ହତ୍ୟା ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

ବୌଦ୍ଧ, ୨୮।୨(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍‌ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଆଦେଶ ପ୍ରଦାନ କରିଛନ୍ତି। ମାମଲାରୁ ପ୍ରକାଶ ଯେ, ବୌଦ୍ଧ ଥାନା ଅନ୍ତର୍ଗତ କିରାସିରା ଗ୍ରାମରେ ଜମିବାଡ଼ି ବିବାଦକୁ ନେଇ ଗତ ୭।୧।୨୧ରେ ନିରଞ୍ଜନ ନାଏକଙ୍କୁ ହତ୍ୟା କରାଯାଇଥିଲା। କିରାସିରା ଗ୍ରାମର ବିଦ୍ୟାଧର ନାଏକ ଓ ନିରଞ୍ଜନ ନାଏକଙ୍କ ମଧ୍ୟରେ ଜାଗାକୁ ନେଇ ଝଗଡ଼ା ଲାଗିରହିଥିଲା। ଉଭୟ ପରିବାର ପଡ଼ୋଶୀ ହୋଇଥିବାବେଳେ ଘର ଲାଗି କରି ରହିଛି। ମଝିରେ ପ୍ରାୟ ଦେଢଫୁଟ ହେବ ଏକ ଗଳି ଅଛି। ଉକ୍ତ ଜାଗାକୁ ନେଇ ବିଦ୍ୟାଧର ନିରଞ୍ଜନ ସହିତ ଝଗଡା କରୁଥିଲେ। ଫଳରେ ନିରଞ୍ଜନର ଘର କାନ୍ଥକୁ ପଲସ୍ତରା କରାଇ ଦେଉ ନ ଥିଲା। ତାଙ୍କର ସ୍ତ୍ରୀକୁ ଖରାପ ବ୍ୟବହାର ଦେଖାଉଥିଲା। ଖରାପ ବ୍ୟବହାର ପାଇଁ ନିରଞ୍ଜନ ଘଟଣାର ଚାରି ମାସେ ତଳେ ବଘିଆପଡ଼ା ଫାଣ୍ଡିରେ ଲିଖିତ ଭାବରେ ଜଣାଇଥିଲେ। ସେମାନଙ୍କ ମଧ୍ୟରେ ଆପୋସ ମିଳାମିଶା ହୋଇଥିଲା। ଗତ ୭।୧।୨୦୨୧ ତାରିଖ ଦିନ ପ୍ରାୟ ୧୧ ଟା ସମୟରେ ନିରଞ୍ଜନ, ତାର ସ୍ତ୍ରୀ ଓ ପୁଅକୁ ଧରି ନଦୀକୁ ଗାଧୋଇବାକୁ ଯାଇଥିଲେ। ନିରଞ୍ଜନ ପ୍ରଥମେ ଗାଧେଇ ସାରି ଆସି ତାର ଘର ସମ୍ମୁଖରେ ଥିବା ବାରଣ୍ଡାରେ ବସିଥିଲେ। ସେତିକିବେଳେ ଅଭିଯୁକ୍ତ ବିଦ୍ୟାଧର ନାଏକ ଏକ ଟାଙ୍ଗିଆ ଧରି ଆସି ପଛପଟୁ ନିରଞ୍ଜନର ବେକରେ ଚୋଟ ଉପରେ ଚୋଟ ମାରିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ହତ୍ୟାକାଣ୍ଡ ପରେ ଅଭିଯୁକ୍ତ ବିଦ୍ୟାଧର ଏକ ସାଇକେଲରେ ଟାଙ୍ଗିଆକୁ ଧରି କମିରା ଗ୍ରାମ ଆଡକୁ ଚାଲିଯାଇଥିଲେ। ଏନେଇ ନିରଞ୍ଜନଙ୍କ ଭାଇ ବୌଦ୍ଧ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁକରି ବିଦ୍ୟାଧରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରବର୍ତ୍ତୀ ସମୟରେ ଏହି ମାମଲାଟି ଜିଲା ଦୌରାଜଜଙ୍କ ଅଦାଲତରେ (ଏସଟି ୩୩/୨୧)ରେ ବିଚାର ହୋଇଥିଲା। ସରକାରଙ୍କ ପକ୍ଷରୁ ୧୫ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ପ୍ରମାଣ ଥିବା ନେଇ ଅଦାଲତ ଅଭିଯୁକ୍ତ ବିଦ୍ୟାଧରଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଛନ୍ତି। ଜରିମାନା ଅନାଦେୟ ହେଲେ ଅଧିକ ଛଅ ମାସ କାରାଦଣ୍ଡ ପ୍ରଦାନ କରାଯାଇଛି। ସରକାରଙ୍କ ପକ୍ଷରୁ ଏହି ମାମଲାକୁ ସରକାରୀ ଓକିଲ ସବିତା କୁମାରୀ ପଣ୍ଡା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri