ହତ୍ୟା ଅଭିଯୁକ୍ତଙ୍କୁ ୬ ବର୍ଷ ପରେ କରାଗଲା ଗିରଫ, ଟାଙ୍ଗିଆରେ ହାଣି କରିଥିଲେ ହତ୍ୟା

ଲାଞ୍ଜିଗଡ଼,୨୪।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତ ଅଞ୍ଚଳର ଏକ ହତ୍ୟା ମାମଲାରେ ଅଭିଯୁକ୍ତ ୬ବର୍ଷ ପରେ ଗିରଫ ହୋଇଛି। ସୋମବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେ ହେଲେ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ ଆମଠାପଦର ଗ୍ରାମର ବାଚୁ ମାଝୀ (୪୬)। ସୂଚନାନୁସାରେ ଆମଠାପଦର ଗ୍ରାମର ପୂର୍ଣ୍ଣ ମାଝୀ, ବାଚୁ ମାଝୀ ଓ ପବନ ମାଝୀ ୨୦୧୯ ମସିହା ମେ ମାସରେ ନିକଟସ୍ଥ ରାୟଗଡା ଜିଲା କଲ୍ୟାଣିସିଂପୁର ବ୍ଲକର ଖୁରୁଷ ମୁହିଁ ଗାଁକୁ ଟୁକିମରା ପର୍ବ ଦେଖିବାକୁ ଯାଉଥିଲେ। ବାଟରେ ଜଙ୍ଗଲ ରାସ୍ତାରେ ପୂର୍ଣ୍ଣ ମାଝୀ(୩୩)ଙ୍କୁ ବାଚୁ ଟାଙ୍ଗିଆରେ ଆକ୍ରମଣ କରି ହତ୍ୟା କରିଥିଲେ। ଏ ନେଇ ବିଜେପୁର ଥାନାରେ ଏକ ମାମଲା (ନଂ.୫/୨୦୧୯)ରୁଜୁ କରାଯାଇ ତଦନ୍ତ ଚାଲିଥିବାବେଳେ ଅଭିଯୁକ୍ତ କେଉଁଆଡେ ଫେରାର ହୋଇଯାଇଥିଲେ। ହେଲେ ମୃତ ପୂର୍ଣ୍ଣ ମାଝୀର ପରିବାର ଲୋକେ ପୋଲିସକୁ କହିଥିଲେ, ବାଚୁ ମାଝୀ ହତ୍ୟା କରିବା ପରେ ତାର ପରିବାର ସହ ଯାଇ ବିଜେପୁର ଥାନା ନିକଟରେ ଥିବା ଗାଡାରା ଗୁଡା ଗାଁରେ ରହୁଛି। କିନ୍ତୁ ସେମାନେ ବାରମ୍ବାର ଥାନାରେ ଅଭିଯୋଗ କରିଥିଲେ ମଧ୍ୟ ପୋଲିସ ବାଚୁକୁ ଧରି ପାରି ନ ଥିଲା। ଯାହା ଫଳରେ ବାଚୁ ଆମଠାପଦର ଗ୍ରାମର ମୃତ ପୂର୍ଣ୍ଣର ପରିବାରକୁ ସହଯୋଗ କରୁଥିବା ୧୦ଲୋକଙ୍କୁ ହତ୍ୟା କରିବି ବୋଲି ଧମକ ଦେଇଥିଲା ବୋଲି ମୃତ ପୂର୍ଣ୍ଣର ବଡଭାଇ ବୁଟି ମାଝୀ ପୋଲିସ ନିକଟରେ ଅଭିଯୋଗ କରିଥିଲେ। ହେଲେ ଏହି ଘଟଣା ମଧ୍ୟ ପୋଲିସକୁ ଜଣାଇ ଥିଲେ ମଧ୍ୟ ପୋଲିସ ଗୁରୁତର ମନେ କରି ନ ଥିଲା। ଦୀର୍ଘ ଛଅ ବର୍ଷ ହେବ ପୋଲିସ ଅଭିଯୁକ୍ତଙ୍କୁ ଖୋଜୁଥିବାବେଳେ ପାଇ ନ ଥିଲେ I ରବିବାର କୌଣସି ସୂତ୍ରରୁ ଖବରପାଇ ବିଜେପୁର ଥାନାଧିକାରୀ ନୀଳାମ୍ବର ଜାନୀଙ୍କ ନେତୃତ୍ୱରେ ଏସଆଇ ଶ୍ୟାମ କୁଲସୀକା ଓ ପୋଲିସ ବଳ ସହିତ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ତଳକାଲୀମା ନିକଟସ୍ଥ ସିମିଳିଭଟା ଗ୍ରାମରୁ ଅଭିଯୁକ୍ତଙ୍କୁ ଗିରଫ କରି ଥାନାକୁ ଆଣିଥିଲେ। ତାଙ୍କୁ କୋର୍ଟ ଚାଲାଣ କରାଯାଇଛି।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ ଦାୟିତ୍ୱ ପ୍ରଦାନ କରିଥିବା ବେଳେ…

ନିର୍ବାଚନ ପ୍ରଚାର ସମୟରେ ପ୍ରାର୍ଥୀଙ୍କୁ ହତ୍ୟା, ଦେଖନ୍ତୁ ଛାତିଥରା ଭିଡ଼ିଓ

ଲିମା,୨୧।୯: ପେରୁର ଆଙ୍କାଶ (Ancash) ଅଞ୍ଚଳରେ ଏକ ନିର୍ବାଚନ ପ୍ରଚାର ସମୟରେ ସାମ୍ବାଦିକା ତଥା ଆଞ୍ଚଳିକ ଗଭର୍ଣ୍ଣର ପ୍ରାର୍ଥୀ ସୁସି ଆପୋଣ୍ଟେ ପୋଲୋଙ୍କୁ ଗୁଳି କରି ହତ୍ୟା…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?