମ୍ମୁଖୀନ ହୋଇଛି। ନ୍ୟାଶନାଲ କନ୍‌ଫରେନ୍ସ (ଏନ୍‌ସି)ର ୨୫ ଜଣ ଅସନ୍ତୁଷ୍ଟ ବିଧାୟକ ସେମାନଙ୍କ…

ନେପାଳରେ ତୁଷାରପାତ: ଫସିଛନ୍ତି ୬ ଭାରତୀୟ ପର୍ଯ୍ୟଟକ

କାଠମାଣ୍ଡୁ,୨ା୧୧(ପି.ଟି.): ନେପାଳରେ ଶନିବାର ଅପରାହ୍ନରେ ପ୍ରବଳ ତୁଷାରପାତ ହେବାରୁ ଶେ-ଫୋକ୍‌ସୁଣ୍ଡୋ ଜାତୀୟ ଉଦ୍ୟାନ ଅଞ୍ଚଳରେ ୨ ମହିଳାଙ୍କ ସମେତ ୬ ଜଣ ଭାରତୀୟ ପର୍ଯ୍ୟଟକ ଫସିରହିଛନ୍ତି। ଘଟଣାସ୍ଥଳରେ…

ଜର୍ମାନୀରେ ଜେନ୍‌-ଜି ଆନ୍ଦୋଳନ ବେଳେ ହିଂସା

ଫ୍ରାଙ୍କଫର୍ଟ/ବର୍ଲିନ,୨ା୧୧ ଉନ୍ନତ ଶିକ୍ଷା ଓ ଦରଦାମ୍‌ ହ୍ରାସ, ସାର୍ବଜନିକ ସେବାରେ ଉନ୍ନତି ଦାବି ଏବଂ ବାଧ୍ୟତାମୂଳକ ସାମରିକ ସେବା ବିରୋଧରେ ଜର୍ମାନୀର ବିଭିନ୍ନ ସହରରେ ଜେନ୍‌-ଜି ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?