Odisha Elections 2024

ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୨୭ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ୨୦୨୧ରେ ଜଣେ ଯୁବତୀଙ୍କୁ ହତ୍ୟା କରାଯାଇଥିଲା। ଏନେଇ ପାଟପୁର ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଏଡିଜେ -୧ ଡା. ଇନ୍ଦୁ ଶର୍ମା ଉକ୍ତ ମାମଲାର ଚୂଡ଼ାନ୍ତ ରାୟ ବୁଧବାର ପ୍ରକାଶ କରିଛନ୍ତି। ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଜଜ୍‌ ଜଣେ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ପାଟପୁର ଥାନା ଅନ୍ତର୍ଗତ ଆମ୍ବଗାଁ’ର ଡାକ ଭୂୟାଁ। ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୦ହଜାର ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନଦେୟ ଅତିରିକ୍ତ ୧ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ ପାଇଁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ୨୦୨୧ ମାର୍ଚ୍ଚ ୧୫ରେ ଉକ୍ତ ଥାନା ଅନ୍ତର୍ଗତ ରତନେଇ ପାହାଡ଼ ନିକଟରୁ ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପରେ ଦୁର୍ଯ୍ୟୋଧନ ଗୌଡ଼ ପୋଲିସ ଉପସ୍ଥିତିରେ ନିଜ ଝିଅ ବନିତା ଗୌଡ଼ଙ୍କ ମୃତଦେହ ଚିହ୍ନଟ କରିଥିଲା। ବ୍ୟବଚ୍ଛେଦ ରିପୋର୍ଟରେ ତାଙ୍କୁ ହତ୍ୟା କରାଯାଇଥିବା ଜଣାପଡ଼ିଥିଲା। ପୋଲିସ ଘଟଣାର ତଦନ୍ତ କରି ଅଭିଯୁକ୍ତ ଡାକ ଭୂୟାଁଙ୍କୁ ଗିରଫ କରି ମାମଲା ନମ୍ବର ୨୨୬/୨୧ରେ କୋର୍ଟ ଚାଲାଣ କରିଥିଲା। ସାକ୍ଷୀମାନଙ୍କ ବୟାନକୁ ଆଧାର କରି ଜଜ୍‌ ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଧର୍ମେନ୍ଦ୍ରଙ୍କ ରୋଡ୍‌ ଶୋ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପାଇଁ ମତଦାନ ଦିବସ ଯେତିକି ପାଖେଇ ଆସୁଛି, ଅନୁରୂପ ଭାବେ ପ୍ରାର୍ଥୀଙ୍କ ପ୍ରଚାର ମଧ୍ୟ ଜୋର୍‌ ଧରିବାରେ ଲାଗିଛି। ବରଗଡ଼...

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri