ସୁରଟରେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା

ଭଞ୍ଜନଗର,୯।୧୨(ଡି.ଏନ.ଏ):ଗୁଜରାଟର ସୁରଟରେ ଜଣେ ଓଡ଼ିଆ ନାବାଳିକାଙ୍କୁ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏହି ଘଟଣାକୁ ନେଇ ଗୁରୁବାର ସେଠାରେ ଉତ୍ତେଜନା ଦେଖାଦେବା ସହ ପ୍ରବାସୀ ଓଡ଼ିଆମାନେ ରାସ୍ତାରୋକୋ କରିଥିଲେ। ଗୁଜରାଟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଘଟଣାର ଅଧିକ ତଦନ୍ତ ଚଳାଇଛି। ସୁରଟ ବେଡ଼ରୋଡ଼ରେ ବେଲଗୁଣ୍ଠା ଅଞ୍ଚଳର ଏକ ପରିବାର ଗତ କିଛିବର୍ଷ ହେଲା ରହିଛନ୍ତି। ବାପା କାମକୁ ଯିବା ପରେ ଘରେ ୮ ବର୍ଷିୟା ନାବାଳିକା ଓ ତାଙ୍କ ମା’ ରହୁଥିଲେ। ବୁଧବାର ମା’ ଘର କାମରେ ବ୍ୟସ୍ତ ଥିଲେ। ଅପରାହ୍ନରେ ବାପା ଡ଼୍ୟୁଟିରୁ ଫେରି ଘରେ ଝିଅକୁ ଖୋଜିଥିଲେ ମଧ୍ୟ ପାଇ ନ ଥିଲେ। ଝିଅ କୁଆଡ଼େ ଖେଳୁଥିବ ଭାବି ମା’ ବାପା ବହୁତ ଖୋଜାଖୋଜି କରି ମଧ୍ୟ ପତ୍ତା ମିଳି ନ ଥିଲା। ସନ୍ଧ୍ୟାରେ ବାପା ଚୋକ୍‌଼ ଥାନାରେ ଏ ସମ୍ପର୍କରେ ସୂଚନା ଦେଇଥିଲେ। ପୋଲିସ ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ କରିଥିଲା। ପଡ଼ୋଶୀଙ୍କ ଘରେ ତାଲା ପଡ଼ିଥିବା ଯୋଗୁ ସନ୍ଦେହ ବଢ଼ିଥିଲା। ତାଲା ଭାଙ୍ଗି ଉକ୍ତ ଘରକୁ ଯିବାରେ ନାବାଳିକାଙ୍କ ମୃତଦେହ ପଡ଼ିଥିବା ଦେଖାଯାଇଥିଲା । ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିଲା। ଏହି ଘଟଣାକୁ ନେଇ ଗୁରୁବାର ସମ୍ପୃକ୍ତ ଅଞ୍ଚଳରେ ବସବାସ କରୁଥିବା ଓଡ଼ିଆ ଲୋକମାନେ ରାସ୍ତା ଅବରୋଧ କରିଥିଲେ । ପୋଲିସ ସେମାନଙ୍କୁ ବୁଝାଶୁଝା କରିବା ପରେ ରାସ୍ତା ଅବରୋଧ ହଟିଛି। ଘଟଣା ପରେ ଫେରାର ହୋଇଥିବା ଅଭିଯୁକ୍ତଙ୍କୁ ସୁରଟ ପୋଲିସ ଗିରଫ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri