ହତ୍ୟା ମାମଲା: ଆଜୀବନ ଜେଲ ଦଣ୍ଡାଦେଶକୁ ହାଇକୋର୍ଟରେ ଚ୍ୟାଲେଞ୍ଜ

ଛତ୍ରପୁର,୨ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ ରିଜର୍ଭ ଇନ୍ସପେକ୍ଟରଙ୍କୁ ହତ୍ୟା ମାମଲାରେ ଛତ୍ରପୁର ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୧୩ ଜଣଙ୍କୁ ଆଜୀବନ ଜେଲ ହୋଇଥିଲା। ଏ ସମ୍ପର୍କରେ ବ୍ରହ୍ମପୁର ଏଡିଜେ-୩ ପକ୍ଷରୁ ଜୁଲାଇ ୩୧ରେ ଦଣ୍ଡାଦେଶ ରାୟ ପ୍ରକାଶ ପାଇଥିଲା। ଏହାକୁ ଚ୍ୟାଲେଞ୍ଜ କରି ଏନ୍‌. ନାରାୟଣ ରେଡ୍ଡୀ, ପି. କାମରାଜୁ ରେଡ୍ଡୀ ଏବଂ ଏନ୍‌. ଦିଲୀପ କୁମାର ରେଡ୍ଡୀଙ୍କ ପକ୍ଷରୁ ଓକିଲଙ୍କ ଜରିଆରେ ଅଗଷ୍ଟ ୨୫ରେ ହାଇକୋର୍ଟରେ କ୍ରିମିନାଲ ଅପିଲ (ନଂ.୯୫୭/୨୩) କରାଯାଇଥିଲା। ଶନିବାର ଅପିଲର ବିଚାର ଲାଗି ହାଇକୋର୍ଟ ଗ୍ରହଣ କରିଛନ୍ତି। ଏଥିସହ ଜରିମାନା ଆଦାୟ ଉପରେ ହାଇକୋର୍ଟ ସ୍ଥଗିତା ଦେଶ ଜାରି କରିଛନ୍ତି।
ମାମଲାର ରେକର୍ଡ ତଳକୋର୍ଟରୁ ହାଇକୋର୍ଟ ମାଗିଛନ୍ତି। ଅପିଲକାରୀଙ୍କ ପକ୍ଷରୁ ବରିଷ୍ଠ ଓକିଲ ସୁବୀର ପାଲିତ, ଓକିଲ ଡ. ପ୍ରଶାନ୍ତ କୁମାର ମିଶ୍ର ଓ ଓକିଲ ଭବାନୀ ଦାଶ ମାମଲା ପରିଚାଳନା କରୁଛନ୍ତି। ପ୍ରକାଶଥାଉ କି, ୧୯୯୮ ଜୁନ ୧୮ରେ ଟାଟା ଜମି ଅଧିଗ୍ରହଣ ସମୟରେ ପୋଲିସ-ଜନତା ମୁହାଁମୁହିଁ ହୋଇଥିଲେ। ଗଞ୍ଜାମ ପୋଲିସ ଜିଲାର କାର୍ଯ୍ୟରତ ତତ୍କାଳୀନ ରିଜର୍ଭ ଇନ୍ସପେକ୍ଟର ବିନୋବା ମେହେରଙ୍କୁ ଆନ୍ଦୋଳନକାରୀମାନେ ହତ୍ୟା କରିଥିଲେ। ଏନେଇ ଅଭିଯୋଗ ପରେ ଛତ୍ରପୁର ଥାନାରେ ମାମଲା (ନଂ.୧୧୫/୯୮)ରେ ଦଫା ୩୦୨ ଅନୁସାରେ କେସ୍‌ ରୁଜୁ କରାଯାଇଥିଲା। ଏଥିଯୋଗୁ ପୂର୍ବତନ ବିଧାୟକ ଏନ୍‌. ନାରାୟଣ ରେଡ୍ଡୀଙ୍କ ସମେତ ୨୨ଜଣଙ୍କ ନାମରେ ପୋଲିସ ମାମଲା ରୁଜୁ କରିଥିଲା।

Enter your email to get our daily news in your inbox.

All Right Reserved By Dharitri.Com

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri