ହତ୍ୟା ଅଭିଯୁକ୍ତକୁ ଆଜୀବନ କାରାଦଣ୍ଡାଦେଶ

ଆନନ୍ଦପୁର, ୧୩।୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନ ଆନନ୍ଦପୁର ଅତିରିକ୍ତ ଜଜିଲା ଦୌରାଜଜ୍‌ଙ୍କ କୋର୍ଟରେ ଶୁକ୍ରବାର ଏସଟି କେସ ନଂ ୫୪/୨୦୨୨ର ବିୟର କରାଯାଇ ଅଭିଯୁକ୍ତକୁ ଆଜୀବନ କାରା ଦଣ୍ଡାଦେଶର ରାୟ ପ୍ରକାଶ ପାଇଛି। ଏହା ସହିତ ଅଭିଯୁକ୍ତଙ୍କୁ ୧ ଲକ୍ଷ ଟଙ୍କାର ଜରିମାନାର ଆଦେଶ ହୋଇଥିବାବେଳେ ଜରିମାନା ଅନାଦେୟ ଅତିରିକ୍ତ ଦୁଇ ବର୍ଷ ସଶ୍ରମ କାରାଦଣ୍ଡାଦେଶର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ ନନ୍ଦିପଦା ଥାନା ଅଁରା ଗ୍ରାମର ବିଜନ ବେହେରାଙ୍କୁ ଏହି ଦଣ୍ଡାଦେଶ ହୋଇଛି। ଆନନ୍ଦପୁର ଅତିରିକ୍ତ ଜିଲା ଦୌରାଜଜ ଦେବଦତ୍ତ ଦାସ ମହାପାତ୍ର ଏହି ରାୟ ପ୍ରକାଶ କରିଛନ୍ତି। ୧୯ ଜଣ ସାକ୍ଷୀଙ୍କ ବୟାନ ଏବଂ ୨୧ ଗୋଟି ଦସ୍ତାବିଜକୁ ଆଧାର କରି ଅତିରିକ୍ତ ଜିଲା ଦୌରାଜଜ ଏହି ରାୟ ପ୍ରକାଶ କରିଥିବା ଡେପୁଟି ଡାଇରେକ୍ଟର ଅଫ ପ୍ରସିକ୍ୟୁସନ ପ୍ରକାଶ ଚନ୍ଦ୍ର ମହାନ୍ତିଙ୍କ ତତ୍ତ୍ୱାବଧାନରେ ସରକାରଙ୍କ ତରଫରୁ ମାମଲା ପରିକଳ୍ପନା କରୁଥିବା ସରକାରୀ ଆଇନଜୀବୀ ସୌମିତ୍ରୀ କୁମାର ରାଉତ ପ୍ରକାଶ କରିଛନ୍ତି । ସୂଚନାଯୋଗ୍ୟ, ହାଟଡିହୀ ବ୍ଳକ ଅଁରା ଗ୍ରାମର ଆନନ୍ଦ ଚନ୍ଦ୍ର ନାୟକ ୨୦.୧୧.୨୦୨ ସନ୍ଧ୍ୟା ସମୟରେ ଗ୍ରାମର ଏକ ବୈଠକରେ ଯୋଗଦେବାକୁ ଆସିଥିଲେ । ସଭା କାର୍ଯ୍ୟ ସ୍କୁଲୁଥିବା ସମୟରେ ଗ୍ରାମର ବିଜନ କୁମାର ବେହେରା ଏକ କ୍ରିକେଟ ବ୍ୟାଟ ଦ୍ବାରା ଆନନ୍ଦଙ୍କ ମୁଣ୍ଡକୁ ଶକ୍ତ ପ୍ରହାର କରିଥିଲେ । ଘଟଣାରେ ଆନନ୍ଦ ଗୁରୁତର ଆହତ ହୋଇ ପ୍ରଥମେ ଶାଳଣିଆଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରେ ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କର ଚିକିତ୍ସା କରିବା ସମୟରେ ମୃତ୍ୟୁ ହୋଇଥିଲା । ଘଟଣାକୁ ନେଇ ଆନନ୍ଦଙ୍କ ସ୍ତ୍ରୀ ମଞ୍ଜୁଲତା ନାୟକ ନନ୍ଦିପଦା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ନନ୍ଦିପଦା ପୁଲିସ କେସ ନଂ ୧୫୧/୨୦୨୦ ଦଫା ୧୪୭, ୧୪୮, ୨୯୪, ୩୦୨, ୩୫୪, ୫୦୬, ୧୪୯ ରେ ମମଲା ରୁଜୁ କରିଥିଲେ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଗଡାଣି ନିକଟରେ ଓଲଟିଲା ଅଟୋ

ନନ୍ଦପୁର,୧୮।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଦେଗନ୍ଧନା ଗ୍ରାମ ସ୍କୁଲ ଗଡାଣି ନିକଟରେ ଭାରସାମ୍ୟ ହରାଇ ଅଟୋ ଓଲଟି ୧୦ ଯାତ୍ରୀ ମଙ୍ଗଳବାର…

୩ ମହଲା କୋଠାରେ ଲାଗିଲା ନିଆଁ: ୭ ଜଣ ଜୀବନ୍ତ ଜଳିଗଲେ

ଇନ୍ଦୋର,୧୮।୩: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ବଡ଼ ଅଗ୍ନିକାଣ୍ଡ ଘଟଣାରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ସର୍ଟସର୍କିଟ ଯୋଗୁ ଘଟିଥିଲା। ରିପୋର୍ଟ ଅନୁଯାୟୀ, ଘର ବାହାରେ…

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri