ଟଙ୍କା ଭାଗ ବଣ୍ଟାକୁ ନେଇ ବଙ୍ଗାଳୀ ମିସ୍ତ୍ରୀଙ୍କୁ ହତ୍ୟା ଘଟଣା, ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର ଅଫିସ,୬ା୩: ବଲାଙ୍ଗୀର ଗେଟସରୋବର ପଡ଼ାରେ ଗତ ଗୁରୁବାର ବିଳମ୍ବିତ ରାତିରେ ହୋଇଥିବା ହତ୍ୟାକାଣ୍ଡ ଘଟଣାରେ ପୋଲିସ ପର୍ଦ୍ଦାଫାସ କରିଛି । ଘଟଣାରେ ୬ ଅଭିଯୁକ୍ତଙ୍କୁ ଶନିବାର ଗିରଫ ପରେ କୋର୍ଟ ଚାଲାଣ କରାଯାଇଥିବା ସ୍ଥାନୀୟ ଟାଉନ ଥାନା ପୋଲିସ କହିଛି । ସେମାନେ ହେଲେ ହାଇଦର ଅଲ୍ଲୀ(୩୬), ସାମୁଆଲ ସକେ(୩୦),ୱାସିମ ଏସକେ(୩୨), ନାଜୁ ଏସକେ(୨୧), ନବାବ ସରିଫ(୨୦) ଏବଂ ୱାହିଦୁଲ ଏସକେ(୩୩)। ସମସ୍ତ ଅଭିଯୁକ୍ତ ପଶ୍ଚିମବଙ୍ଗ ମୁରର୍ସିବାଦ ଅଞ୍ଚଳର ବୋଲି ଜଣାପଡିଛି ।
ଖବରଦାତା ସମ୍ମିଳନୀରେ ଏସ୍‌ଡିପିଓ ଶ୍ରୀମନ୍ତ ବାରିକ କହିଛନ୍ତି ଯେ, ଗତ ଗୁରୁବାର ରାତିରେ ଗେଟସରୋବର ପଡ଼ାରେ ଭଡ଼ା ରହୁଥିବା ୭ ଜଣ ବଙ୍ଗାଳୀଙ୍କ ମଧ୍ୟରେ ଟଙ୍କା ଭାଗ ବଣ୍ଟାକୁ ନେଇ ଗଣ୍ଡଗୋଳ ହୋଇଥିଲା । ସମସ୍ତେ ନିଶାଶକ୍ତ ଅବସ୍ଥାରେ ଥିବାବେଳେ ଶେଖ ବାନୀ(୨୩)ଙ୍କୁ ଅନ୍ୟ ସାଥୀମାନେ ନିର୍ମମ ଭାବେ ମାଡ ମାରିବା ପରେ ପଥରରେ ଛେଚିଥିଲେ । ଫଳରେ ତାଙ୍କ ମୁଣ୍ଡ ରକ୍ତାକ୍ତ ହୋଇଯାଇଥିଲା। ପରେ ତାଙ୍କୁ ଛାତ ଉପରୁ ଏକ ନାଳକୁ ଫିଙ୍ଗି ଦେଇଥିଲେ । ଶୁକ୍ରବାର ସକାଳୁ ସ୍ଥାନୀୟ ଅଞ୍ଚଳରେ ଦୁର୍ଗନ୍ଧ ହେବା ପରେ ଘଟଣା ସାମ୍ନାକୁ ଆସିଥିଲା । ଲୋକେ ଟାଉନ ଥାନା ପୁଲିସ୍‌କୁ ସୂଚନା ଦେଇଥିଲେ । ପୁଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ଏହା ପରେ ନାଳାରୁ ଉଦ୍ଧାର ପରେ ମୃତ ଯୁବକଙ୍କ ପରିଚୟ ମିଳିଥିଲା । ସମସ୍ତେ ତାଙ୍କୁ ଶେଖ ବୋଲି ଚିହ୍ନିବା ପରେ ସାଙ୍ଗରେ ରହୁଥିବା ସହଯୋଗୀମାନଙ୍କ ପୋଲିସ୍‌ ଥାନାକୁ ନେଇ ପଚରାଉଚରା କରିଥିଲା । ତଦନ୍ତ ବେଳେ ଅଭିଯୁକ୍ତମାନେ ଶେଖକୁ ଟଙ୍କା ପାଇଁ ହତ୍ୟା କରିଥିବା ସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?