ଗୁଣି ସନ୍ଦେହରେ ହତ୍ୟା ଉଦ୍ୟମ; ଅଭିଯୁକ୍ତ ଦମ୍ପତ୍ତି ଗଲେ ଜେଲ

ଦିଗପହଣ୍ଡି,୧୪।୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବି. ତୁରୁୁବୁଡି ପଞ୍ଚାୟତ ନରେନ୍ଦ୍ରପୁର ଗାଁର ବଙ୍ଗାଳି ନାଇକଙ୍କୁ ଗୁଣିଆ ସନ୍ଦେହରେ ହତ୍ୟା ଉଦ୍ୟମ କରାଯାଛି। ବଙ୍ଗାଳିଙ୍କୁ ତାଙ୍କ ଭାଇ କୁରେଶୁ ନାଇକ ଏବଂ ଭାଇ ବୋହୂ ରୀତା ନାଇକ,ଝିଆରୀ ବର୍ଷା ନାଇକ ଗତ ୩ ତାରିଖ ସକାଳେ କାତି ଓ ଠେଙ୍ଗା ଦ୍ୱାରା ହତ୍ୟା ଉଦ୍ୟମ କରିଥିଲେ। ଏହି ଘଟଣାରେ ସମ୍ପୃକ୍ତ ଦମ୍ପତ୍ତିଙ୍କୁ ଥାନା ମାମଲା ନଂ.୬୭/୨୫ ଅନୁଯାୟୀ ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଜାମିନ ଆବେଦନ ଖାରଜ ହେବାରୁ ଉଭୟଙ୍କୁ ଦିଗପହଣ୍ଡି ସବ ଜେଲ ହାଜତକୁ ପଠାଇ ଦିଆଯାଇଛି।

ଗତ କିଛିଦିନ ହେଲା ରୀତାଙ୍କ ପିନ୍ଧା ଲୁଗା ଗୁଡ଼ିକରୁ କେହି କନା କାଟି ନେଇଯାଉଥିଲେ। ଗୁଣି ଗାରେଡ଼ି କରି ତନ୍ତ୍ର ସାଧନା ପାଇଁ କୁରେଶୁ ହିଁ ରୀତାଙ୍କ ଲୁଗା କାଟୁଥିବା ନେଇ କୁରେଶୁ ଏବଂ ରୀତା ସନ୍ଦେହ କରିଥିଲେ। ଘଟଣା ଦିନ ସକାଳ ପ୍ରାୟ ୬ ଟାରେ ବଡ଼ ଭାଇ ବଙ୍ଗାଳି ଘର ବାରଣ୍ଡାରେ ବସିଥିବା ବେଳେ ସାନଭାଇ କୁରେଶୁ , ଭାଇ ବୋହୂ ରୀତା ଏବଂ ଝିଆରୀ ବର୍ଷା ପହଞ୍ଚି ତାଙ୍କୁ ଆପତ୍ତି ଜନକ ଭାଷାରେ ଗାଳି କରିବା ସହ ଲୁଗା କାହିଁକି କାଟି ନେଉଛୁ ବୋଲି ପଚାରିଥିଲେ। ବଙ୍ଗାଳି ଅଭିଯୋଗକୁ ଅସ୍ବୀକାର କରିବାରୁ ସେମାନେ ତାଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ବଙ୍ଗାଳିଙ୍କ ମୁଣ୍ଡକୁ କୁରେଶୁ କାତିରେ ଚୋଟ ପକାଇଥିଲେ। ପରେ ତାଙ୍କୁ ଠେଙ୍ଗାରେ ମାଡ଼ ମାରିଥିଲେ। ପାଟି ଶୁଣି ବଙ୍ଗାଳିଙ୍କ ସ୍ତ୍ରୀ ଘଟଣାସ୍ଥଳକୁ ଦୌଡ଼ି ଆସିବାରୁ ବର୍ଷା ଏକ ଲୁହା ଫୁଙ୍କୁନଳାରେ ତାଙ୍କ ମୁଣ୍ଡ କୁ ମାଡ଼ ମାରିଥିଲେ। ଉଭୟଙ୍କୁ ରକ୍ତାକ୍ତ ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସୱାସ୍ଥ୍ୟକେନ୍ଦ୍ର ରେ ଭର୍ତ୍ତି କରାଯାଇଥିଲା।ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ବଙ୍ଗାଳି ଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନା କୁ ସ୍ଥାନାନ୍ତର କରାଯାଇଥିଲା।ସେଠାରୁ ଚିକିତ୍ସା ହୋଇ ଫେରିବା ପରେ ଗୁରବାର ସେ ଦିଗପହଣ୍ଡି ଥାନାରେ ପହଞ୍ଚି ଏତଲା ଦେଇଥିଲେ।ଏତଲାକୁ ଭିତ୍ତିକରି ଭାରପ୍ରାପ୍ତ ଆଇଆଇସି ଜ୍ୟୋତି ରଞ୍ଜନ ବେହେରା ଅଭିଯୁକ୍ତ ମାନଙ୍କ ବିରୋଧରେ ମକଦ୍ଦମା ରୁଜୁ କରିବା ସହ ନିଜେ ତଦନ୍ତଭାର ଗ୍ରହଣ କରି ଅଭିଯୁକ୍ତ ଦ୍ବୟ ଙ୍କୁ ଶୁକ୍ରବାର ସକାଳେ ଗିରଫ କରି କୋର୍ଟ ଚାଲାଣ କରିଥିବାବେଳେ ଅନ୍ୟତମ ଅଭିଯୁକ୍ତ ବର୍ଷା ଫେରାର ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri