ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ସହାୟତା ରାଶି ଘୋଷଣା କଲେ ବିଧାୟକ

ନବରଙ୍ଗପୁର,୧୮।୯(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ କଣ୍ଟାଗାଁ ପଂଚାୟତ ସଦର ମହକୁମାରେ ଏକ ସ୍ପର୍ଶକାତର ଘଟଣା ଘଟିଛି। ଗାଁ ଉପକଣ୍ଠରେ ଥିବା ଏକ ଟାୱାର ନିକଟ ବୁଦାରୁ ୫ମ ଶ୍ରେଣୀ ଛତ୍ରୀ ୧୧ ବର୍ଷୀୟା ନାବାଳିକାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ପଡିରହିଛି। ନାବାଳିକା ଝିଅକୁ ବଳତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାପରେ ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝୀ ପହଁଛି ପରିବାର ଲୋକଙ୍କୁ ଭେଟିବା ସହିତ ତୁରନ୍ତ ଅଭିଯୁକ୍ତକୁ ଧରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପୋଲିସକୁ କହିଛନ୍ତି ।

ଅତିରିକ୍ତ ଏସପି ବାଟ କୃଷ୍ଣ ମିଶ୍ର, ନବରଙ୍ଗପୁର ଏଡିପିଓ କୃଷ୍ଣଚନ୍ଦ୍ର ଭତ୍ରା, ପାପଡାହାଣ୍ଡି ଏସ୍ଡ଼ିପିଓ ମିନାକ୍ଷୀ ଠାକୁର, ନବରଙ୍ଗପୁର ଥାନା ଅଧିକାରୀ ସମ୍ବିତ କୁମାର ବେହେରା, ଡିଆଇବି ଡିଏସପି ମନୋଜ ପୂଜାରୀ, ତେନ୍ତୁଳିଖୁଣ୍ଟି ଥାନା ଅଧିକାରୀ ଗୋପାଳ କୃଷ୍ଣ ଅଗୁପତ୍ର ଓ ଡ୍ରଗ ସ୍କୁଆର୍ଡ ଓ ସାଇଁଟିଫିକ ଟିମ ପହଁଛି ତଦନ୍ତ ଆରମ୍ଭ କରିଛି । ଏହି ମାମଲାରେ ସ୍ଥାନୀୟ ଅଞ୍ଚଳର ୩ ଯୁବକଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଥିବା ସୂଚନା ମିଳିଛି ।

ମଙ୍ଗଳବାର ରାତିରେ ଘଟଣା ଜଣା ପଡିବା ପରେ କଣ୍ଟାଗାଁରେ ଛପା ଉତ୍ତେଜନା ଦେଖିବାକୁ ମିଳିଥିଲା ଦୋକାନ ବଜାର ଓ ବିଦ୍ୟାଳୟ ବନ୍ଦ ରହିବାସହ କଣ୍ଟାଗାଁ ଭିତରକୁ ପଥର ଓ କାଠ ପକାଇ ରାସ୍ତା ବନ୍ଦ କରାଯାଇଥିଲା। ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଦୁଇ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ପୂର୍ବତନ ଏମପି ପ୍ରଦୀପ ମାଝୀ ଘଟଣାସ୍ଥଳରେ ପହଞ୍ଚି ପରିବାର ଲୋକଙ୍କୁ ସମବେଦନା ଜଣାଇବା ସହିତ କହିଛନ୍ତି ଯେ, ରାଜ୍ୟ ଓ ଜିଲା ପୋଲିସ ମହିଳା, ଛାତ୍ରୀ,ମା’ ମାନଙ୍କୁ ସୁରକ୍ଷା ଦେବାରେ ସମ୍ପୂର୍ଣ୍ଣ ବିଫଳ। ଜଣେ ଆଦିବାସୀ ଝିଅକୁ ବଳତ୍କାର ପରେ ହତ୍ୟା କରାଯାଇଛି । ପୋଲିସ ପ୍ରଶାସନକୁ ଅପରାଧୀ ଭୟ ମୁକ୍ତ ହୋଇ ରହିଛନ୍ତି । ଏହାକୁ କଦାପି ବରଦାସ୍ତ କରାଯିବ ନାହିଁ । ଯଦି ନ୍ୟାୟ ନ ମିଳେ ତେବେ ଆନ୍ଦୋଳନ ଜୋରଦାର କରାଯିବ ବୋଲି କହିଛନ୍ତି।

ପୋଲିସ ଓ ପ୍ରଶାସନର ଉପସ୍ଥିତିରେ ଆଲୋଚନା ପରେ ମୃତଦେହ ଘଟଣାସ୍ଥଳରୁ ଅପରାହ୍ନ ୨ଟା ୩୦ରେ ଉଠିଛି। ଉପଜିଲାପାଳ ଓ ଏସ୍‌ଡିପିଓ  ଲିଖିତ ଭାବେ ଜଣାଇଛନ୍ତି ଯେ, ଅଭିଯୁକ୍ତଙ୍କୁ ୧୫ ଦିନ ମଧ୍ୟରେ ଗିରଫ କରାଯିବ। ପରିବାର ଯଦି ଭୂମିହୀନ ତେବେ ବସୁନ୍ଧରା ଯୋଜନା ଅନୁଯାୟୀ ଭୂମି ଯୋଗାଇ ଦିଆଯିବ। ଡିଏଲଏସଏ କମିଟିରେ ଆଲୋଚନା କରାଯାଇ ଅଧିକରୁ ଅଧିକ ସହାୟତା ପ୍ରଦାନ ପାଇଁ ପ୍ରଶାସନ ଉଦ୍ୟମ କରିବ ବୋଲି ଉପଜିଲାପାଳ ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri