ପରକୀୟା ପ୍ରୀତିରୁ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା

ବନ୍ତଳା,୨୩।୧୧ (ସୁଶିତ ସାହୁ): ପରକୀୟା ପ୍ରୀତିରୁ ଘଟିଛି ହତ୍ୟାକାଣ୍ଡ। ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କରାଯାଇଛି । ଅନୁଗୋଳ ବ୍ଲକ ବନ୍ତଳା ଥାନା ବଡ଼କନ୍ତକୁଳ ପଞ୍ଚାୟତ ନୂଆକ୍ଷେତା-ନୂଆରାଇଗୁଡ଼ା ରାସ୍ତାର ଧାନମଞ୍ଚା ପାଖରେ ଘଟିଛି ଏହି ହତ୍ୟାକାଣ୍ଡ। ମୃତକ ହେଲେ ନୂଆକ୍ଷେତା ଗାଁର ପ୍ରମୋଦ ସାହୁଙ୍କ ପୁଅ ଟିକନ ସାହୁ (୪୮)। ଶନିବାର ସକାଳେ ଅଭିଯୋଗ ପାଇ ବନ୍ତଳା ପୋଲିସ ସାଇଣ୍ଟିଫିକ୍‌ ଟିମ୍‌ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି।
ପୋଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ନୂଆକ୍ଷେତା ଗାଁର ଟିକନ ପଡ଼ୋଶୀ ଗ୍ରାମର ଜନୈକା ବିଧବା ମହିଳାଙ୍କ ସହ ପ୍ରେମ ସମ୍ପର୍କ ରଖିଥିଲେ। ଟିକନଙ୍କ ଏଭଳି ଅବୈଧ ସମ୍ପର୍କକୁ ବିଧବାଙ୍କ ୨ ପୁତୁରା ବିରୋଧ କରି ଆସୁଥିଲେ। ସେମାନେ ଟିକନଙ୍କୁ ବହୁବାର ତାଗିଦ୍‌ ମଧ୍ୟ କରିଥିଲେ। ଟିକନ ଗତ ୫ ବର୍ଷ ହେବ ଗାଁ ଛାଡ଼ି ସ୍ତ୍ରୀ ଓ ପିଲାଙ୍କୁ ନେଇ ଅନୁଗୋଳ ତୁରଙ୍ଗ ଅଞ୍ଚଳରେ ଘରଭଡ଼ା ନେଇ ରହୁଥିଲେ ମଧ୍ୟ ଗାଁକୁ ଯିବାଆସିବା କରୁଥିଲେ। ସମ୍ପୃକ୍ତା ବିଧବାଙ୍କ ସହ ପୂର୍ବପରି ସମ୍ପର୍କ ରଖିଥିଲେ। ଶୁକ୍ରବାର ଟିକନ ରାଶନ ଚାଉଳ ପାଇଁ ଗାଁ ନୂଆକ୍ଷେତାକୁ ଆସିଥିବା ବେଳେ ଅପରାହ୍ନ ୫ଟାରେ ଗୁରୁତର ଅବସ୍ଥାରେ ନୂଆକ୍ଷେତା-ରାଇଗୋଡ଼ା ରାସ୍ତା ଚକାବର ନିକଟରେ ପଡ଼ିଥିବା ସାନଭାଇ ମାନସ ସାହୁ ଖବର ପାଇଥିଲେ। ସେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଟିକନଙ୍କୁ ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇ ଦିଆଯାଇଥିଲା। ହେଲେ ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ଟିକନଙ୍କ ମୃତ୍ୟୁ ହୋଇଥିଲା। ଏ ନେଇ ମୃତକଙ୍କ ସ୍ତ୍ରୀ ସୁନିତା ସାହୁ ଶନିବାର ସକାଳ ୫ଟା ୩୦ରେ ବନ୍ତଳା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହାପରେ ବନ୍ତଳା ଥାନା ଅଧିକାରୀ ନଟବର ନନ୍ଦଙ୍କ ନେତୃତ୍ୱରେ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲା। ହତ୍ୟାକାଣ୍ଡରେ ବ୍ୟବହୃତ ଠେଙ୍ଗା, ୨ଟି ବାଇକ୍‌, ରକ୍ତଛିଟା ଲାଗିଥିବା ମାଟି ନମୁନା, ହଳେ ଚ଼ପଲ ଜବତ କରାଯାଇଥିଲା। ଗୋଟିଏ ବାଇକ୍‌ ଡିକିରୁ ମିଳିଥିବା ଆଧାରକାର୍ଡ, ପାରିପାର୍ଶ୍ୱିକ ସ୍ଥିତି, ସ୍ଥାନୀୟ ଲୋକଙ୍କ ସୂଚନାକୁ ଭିତ୍ତିକରି ପୋଲିସ ସନ୍ଦେହରେ ୨ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯିବା ସହ ଅଧିକ ତଦନ୍ତ ଜାରି ରହିଥିବା ଥାନା ଅଧିକାରୀ ନନ୍ଦ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

ସ୍କୁଲ ପଛ ନାଳରୁ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ସୋମବାରଠାରୁ ଥିଲେ ନିଖୋଜ

କୋରାପୁଟ,୨୬।୮(ଅମିତାଭ ବେହେରା): ବୋରିଗୁମ୍ମା ବ୍ଲକ ଗୁମୁଡ଼ା ସରକାରୀ ଉଚ୍ଚ ବିଦ୍ୟାଳୟ ପଛପଟ ନାଳରୁ ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି । ମୃତ…

ପେଟ୍ରୋଲିୟମ ମନ୍ତ୍ରାଳୟର ବଡ଼ ସୂଚନା, ୩୧ ଅଗଷ୍ଟ ପରେ ମିଳିବନି ଗ୍ୟାସ ସିଲିଣ୍ଡର? ଶୀଘ୍ର ସାରନ୍ତୁ ଏହି କାମ…

ନୂଆଦିଲ୍ଲୀ,୨୬।୮: ଯଦି ଆପଣଙ୍କ ଘରେ ମଧ୍ୟ ରୋଷେଇ ଗ୍ୟାସ ସିଲିଣ୍ଡର ବ୍ୟବହୃତ ହେଉଛି, ତେବେ ଏହି ଖବର ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। ତେଲ କମ୍ପାନୀ ଏବଂ…

Zamatoରୁ ଅର୍ଡର କରୁଥିଲେ ସାବଧାନ! ଦିନ ଦ୍ୱିପ୍ରହରରେ ଲୁଟୁଛି କମ୍ପାନୀ

ନୂଆଦିଲ୍ଲୀ,୨୬।୮: ଆଜିକାଲି ଲୋକମାନେ ଅନଲାଇନରେ ଖାଦ୍ୟ ଅର୍ଡର କରିବାର ଅଭ୍ୟାସ ବିକଶିତ କରିଛନ୍ତି। ଏହାର ସୁଯୋଗ ନେଇ, ଖାଦ୍ୟ ବିତରଣ ସେବାଗୁଡ଼ିକ ପ୍ରାୟତଃ ଅତ୍ୟଧିକ ପରିମାଣରେ ଚାର୍ଜ…

କ’ଣ ୨୭ ଅଗଷ୍ଟରେ ବନ୍ଦ ରହିବ ସ୍କୁଲ? ଛୁଟିକୁ ନେଇ ଆସିଲା ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୨୬।୮: ଦେଶର ଅନେକ ସ୍ଥାନରେ ଇଦ୍-ମିଲାଦ୍-ଉନ୍-ନବୀ ଅବସରରେ ବିଦ୍ୟାଳୟଗୁଡ଼ିକରେ ଛୁଟି ଘୋଷଣା କରାଯାଇଥିଲା। ଏହା ବ୍ୟତୀତ ପ୍ରବଳ ବର୍ଷା ଆଲର୍ଟ ଆଦି କାରଣରୁ ସ୍ଥାନୀୟ ପ୍ରଶାସନ ଦ୍ୱାରା…

ମାଟି ଅତଡ଼ା ଧସି ଯାତାୟାତ ବନ୍ଦ: ଶୁଣିଲାନି ପ୍ରଶାସନ, ନିଜେ ସଫା କଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୨୬ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡ଼େପଦର ପଞ୍ଚାୟତର ତଳ ହାଡ଼ସିଲ ଗ୍ରାମରେ ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ମାଟି ଅତଡ଼ା ଧସି…

ଭଡ଼ା ଘରୁ ମିଳିଲା ଲୋକୋ ପାଇଲଟଙ୍କ ଝୁଲନ୍ତା ମୃତଦେହ, ମୃତ୍ୟୁର କାରଣ…

ଟିଟିଲାଗଡ଼/ବଲାଙ୍ଗୀର,୨୬।୮(ସଞ୍ଜୟ ବେହେରା/ସୁନିଲ କୁମାର ମହାନ୍ତି): ଟିଟିଲାଗଡ଼ ସହରର ମାଲଗୋଦାମ ପଡା ସ୍ଥିତ ଏକ ଭଡା ଘର ଭିତରୁ ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri