ଗୁଣି ସନ୍ଦେହରେ ହତ୍ୟା ଉଦ୍ୟମ; ଅଭିଯୁକ୍ତ ଦମ୍ପତ୍ତି ଗଲେ ଜେଲ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗାଁର ବଙ୍ଗାଳି ନାଇକଙ୍କୁ ଗୁଣିଆ ସନ୍ଦେହରେ ହତ୍ୟା ଉଦ୍ୟମ କରାଯାଛି। ବଙ୍ଗାଳିଙ୍କୁ ତାଙ୍କ ଭାଇ କୁରେଶୁ ନାଇକ ଏବଂ ଭାଇ ବୋହୂ ରୀତା ନାଇକ,ଝିଆରୀ ବର୍ଷା ନାଇକ ଗତ ୩ ତାରିଖ ସକାଳେ କାତି ଓ ଠେଙ୍ଗା ଦ୍ୱାରା ହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଦମ୍ପତ୍ତିଙ୍କୁ ଥାନା ମାମଲା ନଂ.୬୭/୨୫ ଅନୁଯାୟୀ ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ କିଛିଦିନ ହେଲା ରୀତାଙ୍କ ପିନ୍ଧା ଲୁଗା ଗୁଡ଼ିକରୁ କେହି କନା କାଟି ନେଇଯାଉଥିଲେ। ଗୁଣି ଗାରେଡ଼ି କରି ତନ୍ତ୍ର ସାଧନା ପାଇଁ କୁରେଶୁ ହିଁ ରୀତାଙ୍କ ଲୁଗା କାଟୁଥିବା ନେଇ କୁରେଶୁ ଏବଂ ରୀତା ସନ୍ଦେହ କରିଥିଲେ। ଘଟଣା ଦିନ ସକାଳ ପ୍ରାୟ ୬ ଟାରେ ବଡ଼ ଭାଇ ବଙ୍ଗାଳି ଘର ବାରଣ୍ଡାରେ ବସିଥିବା ବେଳେ ସାନଭାଇ କୁରେଶୁ , ଭାଇ ବୋହୂ ରୀତା ଏବଂ ଝିଆରୀ ବର୍ଷା ପହଞ୍ଚି ତାଙ୍କୁ ଆପତ୍ତି ଜନକ ଭାଷାରେ ଗାଳି କରିବା ସହ ଲୁଗା କାହିଁକି କାଟି ନେଉଛୁ ବୋଲି ପଚାରିଥିଲେ। ବଙ୍ଗାଳି ଅଭିଯୋଗକୁ ଅସ୍ବୀକାର କରିବାରୁ ସେମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ବଙ୍ଗାଳିଙ୍କ ମୁଣ୍ଡକୁ କୁରେଶୁ କାତିରେ ଚୋଟ ପକାଇଥିଲେ। ପରେ ତାଙ୍କୁ ଠେଙ୍ଗାରେ ମାଡ଼ ମାରିଥିଲେ। ପାଟି ଶୁଣି ବଙ୍ଗାଳିଙ୍କ ସ୍ତ୍ରୀ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ବର୍ଷା ଏକ ଲୁହା ଫୁଙ୍କୁନଳାରେ ତାଙ୍କ ମୁଣ୍ଡ କୁ ମାଡ଼ ମାରିଥିଲେ। ଉଭୟଙ୍କୁ ରକ୍ତାକ୍ତ ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବଙ୍ଗାଳି ଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରୁ ଚିକିତ୍ସା ହୋଇ ଫେରିବା ପରେ ଗୁରବାର ସେ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରିବା ସହ ନିଜେ ତଦନ୍ତଭାର ଗ୍ରହଣ କରି ଅଭିଯୁକ୍ତ ଦ୍ବୟ ଙ୍କୁ ଶୁକ୍ରବାର ସକାଳେ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ଅନ୍ୟତମ ଅଭିଯୁକ୍ତ ବର୍ଷା ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri