ଭିଣୋଇଙ୍କୁ କରିଥିଲେ ହତ୍ୟା, ବର୍ଷକ ପରେ ଧରାପଡ଼ିଲେ ୨ ଶାଳକ

ଛତ୍ରପୁର,୪ା୪(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆର୍ଯ୍ୟପଲ୍ଲୀ ନିକଟ ଚାରିଛକ କୁଆବୁଦା ନିକଟରୁ ଏକ ମୃତଦେହ ୨୦୨୩ ମାର୍ଚ୍ଚ ୨୩ ତାରିଖରେ ଆର୍ଯ୍ୟପଲି ଗ୍ରାମର ଏ. ଚେନ୍ଦ୍ରେୟାଙ୍କ ମୃତଦେହ ମିଳିଥିଲା। କୌଣସି ଏକ ଗାଡି ଧକ୍କାରେ ତାଙ୍କର ମୃତ୍ୟୁ ଘଟିଥିବା ସେ ସମୟରେ କୁହାଯାଇଥିଲା। ମାତ୍ର ବର୍ଷକ ପରେ ତଦନ୍ତ ସରିବା ପରେ ଏହା ହତ୍ୟା ଘଟଣା ବୋଲି ପୋଲିସ କହିଛି। ଦୁର୍ଘଟଣାରେ ମୃତ୍ୟୁ ହତ୍ୟା ମାମଲାକୁ ରୂପାନ୍ତର ହୋଇଛି। ଭିଣୋଇ ଚନ୍ଦ୍ରେୟାଙ୍କୁ ହତ୍ୟା ମାମଲାରେ ପୋଲିସ ୨ ଶାଳକଙ୍କୁ ଗିରଫ କରିଛି। ସେମାନେ ହେଲେ ଜି. ଲାଛେୟା ଓ ଜି. ସମୁଲାୟା।

ଆର୍ଯ୍ୟପଲି ଗ୍ରାମର ଚେନ୍ଦ୍ରେୟା ୨୦୨୩ ମାର୍ଚ୍ଚ ୨୨ ତାରିଖ ରାତ୍ରିରେ ନିଖୋଜ ଥିଲେ। ପରଦିନ ସକାଳେ ଚାରିଛକ କିଆବୁଦାଠାରେ ତାଙ୍କ ମୃତଦେହ ମିଳିଥିଲା। ଗାଡି ଧକ୍କାରେ ସ୍ବାମୀଙ୍କ ମୃତ୍ୟୁ ହୋଇଥିବା ସ୍ତ୍ରୀ ଏ. କାଲାମା ଚମାଖଣ୍ଡି ଥାନାରେ ଜଣାଇଥିଲେ। ଏହାର ତଦନ୍ତ କରି ଚମାଖଣ୍ଡି ପୋଲିସ ବର୍ଷକ ପରେ ଚେନ୍ଦ୍ରେୟାଙ୍କୁ ତାଙ୍କ ଦୁଇ ଶାଳକ ବ୍ୟକ୍ତିଗତ କାରଣରୁ ହତ୍ୟା କରିଥିଲେ ବୋଲି କହିଛି। ମାମଲା (ନଂ ୯୨/୨୩)ରେ ୨ ଅଭିଯୁକ୍ତଙ୍କୁ ବଡ଼ ଆର୍ଯ୍ୟପଲି ଗାଁରୁ ଗିରଫ ପରେ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଶପଥ ନେଇ ନିଜ ନିଜର ଦାୟିତ୍ୱ ଗ୍ରହଣ କଲେ ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତା

ପୁରୁଷୋତ୍ତମପୁର,୪ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘର ନବନିର୍ବାଚିତ କର୍ମକର୍ତ୍ତାମାନେ ଶନିବାର ଶପଥ ନେଇ ନିଜନିଜର ଦାୟିତ୍ୱ ଗ୍ରହଣ କରିଛନ୍ତି। ଓକିଲ ସଂଘ କକ୍ଷରେ ଆୟୋଜିତ…

ମଧ୍ୟସ୍ଥତା କରୁ କରୁ ବଢିଲାଣି ପାକିସ୍ତାନର ଅଡୁଆ, UAE ମାଗିଲାଣି ୩.୫ ବିଲିୟନ ଡଲାର

ଇସଲାମାବାଦ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ମଧ୍ୟସ୍ଥତା କରିବାକୁ ଚେଷ୍ଟା କରିଥିଲା। ତଥାପି, ପାକିସ୍ତାନ – ଯାହା ନିଜେ ଆର୍ଥିକ…

ଛାତ୍ରୀଛାତ୍ର-ଶିକ୍ଷକଙ୍କ ମଧ୍ୟରେ ସୁସମ୍ପର୍କ ଗଢ଼ିବାକୁ ପ୍ରୟାସ

ମୋହନା,୪।୪( ମନ୍ମଥ ମିଶ୍ର ): ଗଜପତି ଜିଲା ମୋହନାରେ ଥିବା ପିଏମଶ୍ରୀ ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସତ୍ୟ ରଞ୍ଜନ କରଙ୍କ ତତ୍ୱାବଧାନରେ ପ୍ରବେଶ…

ଜଙ୍ଗଲରୁ ଜବତ ହେଲା ମଣିଷ ଖପୁରୀ ସହ ହାଡ଼, ମହିଳାଙ୍କ ଲୁଗା ପାଖରେ….

ପାଟଣା,୪।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦାମାହୁଦା ପଞ୍ଚାୟତ ଅନ୍ତର୍ଗତ ସୁନାପଶି ଗ୍ରାମ ହୁଡ଼ିର ଜଙ୍ଗଲରୁ ଶନିବାର ପାଟଣା ପୋଲିସ ମଣିଷର ଖପୁରି ଓ…

କୋରାପୁଟରେ ମୋକିମ୍‌: ଦଳକୁ ମଜଭୁତ କରିବାକୁ କସରତ: ବିଜେଡି,କଂଗ୍ରେସ ଛାଡ଼ି…

କୋରାପୁଟ,୪।୪(ଅମିତାଭ ବେହେରା): ପୂର୍ବତନ ବିଧାୟକ ତଥା ଓଡ଼ିିଶା ଜନତା କଂଗ୍ରେସର ସଭାପତି ମହମ୍ମଦ ମୋକିମ୍‌ ଶନିବାର କୋରାପୁଟ ଗସ୍ତରେ ଯାଇଛନ୍ତି। ସେମିଲିଗୁଡାରେ ଆୟୋଜିତ ଏକ ମିଶ୍ରଣ ପର୍ବ…

ହର୍ମୁଜରେ ଅପମାନ ପରେ, ଇରାନ ଆମେରିକାକୁ ଦେଲା ନୂଆ ଅଲ୍ଟିମେଟମ; ବାବ ଅଲ-ମାଣ୍ଡେବ ଉପରେ ମଧ୍ୟ ରହିଛି ବିପଦ

ତେହରାନ,୪।୪: ଇରାନରୁ ଏକ ସଙ୍କେତ ଆସିଛି ଯାହା ସମଗ୍ର ବିଶ୍ୱରେ ଚିନ୍ତାକୁ ବୃଦ୍ଧି କରିଛି। ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଉତ୍ତେଜନା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri