ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା: ଜେଲ୍ ଗଲେ ଅଭିଯୁକ୍ତ, ଖଣ୍ଡା ଜବତ   

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବଡ଼ଡୁମ୍ବୁଳା ଗ୍ରାମର ପ୍ରସାଦ ଗୌଡ଼ଙ୍କୁ ହତ୍ୟାଉଦ୍ୟମ ଘଟଣାରେ ସମ୍ପୃକ୍ତ ତେଣ୍ଟୁଆପଡ଼ା ଗ୍ରାମର ଲାଲୁ ପ୍ରସାଦ ସେଠୀଙ୍କୁ କେ.ନୂଆଗାଁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

ଅଭିଯୁକ୍ତଙ୍କ ଜାମିନ ଆବେଦନ ଖାରଜ ହେବାରୁ ତାଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।ଗତ ୨ ତାରିଖ ରାତି ପ୍ରାୟ ୧୧ ଟାରେ ପ୍ରସାଦ ଚିକିଟି ବ୍ଲକ ବଡ଼କେଳାଝରି ଗ୍ରାମରୁ ଯାତ୍ରା ଦେଖି ବାଇକ ଯୋଗେ ଫେରୁଥିଲେ। କେ.ନୂଆଗାଁ ଥାନା ପହଁରାବାଡ଼ି ଗାଁ ରାସ୍ତାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଅଭିଯୁକ୍ତ ଲାଲୁ ପ୍ରସାଦ ଏବଂ ବଢେଇ ସନ୍ଧିଗାଁର ସଦାନନ୍ଦ ପ୍ରଧାନ ଙ୍କ ସମେତ ଅନ୍ୟକିଛି ଯୁବକ ତାଙ୍କୁ ରାସ୍ତାରେ ଜବରଦସ୍ତ ଅଟକାଇ ଆପତ୍ତିଜନକ ଭାଷାରେ ଗାଳି ଗୁଲଜ କରି ହତ୍ୟା ଉଦ୍ଦେଶ୍ୟରେ ତାଙ୍କ ମୁଣ୍ଡକୁ ଖଣ୍ଡାରେ ମରଣାନ୍ତକ ଆକ୍ରମଣ କରିଥିଲେ।

ରକ୍ତ ଜୁଡୁ ବୁଡୁ ଅବସ୍ଥାରେ ପ୍ରସାଦ କୌଶଳକ୍ରମେ ସେଠାରୁ ଖସି ପଳାଇଥିଲେ। ପ୍ରସାଦ ବମୋକେଇ ଗ୍ରାମ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପରେ ଘଟଣାର ପରଦିନ କେ.ନୂଆଗାଁ ଥାନାରେ ପହଞ୍ଚି ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଆଇଆଇସି କିଶୋର କୁମାର ସାମଲ ଅଭିଯୁକ୍ତ ମାନଙ୍କ ନାଁ’ରେ ମକଦ୍ଦମା ରୁଜୁ କରି ତଦନ୍ତ ଚଳାଇଥିଲେ। ଘଟଣା ପରଠାରୁ ଫେରାର ଥିବା ଲାଲୁଙ୍କୁ ତଦନ୍ତକାରୀ ଅଧିକାରୀ ଏଏସଆଇ ତାରକେଶ୍ଵର ରାଓ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୁକ୍ତଙ୍କ ନିକଟରୁ ଆକ୍ରମଣରେ ବ୍ୟବହୃତ ଖଣ୍ଡାକୁ ପୋଲିସ ଜବତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri